ଖରସ୍ରୋତାରୁ ଭଦ୍ରକକୁ ପାଣି ଦେବା ବିବାଦ: ପରିବେଶ ପ୍ରଭାବ ସମ୍ପର୍କରେ ଅନୁଧ୍ୟାନ ହେବ

କେନ୍ଦ୍ରାପଡା ଅଫିସ/ରାଜକନିକା/ଆଳି,୪ା୧୨(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ବରୁଣାଡିହାଠାରେ ଖରସ୍ରୋତା ନଦୀରେ ମେଗା ପାନୀୟ ଜଳ ପ୍ରକଳ୍ପରୁ ଭଦ୍ରକ ଜିଲାକୁ ପାନୀୟ ଜଳ ଯୋଗାଣ ନେଇ ବିବାଦ ଏକ ଭିନ୍ନ ସ୍ଥିତିରେ ପହଞ୍ଚତ୍ଛି। ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଏହି ପ୍ରକଳ୍ପରୁ ଭଦ୍ରକକୁ ପାଣି ଯୋଗାଣ ସପକ୍ଷରେ ଭିତରକନିକା ପରିବେଶ ସମ୍ବେଦନଶୀଳ(ଇକୋ ସେନ୍‌ସେଟିଭ) ଜୋନ୍‌ ମନିଟରିଂ କମିଟିର ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ସେହିପରି ରାଜକନିକା ବ୍ଲକ ବ୍ରାହ୍ମଣୀଡିହାଠାରେ ଖରସ୍ରୋତା ବଞ୍ଚାଅ ସଂଗ୍ରାମ ସମିତି ପକ୍ଷରୁ ଆନ୍ଦୋଳନର ଆଗାମୀ ରୂପରେଖ ସମ୍ପର୍କରେ ଆଲୋଚନା କରାଯାଇଛି। ଜିଲା ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ବୈଠକରେ ପ୍ରକଳ୍ପ ସପକ୍ଷ ପାଇଁ ପ୍ରସ୍ତାବ ଆଗତ କରାଯାଇ ଆଲୋଚନା ହୋଇଥିଲା। ତେବେ ସଦସ୍ୟଙ୍କ ବିରୋଧ ପରେ ପରିବେଶ ଉପରେ ପ୍ରଭାବ ସମ୍ପର୍କରେ ଅନୁଧ୍ୟାନ ପାଇଁ ପ୍ରସ୍ତାବ ଆଗତ ହୋଇଥିଲା। ଅପରପକ୍ଷରେ ଖରସ୍ରୋତା ନଦୀକୁ ଶୁଖିବାକୁ ଦିଆଯିବନାହିଁ ବୋଲି ସଂଗ୍ରାମ ସମିତିର
ଆଲୋଚନା ପରେ ନିଷ୍କର୍ଷ ବାହାରିଛି।
ବରୁଣାଡିହାସ୍ଥିତ ଖରସ୍ରୋତା ନଦୀର ଏହି ପ୍ରକଳ୍ପରୁ ଭଦ୍ରକ ଜିଲାର ବାସୁଦେବପୁର, ଧାମନଗର, ତିହିଡି ଓ ଚାନ୍ଦବାଲି ବ୍ଲକର ୯୧ ପଞ୍ଚାୟତକୁ ପାନୀୟ ଜଳ ଯୋଗାଣ ପାଇଁ ରାଜ୍ୟ ସରକାର ମଞ୍ଜୁରୀ ଦେଇଛନ୍ତି। ଏଥିପାଇଁ ବସୁଧା ଯୋଜନାରେ ୮୯୨ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ନୂଆହାଟଠାରେ ଜଳ ବିଶୋଧନ ପ୍ରଣାଳୀର ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ବିଭିନ୍ନ ଅଞ୍ଚଳକୁ ପାଇପ ବିଛାଇବା କାମ ଚାଲିଛି। ତେବେ ବରୁଣାଡିହା ଓ ନୂଆହାଟ ଅଞ୍ଚଳ ଭିତରକନିକା ଇକୋ ସେନ୍‌ସେଟିଭ ଜୋନରେ ରହିଥିବାରୁ ମନିଟରିଂ କମିଟିର ସୁପାରିସ ଆବଶ୍ୟକ। ପ୍ରକଳ୍ପ ଆରମ୍ଭ ପୂର୍ବରୁ ଭିତରକନିକା ପ୍ରତି ପଡୁଥିବା ପ୍ରଭାବ ସମ୍ପର୍କରେ ମନିଟରିଂ କମିଟିରେ ଆଲୋଚନା ହୋଇ ନ ଥିବାରୁ କମିଟି ସଦସ୍ୟ ସ୍ବେଚ୍ଛାସେବୀ ଶ୍ରୀକାନ୍ତ ନାୟକ ବିରୋଧ କରିଛନ୍ତି। ଏହି ଯୋଜନାରେ ବର୍ଷା ଜଳ ସଂରକ୍ଷଣ ପାଇଁ ବ୍ୟବସ୍ଥା କରିବାକୁ ଥିବାବେଳେ କେଉଁ ତଥ୍ୟ ଉପରେ ପ୍ରକଳ୍ପ ହେଉଛି ବୋଲି ସେ ପ୍ରଶ୍ନ କରିଛନ୍ତି। ଏଥିସହ ଉଠାଇବାକୁ ଥିବା ଜଳର ପରିମାଣ, ସ୍ଥାନୀୟ କୃଷି ଓ ଭିତରକନିକାର ଜୈବ ବିବିଧତା ନଷ୍ଟ ଉପରେ ବିରୋଧ ହୋଇଥିଲେ ମଧ୍ୟ ପ୍ରକଳ୍ପର ଆବଶ୍ୟକତା ଦର୍ଶାଇ ଆଲୋଚନା ହୋଇଥିଲା। ଜିଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏସ୍‌ପି ନୀତିଶେଖର, ଡିଏଫ୍‌ଓ ବିକାଶ ରଞ୍ଜନ ଦାଶଙ୍କ ସମେତ ସଦସ୍ୟମାନେ ଉପସ୍ଥିତ ଥିଲେ। ସେହିପରି ସ୍ଥାନୀୟ କୃଷି ଓ ଭିତରକନିକାର ଜୈବ ବିବିଧତା ନଷ୍ଟ ଆଶଙ୍କାରେ ଖରସ୍ରୋତା ବଞ୍ଚାଅ ସଂଗ୍ରାମ ସମିତି ପକ୍ଷରୁ ପ୍ରକଳ୍ପ ବିରୋଧରେ ଆନ୍ଦୋଳନ ଜାରି ରହିବ ବୋଲି ନିଷ୍ପତ୍ତି ହୋଇଥିଲା। ସଂଗ୍ରାମ ସମିତି ସଭାପତି ଦୁର୍ଯ୍ୟୋଧନ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପୂର୍ବତନ ଆଳି ବିଧାୟକ ଦେବେନ୍ଦ୍ର ଶର୍ମା, ଦୋଳଗୋବିନ୍ଦ ନାୟକ, ସଂଗ୍ରାମ ସମିତି ସମ୍ପାଦକ ବିଧାନ ଚନ୍ଦ୍ର ଦାସ, କର୍ମକର୍ତ୍ତା କାଳିପ୍ରସାଦ ନାୟକ, ସବିତା ବରଜ, ଉମେଶ ମଲ୍ଲ ପ୍ରମୁଖ ଯୋଗ ଦେଇଥିଲେ। ଏଥିରେ ୫୦୦ରୁ ଅଧିକ ସ୍ଥାନୀୟ ଅଧିବାସୀ ଉପସ୍ଥିତ ରହି ନିଜ ମତ ଦେବା
ସହ ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri