Posted inଖେଳ

ବେଙ୍ଗାଲୁରୁରେ ଉତ୍କଟ ଜଳସଙ୍କଟ: ଆଇପିଏଲ୍‌ ମ୍ୟାଚକୁ ନେଇ ବଢୁଛି ଚିନ୍ତା

ବେଙ୍ଗାଲୁରୁ, ୧୩ା୩: ବେଙ୍ଗାଲୁରୁ ୪ ଦଶନ୍ଧି ମଧ୍ୟରେ ସବୁଠାରୁ ଉତ୍କଟ ଜଳସଙ୍କଟ ମଧ୍ୟଦେଇ ଗତି କରୁଛି। ଏହାଦ୍ୱାରା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପ୍ରଥମ ଲେଗ୍‌ ମ୍ୟାଚଗୁଡ଼ିକ ପ୍ରଭାବିତ ହେବା ଆଶଙ୍କା ବଢିଯାଇଛି। ହେଲେ ସମସ୍ୟାର ସମାଧାନ ପାଇଁ ଆୟୋଜକ କର୍ନାଟକ ରାଜ୍ୟ କ୍ରିକେଟ ଆସୋସିଏଶନ (କେଏସ୍‌ସିଏ) ଚେଷ୍ଟା ଚଳାଇଛି।

ସହରରେ ଆଇପିଏଲ୍‌ ଗେମ୍‌ଗୁଡ଼ିକ ମାର୍ଚ୍ଚ ୨୫ରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। କେଏସ୍‌ସିଏ ରାଜ୍ୟ ସରକାରଙ୍କ ସହିତ ସମ୍ପର୍କରେ ରହିଛି। ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଇନ୍‌ହାଉସ୍‌ ସିଓ୍ବେଜ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ(ଏସ୍‌ଟିପି) ସ୍ଥାପନ ପାଇଁ ସରକାରଙ୍କ ନିକଟରେ ଦାବି କରାଯାଇଥିବା କର୍ନାଟକ ରାଜ୍ୟ କ୍ରିକେଟ ଆସୋସିଏଶନର ସିଇଓ ଶୁଭେନ୍ଦୁ ଘୋଷ ପ୍ରକାଶ କରିଛନ୍ତି।

ବାଙ୍ଗାଲୋର ଓ୍ବାଟର ସପ୍ଲାଏ ଆଣ୍ଡ୍‌ ସ୍ବେରେଜ ବୋର୍ଡ ପକ୍ଷରୁ ଇତିମଧ୍ୟରେ ନୋଟିସ ଜାରି କରାଯାଇଛି। ସହରରେ ପାନୀୟ ଜଳକୁ ବଗିଚା କିମ୍ବା ମୋଟରଗାଡ଼ି ଧୋଇବା କ୍ଷେତ୍ରରେ ବ୍ୟବହାରକୁ ବାରଣ କରାଯାଇଛି। ଘୋଷ କହିଛନ୍ତି, ଆଉଟ ଫିଲ୍‌ଡ ଓ ପିଚ୍‌ ଏବଂ ଷ୍ଟାଡିୟମରେ ଅନ୍ୟାନ୍ୟ ଆବଶ୍ୟକତାକୁ ମେଣ୍ଟଇବା ଲାଗି ଆମେ ସିଓ୍ବେଜ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟରୁ ଜଳ ବ୍ୟବହାର କରିବା ଆରମ୍ଭ କରିଦେଇଛୁ। ମ୍ୟାଚ ପାଇଁ ଆମକୁ ୧୦୦୦୦ରୁ ୧୫୦୦୦ ଲିଟର ପାଣି ଦରକାର ପଡ଼ିପାରେ। ଏସ୍‌ଟିପି ପ୍ଲାଣ୍ଟ ଦ୍ୱାରା ଏହି ସମସ୍ୟାର ସମାଧାନ କରାଯାଇପାରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?