ପାଣି ପାଇଁ ଘଷିପୁରା ବିଡିଓଙ୍କୁ ଘେରିଲେ ମହିଳା

ଆନନ୍ଦପୁର,୧୫ା୧(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଗୋହିରା ପଞ୍ଚାୟତ ଭୋଳନୁଆଗାଁ ହରିଜନ ସାହିରେ ମାଘ ମାସରେ ଜଳ ସଙ୍କଟ ଦେଖାଦେଇଛି। ପାଣି ମୁନ୍ଧେ ପାଇଁ ଲୋକ ପ୍ରତିନିଧିଙ୍କଠାରୁ ଆରମ୍ଭ କରି ବ୍ଲକ୍‌ କର୍ତ୍ତୃପଷଙ୍କ ପର୍ଯ୍ୟନ୍ତ ଗୁହାରୀ କରି ନିରାଶ ହୋଇଥିଲେ। ଏ ନେଇ ଗୁରୁବାର ବହୁ ସଂଖ୍ୟାରେ ମହିଳା ଘଷିପୁରା ବିଡିଓଙ୍କୁ ଘେରି ପିଇବା ପାଣି ପାଇଁ ଦାବି କରିଛନ୍ତି।

ମହିଳାଙ୍କ ଅଭିଯୋଗ ଅନୁଯାୟୀ, ଗ୍ରାମରେ ଥିବା ନଳକୂପ ଖରାପ ହୋଇଛି। ଗ୍ରାମକୁ ସରକାରୀ ଯୋଜନାରେ ଜଳ ଯୋଗାଣ ହେଉନି। ଅନ୍ୟ କୌଣସି ଜଳ ଉତ୍ସବ ନ ଥିବାରୁ ଲୋକେ ଚୁଆ ପାଣି ବ୍ୟବହାର କରୁଛନ୍ତି। ଫଳରେ ସାହିର ଲୋକେ ବହୁ ସମୟରେ ନାନା ରୋଗରେ ଆକ୍ରାନ୍ତ ହେଉଛନ୍ତି। ଏ ନେଇ ସାହିବାସିନ୍ଦା ବାରମ୍ବାର ପାଣି ପାଇଁ ଦାବି, ଧାରଣା କରିଥିଲେ ହେଁ କେହି କର୍ଣ୍ଣପାତ କରୁନାହାନ୍ତି। ଏ ନେଇ ମହିଳା ବିଡିଓଙ୍କୁ ଭେଟି ଜଳ ଯୋଗାଣ ନିମନ୍ତେ ଦାବି କରିଥିଲେ। ଘଷିପୁରା ବିଡିଓ ବିନିତା ବିଜୟିନୀ କହିଛନ୍ତି, ଜଳ ଯୋଗଣା ବ୍ୟବସ୍ଥା ହେବା ପର୍ଯ୍ୟନ୍ତ ଟ୍ୟାଙ୍କର ଯୋଗେ ପାଣି ଯୋଗାଇ ଦିଆଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri