ଖବର ପ୍ରସାରଣ ପରେ ଗାଁରୁ ଦୂର ହେଲା ଜଳ ସଙ୍କଟ

ମୋହନା,୧୩ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଖାରିକୁଆରେ ୨୫ ପରିବାର ରହନ୍ତି। ଗ୍ରାମରେ ରହିଛି ଗୋଟିଏ ମାତ୍ର ନଳକୂଅ। ଗ୍ରୀଷ୍ମ ଋତୁରେ ଅଧିକ ତାପମାତ୍ରା ଯୋଗୁ ନଦୀ ଶୁଖିଯାଇଥିବା ବେଳେ ଜଳସ୍ତର କମି ନଳକୂପରୁ ନାଲିପାଣି ବାହାରୁଥିଲା। ଏହି ଦୂଷିତ ପାଣି ପିଇ ଗ୍ରାମବାସୀ ବିଭିନ୍ନ ରୋଗ ଶିକାର ହେଉଥିଲେ।

ଗତ ୧୧ ତାରିଖରେ ଏ ନେଇ ଧରିତ୍ରୀରେ ଏକ ଖବର ପ୍ରକାଶ ପରେ ବ୍ଲକ ପ୍ରଶାସନ ତତ୍ପର ହୋଇଉଠିଛି। ବିଡ଼ିଓ ରାଜୀବ ଦାସ ଦେଇଥିବା ପ୍ରତିଶ୍ରୁତି ଅନୁସାରେ ରବିବାର ଖାରିକୁଆ ଗ୍ରାମରେ ନିର୍ବାହୀଯନ୍ତ୍ରୀ ପଦ୍ମନାଭ ଖଣ୍ଡେଇ ନଳକୂପ ମରାମତି କରି ଗ୍ରାମବାସୀଙ୍କୁ ସ୍ବଚ୍ଛ ଜଳ ଯୋଗାଇ ଦେଇଛନ୍ତି। ବିଡିଓ ନିଜ ପ୍ରତିଶ୍ରୁତି ରଖିଥିବାରୁ ତାଙ୍କୁ କୃଜ୍ଞତା ଜଣାଇଛନ୍ତି ଗ୍ରାମବାସୀ।


Enter your email to get our daily news in your inbox.

All Right Reserved By Dharitri.Com

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ...

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା...

ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ

ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ):  କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ...

କ୍ରିକେଟ ମ୍ୟାଚ ଦେଖିବାକୁ ଯାଇ ନିଖୋଜ ଥିବା ୪ ନାବାଳକ ସୁରକ୍ଷିତ ଉଦ୍ଧାର

ଦେବଗଡ଼,୨୨।୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲାର ନିଖୋଜ ୪ ନାବାଳକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ରିଆମାଳ ଥାନା ଟିଙ୍କବୀର ଗ୍ରାମର ୪ ଜଣ ପଞ୍ଚମ ଶ୍ରେଣୀ...

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ...

ଦିଲ୍ଲୀ ପ୍ରଦୂଷଣ: କେନ୍ଦ୍ରକୁ କାର୍ଯ୍ୟ ଯୋଜନା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୧: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ଖରାପ ହେବାରେ ଲାଗିଥିବାବେଳେ ଏଥିରେ ସୁଧାର ଆଣିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri