Posted inଜାତୀୟ

ଚେନ୍ନାଇରେ ଘରେ ପଶିଲା ପାଣି

ଚେନ୍ନାଇ, ୮।୧୧ : ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ତାମିଲନାଡୁ ଉତ୍ତର ଉପକୂଳ ଅଞ୍ଚଳରେ ଶନିବାର ରାତିରୁ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ବହୁ ଅଞ୍ଚଳ ଜଳମଗ୍ନ ହେବା ସହ ଲୋକଙ୍କ ଘରେ ବର୍ଷାପାଣି ପଶିଯାଇଛି। ଲଗାଣ ବର୍ଷା ଯୋଗୁ ଚେନ୍ନାଇ ଜଳାର୍ଣ୍ଣବ ହୋଇଥିବାବେଳେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ରବିବାର ପ୍ରଶାସନ ପକ୍ଷରୁ ପ୍ରାରମ୍ଭିକ ବନ୍ୟା ସତର୍କ ସୂଚନା ଜାରି କରାଯାଇଛି। ୨୦୧୫ ପରେ ଚେନ୍ନାଇ ଓ ଏହାର ଆଖପାଖ ଅଞ୍ଚଳରେ ଏହା ସର୍ବାଧିକ ବର୍ଷା ବୋଲି କୁହାଯାଉଛି। ଚେନ୍ନାଇ ଓ ଅନ୍ୟ ୩ଟି ଜିଲାରେ ପ୍ରବଳ ବର୍ଷା ଯୋଗୁ ଆଗାମୀ ଦୁଇଦିନ ପାଇଁ ସ୍କୁଲ୍‌ କଲେଜ ବନ୍ଦ କରିଦିଆଯାଇଛି। ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇଥିବାରୁ ଏହା ୨୦୧୫ ଚେନ୍ନାଇ ବନ୍ୟାର ଭୟାବହତାକୁ ମନେ ପକାଇଦେଉଛି। ରବିବାର ଦିନ ତମାମ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି। ୧୦ ଘଣ୍ଟା ମଧ୍ୟରେ ଚେନ୍ନାଇରେ ୧୪ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି। ଆନ୍ନା ନଗର ଓ ସତ୍ୟ ନଗରରୁ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ମ୍ୟୁନିସିପାଲ ଅଧିକାରୀମାନେ କୋଲାଥୁର ଅଞ୍ଚଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ ରବିବାର ଅନ୍ୟ ମନ୍ତ୍ରୀ ଓ ଅଫିସରମାନଙ୍କ ସହ ଚେନ୍ନାଇର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଯେଉଁମାନେ ଦୀପାବଳି ପାଳନ ଲାଗି ନିଜ ଜନ୍ମସ୍ଥାନକୁ ଯାଇଥିଲେ, ସେମାନେ କିଛିଦିନ ପାଇଁ ଚେନ୍ନାଇ ନ ଫେରିବା ଲାଗି ଷ୍ଟାଲିନ ଅନୁରୋଧ କରିଛନ୍ତି। ରବିବାର ସକାଳେ ସେ ଚେନ୍ନାଇର ଏଗ୍‌ମୋର, ଡଟନ, କେଏନ୍‌ ଗାର୍ଡେନ, ପଡାଲମ, ନ୍ୟୁ ପ୍ୟାଲେସ୍‌ ରୋଡ, ଅଟ୍ଟେରି, କାନପୁର ହାଇରୋଡ ଆଦି ଅଞ୍ଚଳକୁ ଗସ୍ତ କରିଥିଲେ। ତୁରନ୍ତ ଜଳ ନିଷ୍କାସନ ବ୍ୟବସ୍ଥା କରିବା ସହ ଲୋକଙ୍କ ସମସ୍ୟାର ସମାଧାନ ଲାଗି ସେ ପ୍ରଶାସନକୁ ନର୍ଦ୍ଦେଶ ଦେଇଛନ୍ତି। ପାଣି ଘେରରେ ଥିବା ଲୋକମାନଙ୍କ ପାଖକୁ ୫୦ ହଜାର ଖାଦ୍ୟ ପୁଡ଼ିଆ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ପଠାଯାଇଛି। ଜଳ ନିଷ୍କାସନ ଲାଗି ବିଭିନ୍ନ ଅଞ୍ଚଳରେ ୫୦୦ ବୃହତ୍‌ ମୋଟର ପମ୍ପ୍‌ ଲଗାଯାଇଛି। ଉଦ୍ଧାର କାର୍ଯ୍ୟରେ ଏନ୍‌ଡିଆର୍‌ଏଫ୍‌, ଅଗ୍ନିଶମ ଏବଂ ପୋଲିସକୁ ନିୟୋଜିତ କରାଯାଇଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚେନ୍ନାଇ ବନ୍ୟା ସ୍ଥିତି ସମ୍ପର୍କରେ ଷ୍ଟାଲିନ୍‌ଙ୍କ ସହ କଥା ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri