ଗ୍ରୀଷ୍ମ ଆରମ୍ଭରୁ ଜଳ ସଙ୍କଟ

କେନ୍ଦୁଝର,୩।୪(ଡି.ଏନ୍‌.ଏ.) ଗ୍ରୀଷ୍ମ ଆରମ୍ଭରୁ ହିଁ କେନ୍ଦୁଝରଗଡ଼ ପୌରପାଳିକାର ୨୧ ୱାର୍ଡରେ ଜଳ ସଙ୍କଟ ଦେଖାଦେଇଛି। ପାନୀୟ ଜଳ ପାଇଁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ବିଗତ ଦିନରେ ରାସ୍ତା ପ୍ରଶସ୍ତିକରଣ ଯୋଗୁ ରାସ୍ତାକଡ଼ରେ ଥିବା ନଳକୂପଗୁଡ଼ିକୁ ଉଠାଇ ନିଆଯାଇଛି। ଫଳରେ ବର୍ତ୍ତମାନର ୩୫ରୁ ୪୦ଡିଗ୍ରୀ ତାତିରେ ରାଜରାସ୍ତାରେ ଯାଉଥିବା ବାଟୋଇଙ୍କ ପାଇଁ ମଧ୍ୟ ପାନୀୟ ଜଳର କୌଣସି ପ୍ରକାର ବ୍ୟବସ୍ଥା ନାହିଁ। ଏଥିପ୍ରତି ବିଶେଷ ଧ୍ୟାନ ଦେଇ ସୁବ୍ୟବସ୍ଥା କରିବାକୁ ନବନିର୍ବାଚିତା ପୌରାଧ୍ୟକ୍ଷାଙ୍କୁ ସ୍ଥାନୀୟ ଲୋକେ ଅନୁରୋଧ କରିଛନ୍ତି। ପୌରପାଳିକାର ୨୧ ୱାର୍ଡ ମଧ୍ୟରୁ ଜିଲା ମୁଖ୍ୟ ଚିକିତ୍ସାଳୟ ପାଖାପାଖି ଅଞ୍ଚଳ ପଟେ ସକାଳେ ଓ ସନ୍ଧ୍ୟା ସମୟରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପାନୀୟ ଜଳ ଯୋଗାଣ ହେଉଛି। ହେଲେ ଅନ୍ୟ ୱାର୍ଡଗୁଡ଼ିକରେ ଏହି ସୁବିଧା ମିଳୁ ନ ଥିବା ଯୋଗୁ ଲୋକେ ହଇରାଣ ହେଉଛନ୍ତି। ମୁଖ୍ୟତଃ ୯ ନଂ. ୱାର୍ଡରେ ଦୈନିକ ଅପରାହ୍ନ ୨ଟାରୁ ୩ଟା ମଧ୍ୟରେ ବର୍ତ୍ତମାନ ପ୍ରାୟତଃ ଖୁବ୍‌ କମ୍‌ ସମୟ ପାଣି ଦେବା ପରେ ବନ୍ଦ ହୋଇଯାଉଛି। ଏପରିକି ବହୁ ସମୟରେ ପାଣି ଆଦୌ ଆସୁ ନ ଥିବା ଅଭିଯୋଗ ହେଉଛି। ଏହି ସମସ୍ୟାର ସମାଧାନ ଲାଗି ଆଇନଜୀବୀ ତଥା ସାମାଜିକ କର୍ମୀ ସୁଶ୍ରୀ ସଙ୍ଗୀତା ସିଂହ ଦାବି କରିଛନ୍ତି। ଏ ଦିଗ ପ୍ରତିି ଧ୍ୟାନ ଦିଆ ନ ଗଲେ ଜନସ୍ବାସ୍ଥ୍ୟ ଖଣ୍ଡ, ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯିବ ବୋଲି ସେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri