ଚୈତ୍ରରେ ଜଳ ସଙ୍କଟ

କର୍ଲାମୁଣ୍ଡା: ୧୧।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଚୈତ୍ର ମାସ ନ ସରୁଣୁ ପାନୀୟ ଜଳ ସଙ୍କଟ ଦେଖା ଦେଇଛି। ବ୍ଲକରେ ଥିବା ଉତେଇ ନଦୀରେ ପାଣି ଶୁଖି ଯିବାରୁ ପାଇପ୍‌ ଜଳ ଯୋଗାଣ ଠପ୍‌ ହୋଇଯାଇଛି। ଫଳରେ ପାଣି ପାଇଁ ଲୋକେ ଡହଳବିକଳ ହେଉଛନ୍ତି।

ଅନ୍ୟପକ୍ଷେ ନଦୀ ଶୁଖି ଯିବାରୁ ସରଗୁଲ ମାଲପଡ଼ା, ଜୋରାଡବରା, ରେଗଡା, ବୋରପଦର, ରିଂଜା, ସାପଲହରା ପଞ୍ଚାୟତବାସୀ ପାଇପ୍‌ ପାଣି ପାଇବା ମୁସ୍କିଲ ହେଉଥିବା ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ ବ୍ଲକର ପୌରକେଲା, ତେରେସିଙ୍ଗା, ଗଜବାହଲ, ରିଷିଡା, ରାଜପୁର, କର୍ଲାମୁଣ୍ଡା ପଞ୍ଚାୟତରେ ମଧ୍ୟ ପାନୀୟ ଜଳ ସମସ୍ୟା ଦେଖାଦେଇଛି।

ଜଳ ସମସ୍ୟା ଦୂର କରିବାକୁ ରିଂଜା ପଞ୍ଚାୟତ ପକ୍ଷରୁ ଉତେଇ ନଦୀରେ ଜେସିବି ସାହାର୍ଯ୍ୟରେ ଚହଲା ଖୋଲିଥିଲେ। ହେଲେ ଜଳ ସମସ୍ୟା ଦୂର ହେଉ ନାହିଁ ବୋଲି ରିଂଜା ସରପଞ୍ଚ ପଞ୍ଚାନନ ବାଗ କହିଛନ୍ତି। ଏହି ସମ୍ପର୍କରେ ବିଭାଗୀୟ ଗ୍ରାମ୍ୟ ଜଳ ଓ ପରିମଳ ମିଶନ ଯନ୍ତ୍ରୀ ବିଭୂତି କିଷାନଙ୍କୁ ପଚାରିବାରୁ ବ୍ଲକରେ ୭୭୯ଟି ନଳକୂଅ କାର୍ଯ୍ୟକ୍ଷମ ରହିଛି, ନଦୀରେ ପାଣି ଶୁଖିବାରୁ ପାଇପ୍‌ପାଣି ଯୋଗେଇବାରେ ସମସ୍ୟା ଦେଖାଦେଇଛି। ଟ୍ୟାଙ୍କର ଯୋଗେ ପିଇବା ପାଣି ଯୋଗେଇବାକୁ ସରପଞ୍ଚମାନଙ୍କୁ କୁହାଯାଇଛି ବୋଲି କହିଛନ୍ତି। ବ୍ଲକର ବଡଡୁଙ୍ଗୁରିଗୁଡା, କର୍ଲାମୁଣ୍ଡା, ରାଜପୁର, ଅଗାଧୁପୁର, କୁସୁରଲା, ରେଗଡା, ସାପଲହରା, ଭଟାପଲା,କଣ୍ଡରେଇ, ସିରାବହାଲ ଆଦି ଅଞ୍ଚଳରେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟକୁ ଶେଷ କରାଗଲେ ଜଳ ଯୋଗାଣ ସମସ୍ୟା ଦୂର ହୋଇ ପାରିବ ବୋଲି ଅଞ୍ଚଳବାସୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗ (EC) ବିବାଦକୁ ନେଇ ବଢୁଛି ଜ୍ଞାନେଶ କୁମାରଙ୍କ ଅଡୁଆ, ମହାଭିଯୋଗ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ବିରୋଧୀ

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗ ଏବଂ SIR (ସିଷ୍ଟମାଟିକ ଇନଫର୍ମେସନ ରିଟ୍ରାଇଭାଲ) ପ୍ରକ୍ରିୟା ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ବର୍ତ୍ତମାନ…

ପ୍ରତି ମ୍ୟାଚ ପିଛା ୪.୮ କୋଟି ଟଙ୍କା… ଟିମ ଇଣ୍ଡିଆ ପାଇଁ ବଡ଼ ଲାଭ; ବିସିସିଆଇ (BCCI) ପାଇଲା…

ନୂଆଦିଲ୍ଲୀ,୨୪।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ପୂର୍ବରୁ ଟିମ ଇଣ୍ଡିଆର ‘ଟାଇଟଲ ସ୍ପନ୍ସର’ (ମୁଖ୍ୟ ପ୍ରାୟୋଜକ) ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିଛି। ବିଭିନ୍ନ ସୂତ୍ରରୁ ମିଳିଥିବା ଖବର…

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଲା ଲଘୁଚାପ ବର୍ଷା

ଛତ୍ରପୁର,୨୪।୯(ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଖରିଫ ଋତୁ ଫସଲ ପରେ ନୂଆ ଫସଲ ଚାଷ କରିବା ପାଇଁ ଚାଷୀମାନେ…

ଇସ୍ତଫା ଦେବେ ଅଜିତ ଅଗରକର; ଏହି ତାରିଖରେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ ନାମ ଘୋଷଣା କରିବ BCCI

ନୂଆଦିଲ୍ଲୀ,୨୪।୯: ବର୍ତ୍ତମାନ ‘ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ’ (BCCI) ସମ୍ମୁଖରେ ଥିବା ସବୁଠାରୁ ବଡ଼ ସମସ୍ୟା ହେଉଛି ଜଣେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ…

‘ଜ୍ଞାନେଶ ତୁରନ୍ତ ଇସ୍ତଫା ଦିଅନ୍ତୁ, ଷଡ଼ଯନ୍ତ୍ରରେ ସାମିଲ ଅଛନ୍ତି ପ୍ରଧାନମନ୍ତ୍ରୀ ମୋଦ-ଶାହା’, ରାହୁଲଙ୍କ କଡ଼ା ସମାଲୋଚନା

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗକୁ ନେଇ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

ଶ୍ରୀବଣା ଗାଁରେ ପୂର୍ବତନ ବିଧାୟକଙ୍କ ସହାୟତା, ଆବାସ ଯୋଜନାରେ ଘର ଯୋଗାଇଦେବାକୁ ବିଡିଓଙ୍କ ସହ ଆଲୋଚନା

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ ଶ୍ରୀବଣା ଗ୍ରାମର ଡ଼ି ଦୁର୍ଯ୍ୟଧନ ପାତ୍ରଙ୍କର ନିଜସ୍ୱ ଘର ନଥିବାରୁ ଗାଁ ଶେଷରେ ଟିଣ ପକାଇ…

ଖରସ୍ରୋତା ନଦୀକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ଯାଜପୁର,୨୪।୯: ଯାଜପୁର ଜିଲା ବିଞ୍ଝାରପୁର ଖରସ୍ରୋତା ନଦୀ ବ୍ରିଜ ଉପରୁ ଗୁରୁବାର ଜଣେ ମହିଳା ଡେଇଁ ପଡିଥିଲେ। ମହିଳା ଜଣକ ବ୍ରିଜ୍‌ ଉପରେ ଚପଲ ଓ ଛତା…

ପ୍ରସୂତିଙ୍କୂ ମିଳିଲାନି ଆମ୍ବୁଲାନ୍ସ ସେବା: ଅଧାବାଟରେ ଚାଲିଗଲା ଜୀବନ

କେନ୍ଦ୍ରାପଡ଼ା,୨୪।୯(ଜଗନ୍ନାଥ ଧଳ): ଆମ୍ବୁଲାନ୍ସ ସେବା ନ ପାଇ କେନ୍ଦ୍ରାପଡ଼ା ବ୍ଲକ ଇନ୍ଦୁପୁର ସିଏଚ୍‌ସି ଅଧୀନ ନିକିରାଇ ଥାନା ଅନ୍ତର୍ଗତ ପୂର୍ବ ନିକିରାଇ ଗ୍ରାମରେ ଗୁରୁବାର ଜଣେ ପ୍ରସୂତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?