ଗୋଇସରରେ ଜଳକଷ୍ଟ:ପାଣି ପାଇଁ ଧାରଣା ଦେଲେ ମହିଳା

ବରଗଡ଼,୮।୬(ପ୍ରେମାନନ୍ଦ ଖମାରୀ): ତାତି ଥମିବାର ନାଁ ନେଉ ନାହିଁ। ଘରେ ହେଉ ଅବା ବାହାରେ ଯେଉଁଠି ରହିଲେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସ୍ଥଳେ ବରଗଡ଼ ସଦର ବ୍ଲକ ଦେଓଗାଁ ପଞ୍ଚାୟତ ଅନ୍ତର୍ଗତ ଗୋଇସର ଗ୍ରାମରେ ପାନୀୟଜଳ ସଂକଟ ଜୀବନକୁ ଆହୁରି ଦୁର୍ବିସହ କରି ପକାଉଛି। ପାନୀୟଜଳ ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏଭଳି ଅଭିଯୋଗ ନେଇ ସୋମବାର ଗ୍ରାମର ମହିଳାମାନେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟକୁ ପହଞ୍ଚିଥିଲେ। ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇ ଗ୍ରାମବାସୀଙ୍କୁ ପର୍ଯ୍ୟାପ୍ତ ପାନୀୟଜଳ ଯୋଗାଇ ଦେବା ପାଇଁ ସେମାନେ ଦାବି କରିଥିଲେ। ଏହା ସହିତ ଏହି ଦାବି ନେଇ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ସେମାନେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ସ୍ମାରକପତ୍ର ଗ୍ରହଣ କରିଥିଲେ।
ସୂଚନା ଅନୁଯାୟୀ, ଉକ୍ତ ଗ୍ରାମରେ ପାନୀୟଜଳ ପ୍ରକଳ୍ପ ରହିଛି। ପ୍ରକଳ୍ପର ଓଭରହେଡ୍‌ ଟ୍ୟାଙ୍କ(ପାଣିଟାଙ୍କି)ରୁ ଗ୍ରାମବାସୀଙ୍କୁ ପାଇପ୍‌ ଦ୍ୱାରା ପାନୀୟଜଳ ଯୋଗାଣ ବ୍ୟବସ୍ଥା ରହିଛି। ମାତ୍ର ଗତପ୍ରାୟ ୩ ବର୍ଷ ଏହି ପ୍ରକଳ୍ପ ଠିକ୍‌ ଭାବେ ଚାଲୁ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଓଭରହେଡ୍‌ ଟ୍ୟାଙ୍କରେ ପାନୀୟଜଳ ରହି ପାରୁ ନ ଥିବାବେଳେ ଦାୟିତ୍ୱରେ ରହିଥିବା କର୍ମଚାରୀ ମଧ୍ୟ ସେଥିରେ ପାଣି ଭରିବାରେ ଅବହେଳା କରୁଥିବା ଅଭିଯୋଗ ହୋଇଛି। ସେହିପରି କମ୍‌ ଅଶ୍ୱ କ୍ଷମତା ସମ୍ପନ୍ନ ମୋଟର ପମ୍ପ ଲାଗିଥିବା ଯୋଗୁ ଟାଙ୍କି ଉପରକୁ ପାଣି ଉଠାଇ ନ ପାରିବାରୁ ଏଭଳି ସମସ୍ୟା ଉପୁଜିଥିବା ଗ୍ରାମବାସୀ କହିଛନ୍ତି।
ଉକ୍ତ ଓଭରହେଡ୍‌ ଟ୍ୟାଙ୍କ ପାଇଁ ୫ ଅଶ୍ୱ କ୍ଷମତା(୫ଏଚପି) ସମ୍ପନ୍ନ ମୋଟରପମ୍ପର ଆବଶ୍ୟକତା ରହିଛି। ମାତ୍ର ୨ ଅଶ୍ୱ କ୍ଷମତା ସମ୍ପନ୍ନ ମୋଟରପମ୍ପକୁ କାମଚଳାଭାବେ ୍ଯଯବହାର କରାଯାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଫଳରେ ପାନୀୟଜଳ ପ୍ରକଳ୍ପ କିଛି କାମକୁ ଆସୁ ନାହିଁ। ଅନ୍ୟପଟେ ପାନୀୟଜଳ ପାଇଁ ସେମାନଙ୍କୁ ବହୁବିଧ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଗ୍ରାମରେ ପାନୀୟଜଳ ପାଇଁ ଅନ୍ୟ କୌଣସି ବ୍ୟବସ୍ଥା ନଥିବା ଯୋଗୁ ସେମାନଙ୍କୁ ବହୁ ଦୂର ଦୂରାନ୍ତରକୁ ପାଣି ଆଣିବା ପାଇଁ ଯିବାକୁ ପଡ଼ୁଥିବା ମହିଳାମାନେ କହିଛନ୍ତି। ଏହି ସମସ୍ୟା ନେଇ ଗ୍ରାମବାସୀ ବାରମ୍ବାର ବିଭାଗୀୟ ଅଧିକାରୀ, କର୍ମଚାରୀଙ୍କ ଦୃଷ୍ଟି ଆକର୍ଷଣ କରି ସାରିଛନ୍ତି। ମାତ୍ର କିଛି ପଦକ୍ଷେପ ନିଆଯାଇ ନ ଥିବା ଯୋଗୁ ସେମାନେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଧାରଣାରେ ବସିବାକୁ ବାଧ୍ୟ ହୋଇଥିବା ମହିଳାମାନେ କହିଛନ୍ତି। ଗ୍ରାମରେ ଦେଖାଯାଇଥିବା ଏହି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ସେମାନେ ଦାବି କରିଛନ୍ତି। ଧାରଣାରେ ଗ୍ରାମର ଅନେକ ମହିଳା ସାମିଲ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?