ଏବେଠୁ ଜଳ ସଙ୍କଟ

ବାଲିଆପାଳ,୨୫।୩(ସ୍ବ.ପ୍ର.)- ଖରାଦିନ ଆରମ୍ଭରୁ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ବାଲିଆପାଳ ପଞ୍ଚାୟତରେ ଜଳସଙ୍କଟ ଦେଖାଦେଇଛି। ଦୁଇଟି ପାନୀୟଜଳ ପ୍ରକଳ୍ପ ଥାଇ ମଧ୍ୟ ଲୋକଙ୍କୁ ପାନୀୟଜଳ ଯୋଗାଇବାରେ ଫେଲ୍‌ ମାରିଛି। ଏହାସହିତ ଗଁାଗୁଡିକରେ ଥିବା ଗଭୀର ନଳକୂପ କଥା କହିଲେ ନ ସରେ। କେଉଁଠାରେ ନଳକୂପ ଅଚଳ ଅବସ୍ଥାରେ ରହିଛି, ତ କେଉଁଠି ବ୍ୟବହାର ଅନୁପଯୋଗୀ। ପଙ୍କ କାଦୁଅ ମିଶା ଆଇରନ ଜଳ ବାହାରୁଛି।
ବାଲିଆପାଳଠାରେ ତହସିଲ, ଥାନା, ବ୍ଲକ, ବିଭିନ୍ନ ପ୍ରକାର ଅଫିସ, ବ୍ୟାଙ୍କ ରହିଛି। ବାଲିଆପାଳରୁ ବାଲେଶ୍ୱର ଯାତାୟାତ ପାଇଁ ମୁଖ୍ୟ ରାସ୍ତା ସହିତ ବିଭିନ୍ନ ଛକରୁ ପଞ୍ଚାୟତକୁ ରାସ୍ତା ରହିଛି। ରାସ୍ତାର ଉଭୟପାର୍ଶ୍ୱରେ ଦୋକାନ ସହିତ ଗ୍ରାମ ରହିଥିବାରୁ ସବୁ ସମୟରେ ଛକରେ ଜନଗହଳି ଲାଗିଥାଏ। ରାସ୍ତା ପାର୍ଶ୍ୱରେ ସର୍ବସାଧାରଣ ବ୍ୟବହାର ଉଦ୍ଦେଶ୍ୟରେ ଗୋଟିଏ ଗୋଟିଏ ଟ୍ୟାପ୍‌ ରହିଛି। ସେଥିରୁ ପାଣି ନେବା ପାଇଁ ଲୋକଙ୍କୁ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିବାକୁ ପଡୁଛି, ତ କେତେବେଳେ ଜଳ ନ ପାଇ ଖାଲି ବୋତଲ, ବାଲ୍‌ଟି ଧରି ଫେରିବାକୁ ପଡୁଛି। ୨୦୧୮ରେ ବସୁଧା ଯୋଜନାରେ ନିର୍ମିତ ଏକ ଲକ୍ଷ ଲିଟର ଜଳଧାରଣ କ୍ଷମତା ବିଶିଷ୍ଟ ଓଭରହେଡ୍‌ ଟାଙ୍କି କେବଳ ନାମକୁ ମାତ୍ର। ନିର୍ଦ୍ଦିଷ୍ଟ ସମୟ ସକାଳ, ମଧ୍ୟାହ୍ନ, ସନ୍ଧ୍ୟାରେ ୩ଥର ଜଳଯୋଗାଣ ହେଉଥିବାରୁ ଅନ୍ୟ ସମୟରେ ସାଧାରଣ ଲୋକେ ରାସ୍ତାରେ ଯିବା ଆସିବା କରୁଥିବା ବେଳେ ଜଳ ପାଇଁ ହଇରାଣ ହେଉଛନ୍ତି। ହେଲେ ଦୁଇତିନି ଦିନ ହେବ ଛକଗୁଡିକରେ ଆଦୌ ପାଣି ଆସୁ ନ ଥିବାରୁ ଲୋକମାନେ ନାହଁି ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ଏ ସମ୍ପର୍କରେ ବାଲିଆପାଳ ସରପଞ୍ଚ ମଧୁସୂଦନ ବାରିକ କହନ୍ତି, ଭୂତଳ ଜଳସ୍ତର କମିଯାଇଥିବାରୁ ୫ ଏଚ୍‌ପି ମୋଟର ଠିକ୍‌ ଭାବେ ଜଳଯୋଗାଇ ପାରୁନାହଁି। ପୁରୁଣା ମୋଟର ପରିବର୍ତ୍ତନ କରି ୭ ଏଚ୍‌ପି ମୋଟର ସହିତ ୨୦ଫୁଟ୍‌ର ପାଇପ୍‌ ତଳକୁ ସଂଯୋଗ କରାଗଲେ ସବୁ ସମସ୍ୟାର ସମାଧାନ ହୋଇପାରିବ। ଗ୍ରାମୀଣ ଜଳ ଯୋଗାଣ ବିଭାଗ ଜେଇ ପଙ୍କଜ ତ୍ରିପାଠୀ କହିଛନ୍ତି, ମୁଁ ଏଠାରେ ଗତ ୪ମାସ ହେବ କାର୍ଯ୍ୟରେ ଯୋଗଦେଇଥିବାରୁ ସମସ୍ତ ଅଞ୍ଚଳ ବିଷୟରେ ଜାଣିନାହଁି। ଏହାଛଡ଼ା ଏନେଇ କୌଣସି ଅଭିଯୋଗ ଆସିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?