Posted inଜାତୀୟ

ବେଙ୍ଗାଲୁରୁରେ ଉତ୍କଟ ଜଳସଙ୍କଟ: କାର ଧୋଇଲେ ୫ ହଜାର ଟଙ୍କା ଜରିମାନା

ବେଙ୍ଗାଲୁରୁ,୭।୩: ମାର୍ଚ୍ଚ ମାସ ଆରମ୍ଭରୁ କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ଉତ୍କଟ ଜଳସଙ୍କଟ ଦେଖାଦେଇଛି। ଏହାର ସୁଯୋଗ ନେଇ ମାଫିଆମାନେ ପାଣି ଟ୍ୟାଙ୍କର ଦାମ୍‌ ମନଇଚ୍ଛା ବଢ଼ାଇ ଦେଇଛନ୍ତି। ୧,୦୦୦ ଟଙ୍କାରେ ପୂର୍ବରୁ ମିଳୁଥିବା ଗୋଟିଏ ଟାଙ୍କି ପାଣି ଦାମ୍‌ ହଠାତ୍‌ ବଢ଼ି ୧,୫୦୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ଏବେ କେତେକ ଅଞ୍ଚଳରେ ତାହା ସର୍ବାଧିକ ୨,୦୦୦ ଟଙ୍କାରେ ପହଞ୍ଚିଛି। ସ୍ଥିତିକୁ ନିୟନ୍ତ୍ରଣ କରିବାକୁ ବେଙ୍ଗାଲୁରୁର ଜଳ ଯୋଗାଣ ଏବଂ ଜଳ ନିଷ୍କାସନ ବୋର୍ଡ ପାନୀୟ ଜଳର ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇଛି। ୱାଟର ବୋର୍ଡର ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବଗିଚା, କାର ଧୋଇବା ଏବଂ ନିର୍ମାଣ କାର୍ଯ୍ୟ ଏପରିକି ମନୋରଞ୍ଜନ ଉଦ୍ଦେଶ୍ୟରେ ଜଳ ଅପବ୍ୟବହାର କରାଯାଇପାରିବ ନାହିଁ ବୋଲି ଗାଇଡଲାଇନ୍‌ରେ ଉଲ୍ଲେଖ କରାଯାଇଛ। ଏପରିକି ନିୟମ ଉଲ୍ଲଂଘନକାରୀଙ୍କୁ ୫୦୦୦ ଟଙ୍କା ଜରିମାନା ଦେବାକୁ ପଡିବ ବୋଲି ୱାଟର ବୋର୍ଡ ପକ୍ଷରୁ ଜାରି ହୋଇଥିବା ବିବୃତ୍ତିରେ କୁହାଯାଇଇଛି।

ସୂଚନା ଯୋଗ୍ୟ, ବେଙ୍ଗାଲୁରୁରେ ଦୈନିକ ଜଳ ଆବଶ୍ୟକତା ୨,୬୦୦ରୁ ୨,୮୦୦ ଏମ୍‌ଏଲ୍‌ଡି (ଦିନକୁ ନିୟୁତ ଲିଟର) ହୋଇଥିବା ବେଳେ ଏବେ ୧,୫୦୦ ଏମ୍‌ଏଲ୍‌ଡି କମ୍‌ ମିଳୁଛି। ସେପଟେ ଜଳାଭାବ ଦୂର କରିବା ପାଇଁ ସରକାର ବିକଳ୍ପ ସନ୍ଧାନରେ ରହିଛନ୍ତି।

ଜଳ ପୁନଃଚକ୍ରଣ ଓ ଟ୍ରିଟ୍‌ମେଣ୍ଟ ପାଇଁ ଯୋଜନା ହେଉଛି। ଏପରିକି ଜଳସଙ୍କଟକୁ ନେଇ ରାଜନୈତିକ କାଦୁଅଫିଙ୍ଗା ଆରମ୍ଭ ହୋଇଯାଇଛି। ସରକାର ସପ୍ତାହେ ମଧ୍ୟରେ ଆବଶ୍ୟକ ପଦକ୍ଷେପ ନ ନେଲେ ଆନ୍ଦୋଳନ କରିବ ବୋଲି ଭାଜପା ଚେତାବନୀ ଦେଇଛି। ଅନ୍ୟପକ୍ଷେ ପାଣି ସମସ୍ୟା ନେଇ ଏକ କଣ୍ଟ୍ରୋଲ ରୁମ୍‌ ଖୋଲାଯିବା ସହ ଏକ ହେଲ୍ପଲାଇନ୍‌ ନମ୍ବର ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri