ଜଳକା ନଦୀରେ ବନ୍ୟା, ବସ୍ତା ଇଲେକ୍ଟ୍ରି ଅଫିସରେ ପଶିଲା ପାଣି

ବସ୍ତା,୧୪।୮(ହରିଶଙ୍କର ପାଢ଼ୀ): ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ବାଲେଶ୍ବର ବସ୍ତାରେ ଜଳକା ନଦୀରେ ବନ୍ୟା ଆସିବା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ମଥାନି ଠାରେ ରାସ୍ତା ବନ୍ଦ ହୋଇ ରହିଛି । ବସ୍ତା ପୋଲିସ ଷ୍ଟେସନ, ବସ୍ତା ତହସିଲ ଅଫିସ ତଥା ଏଡିପିଓ ଅଫିସ ପାଣି ଘେରରେ ରହିଛି । ବସ୍ତା ଇଲେକ୍ଟ୍ରି ଅଫିସ ପରିସର ମଧ୍ୟ ବନ୍ୟା ପାଣିରେ ବୁଡି ରହିଛି ।

ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇବା ସହ ବନ୍ୟାଜଳ ବସ୍ତା ଅଞ୍ଚଳର ବିଭିନ୍ନ ଅଞ୍ଚଳରେ ପଶିଛି । ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିସରରେ ପାଣି ଜମିବା କାରଣରୁ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି । ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ସମେତ ବିଭିନ୍ନ ଜିଲାରେ ଜଳସ୍ତର ବୃଦ୍ଧି ପାଇଛି । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଥିବା ବେଳେ ଆସନ୍ତା ଚବିଶ ଘଣ୍ଟା ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ଏକ ପ୍ରକାର ଚିନ୍ତାକୁ ଦ୍ବିଗୁଣିତ କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?