Posted inଜାତୀୟ

ଦିଲ୍ଲୀରେ ଲୋକଙ୍କ ଘରେ ପଶିଲା ପାଣି

ନୂଆଦିଲ୍ଲୀ,୩ା୯: ସମଗ୍ର ଉତ୍ତର ଭାରତରେ ବର୍ଷା ବିତ୍ପାତ ଲାଗିରହିଥିବାବେଳେ ଜମ୍ମୁ-କଶ୍ମୀର, ପଞ୍ଜାବ, ଉତ୍ତରାଖଣ୍ଡ, ହିମାଚଳପ୍ରଦେଶ ସମେତ ବିଭିନ୍ନ ରାଜ୍ୟରେ ବନ୍ୟା ଆସି ବ୍ୟାପକ ଧନଜୀବନ କ୍ଷତି ହୋଇଛି। ବହୁ ରାସ୍ତା ପାଣିରେ ବୁଡ଼ିରହିବା ସହ ଅନେକ ଘର ଭାସିଯାଇଛି। ବାଦଲଫଟା ବର୍ଷା ଯୋଗୁ ଗତ କିଛିଦିନ ମଧ୍ୟରେ ହିମାଚଳପ୍ରଦେଶ ଓ ଉତ୍ତରାଖଣ୍ଡରେ ହଠାତ୍‌ ବନ୍ୟା ଆସି ଅନେକ ଶହ ଲୋକଙ୍କ ଜୀବନ ଯାଇଛି। ଜମ୍ମୁ-କଶ୍ମୀରରେ ୧୨୨ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ପଞ୍ଜାବ ବନ୍ୟାରେ ୨୯ ଜଣଙ୍କ ଜୀବନ ଯାଇଛି। ଅନେକ ହଜାରଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ହିମାଚଳପ୍ରଦେଶରେ ହଠାତ୍‌ ବନ୍ୟା ଓ ଭୂସ୍ଖଳନରେ ୩୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଲାଣି। ଦିଲ୍ଲୀ ଏବଂ ଜାତୀୟ ରାଜଧାନୀ ଅଞ୍ଚଳରେ ପ୍ରବଳ ବର୍ଷା ଲାଗିରହିଥିବାରୁ ସେଠାରେ ମଧ୍ୟ ବନ୍ୟା ଆଶଙ୍କା ଦେଖାଦେଇଛି। ମଙ୍ଗଳବାର ଯମୁନା ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବାବେଳେ ଟ୍ରାନ୍ସ-ଯମୁନା ବେଲ୍ଟର ଖାଲୁଆ ଅଞ୍ଚଳରେ ଲୋକଙ୍କ ଘରେ ପାଣି ପଶିଛି। ବ୍ୟାରେଜ୍‌ଗୁଡ଼ିକ କ୍ରମାଗତ ପାଣି ଛାଡ଼ୁଥିବାରୁ ଜଳପତ୍ତନ ଆହୁରି ବଢ଼ିବା ଆଶଙ୍କା କରାଯାଉଛି। ପୁରୁଣା ଯମୁନା ବ୍ରିଜ୍‌ ନିକଟରେ ବିପଦ ସଙ୍କେତ ୨୦୫.୩୩ ମିଟର ହୋଇଥିବାବେଳେ ସେଠାରେ ୨୦୫.୮୧ ମିଟର ଉଚ୍ଚରେ ଜଳ ପ୍ରବାହିତ ହେଉଛି ଓ ଏହା ଆହୁରି ବଢ଼ିବା ସମ୍ଭାବନା ରହିଛି।
ପ୍ରବଳ ବର୍ଷା ଲାଗିରହିଥିବାରୁ ମଙ୍ଗଳବାର ଜମ୍ମୁ-କଶ୍ମୀର, ଗୁରୁଗ୍ରାମ, ଉତ୍ତରପ୍ରଦେଶ ଓ ଚଣ୍ଡିଗଡ଼ରେ ସ୍କୁଲ୍‌ଗୁଡ଼ିକ ବନ୍ଦ ରହିଛି। ସୋମବାର ଜାତୀୟ ରାଜଧାନୀ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁ ୨୦ କିଲୋମିଟର ବ୍ୟାପୀ ଟ୍ରାଫିକ୍‌ ଜାମ୍‌ ହୋଇଥିଲା। ଫଳରେ ଗୁରୁଗ୍ରାମର ଘରୋଇ ଓ କର୍ପୋରେଟ୍‌ ଅଫିସ୍‌ଗୁଡ଼ିକ ସେମାନଙ୍କ କର୍ମଚାରୀଙ୍କୁ ଘରୁ କାମ କରିବାକୁ କହିଥିଲେ। ବନ୍ୟା ଯୋଗୁ ଦିଲ୍ଲୀ-ଏନ୍‌ସିଆର୍‌ର ବିଭିନ୍ନ ରାସ୍ତା ସମେତ ଜମ୍ମୁ-କଶ୍ମୀର ଓ ଉତ୍ତରାଖଣ୍ଡର ବହୁ ରାସ୍ତା ଅବରୋଧ ହୋଇଛି। ପଞ୍ଜାବରେ ଅଗଷ୍ଟରେ ୨୫୩.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ବାଭାବିକଠାରୁ ୭୪ ପ୍ରତିଶତ ଅଧିକ ଏବଂ ୨୫ ବର୍ଷ ମଧ୍ୟରେ ସର୍ବାଧିକ। ସେଠାର ୧୦ ଜିଲାରେ ବନ୍ୟା ଆସି ବ୍ୟାପକ କ୍ଷୟକ୍ଷତି ହୋଇଛି। ୭ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀ, ଉତ୍ତରପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ, ଜମ୍ମୁ-କଶ୍ମୀର, ରାଜସ୍ଥାନ ଓ ହରିୟାଣାରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ସତର୍କ କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?