ମାଦ୍ରିସାହିରେ ଜଳସଙ୍କଟ

ମାଥିଲି,୯ା୫(ଡି.ଏନ.ଏ.): ପାଣିମୁନ୍ଦେ ପାଇଁ ଏବେ ଚିନ୍ତାରେ ପଡିଛନ୍ତି ମାଲକାନଗିରି ଜିଲା ମାଥିଲି ବ୍ଲକ ମାଦ୍ରିସାହି ଲୋକେ। ବର୍ଷ ବର୍ଷ ଧରି ଜଳ ଯନ୍ତ୍ରଣା ଭୋଗୁଥିବା ଏହି ସାହିବାସିନ୍ଦାଙ୍କ ପାଇଁ ପ୍ରଶାସନ ନେଉନି କୌଣସି ପଦକ୍ଷେପ। ଏପରି ଜଳକଷ୍ଟ ଦେଖିବାକୁ ମିଳିଛି ମାଲକାନଗିରି ଜିଲା ମାଥିଲି ବ୍ଲକ ସାଲିମି ସଦର ପଞ୍ଚାୟତର ମାଦ୍ରିସାହିରେ।
ଏହି ସାହିରେ ମୋଟ ୫୦ ପରିବାର ବସବାସ କରନ୍ତି। ୩ଶହ ଜନସଂଖ୍ୟା ଲାଗି ସାହିରେ ରହିଛି ମାତ୍ର ଗୋଟିଏ ନଳକୂପ। ତାହା ପୁଣି ୪୦ ବର୍ଷ ତଳେ ଖନନ କରାଯାଇଥିଲା। ସେହି ପୁରୁଣା ନଳକୂପରୁ ପାଣିମୁନ୍ଦେ ନେବାକୁ ନିର୍ଭର କରୁଛନ୍ତି ସାହିବାସିନ୍ଦା। ଘଣ୍ଟା ଘଣ୍ଟା ଧରି ନଳକୂପ ମାରିଲେ ବାହାରୁଛି ପାଣି। ଆଇରନ ସହ ଗୋଳିଆ ପାଣି ବାହାରୁଥିବାରୁ ଏହା ବ୍ୟବହାର ଉପଯୋଗୀ ହୋଇପାରୁନି। କୌଣସି ବିକଳ୍ପ ନ ଥିବାରୁ ଏହି ପାଣି ବ୍ୟବହାର କରିବାକୁ ବାଧ୍ୟ ହେଉଛନ୍ତି ସାହିବାସିନ୍ଦା। ଏହି ଦୂଷିତ ପାଣି ପିଇ ସାହିର ଅନେକେ ବିଭିନ୍ନ ଶିକାର ହେଉଛନ୍ତି । କେତେଜଣ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କଲେଣି।
ସରକାର ପ୍ରତ୍ୟେକ ଅଞ୍ଚଳକୁ ବିଶୁଦ୍ଧ ପାନୀୟଜଳ ଯୋଗାଇ ଦେଉଥିବା କହୁଥିବା ବେଳେ ଏଠାରେ ବିଶୁଦ୍ଧ ପାଣି ଲୋକଙ୍କ ପାଇଁ ସ୍ବପ୍ନ ପାଲଟିଛି। ୫ ବର୍ଷ ତଳେ ଗାଁରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରି ତିରିଶ ହଜାର ଲିଟର ବିଶିଷ୍ଟ ଏକ ପାଣି ଟାଙ୍କି ନିର୍ମାଣ କରାଯାଇଛି। ପ୍ରତି ସାହିକୁ ଷ୍ଟାଣ୍ଡପୋଷ୍ଟ ନିର୍ମାଣ ହୋଇଛି। ଏହା ନିର୍ମାଣର ୫ ବର୍ଷ ବିତିଯାଇଥିଲେ ମଧ୍ୟ ପାଇପ ଯୋଗେ ପାନୀୟ ଜଳ ଯୋଗାଣ ଏଯାଏ ସମ୍ଭବ ହୋଇନାହିଁ। ଟାଙ୍କି ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ପହଞ୍ଚତ୍ ଭୁଶୁଡ଼ି ପଡ଼ିଲାଣି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ପଞ୍ଚାୟତ କାର୍ଯ୍ୟାଳୟଠାରୁ ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ସାହିବାସିନ୍ଦା ଜଣାଇଥିଲେ ମଧ୍ୟ କିଛି ସୁଫଳ ମିଳିନାହିଁ। ଏନେଇ ଓ୍ବାର୍ଡମେମ୍ବର ମଧ୍ୟ ଅନେକ ଥର ପ୍ରଶାସନକୁ ଜଣାଇ ଆସିଛନ୍ତି। ମାତ୍ର ପ୍ରଶାସନ ଗୁରୁତ୍ୱ ଦେଇନାହିଁ। ଏଥିପ୍ରତି ପ୍ରଶାସନ ଗୁରୁତ୍ୱ ଦେଇ ମାଦ୍ରିସାହିକୁ ପାନୀୟ ଜଳ ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri