ପାଣି ଖସିଲା, ଦୁର୍ଦ୍ଦଶା ବଢ଼ିଲା

ଅନୁଗୋଳ, ୫ା୮ (ଅମିତ କୁମାର ସାମଲ): ଲଗାଣ ବର୍ଷା ଓ ବନ୍ୟା ଯୋଗୁ ଅନୁଗୋଳ ଜିଲାର ବିଭିନ୍ନ ବ୍ଲକରେ ସୃଷ୍ଟି ହୋଇଥିବା ଜଳାର୍ଣ୍ଣବ ସ୍ଥିତିରେ ଶୁକ୍ରବାର ସୁଧାର ଆସିଛି। ବିଶେଷକରି ମହାନଦୀରେ ବନ୍ୟା ଜଳ ହ୍ରାସ ପାଇଥିବାରୁ ବିପନ୍ନ ଲୋକଙ୍କ ଭୟ ଦୂର ହୋଇଛି। ମୁତୟନ କରାଯାଇଥିବା ଏନ୍‌ଡିଆର୍‌ଏଫ୍‌ ଓ ଓଡ୍ରାଫ ଟିମ୍‌କୁ ପ୍ରଶାସନ ପକ୍ଷରୁ ରିଲିଭ୍‌ କରିଦିଆଯାଇଛି। ବିଭିନ୍ନ ଅଞ୍ଚଳରୁ ବର୍ଷା ଓ ବନ୍ୟା ପାଣି ଖସିବା ପରେ ଅନେକ ସ୍ଥାନରେ ଘର, ରାସ୍ତା କ୍ଷତିଗ୍ରସ୍ତ ହୋଇଥିବା ଦେଖିବାକୁ ମିଳୁଛି। ସହସ୍ରାଧିକ ହେକ୍ଟରରେ ଫସଲ ଉଜୁଡ଼ିଯାଇଛି। ପ୍ରଶାସନ ପକ୍ଷରୁ ସମସ୍ୟାରେ ସୁଧାର ଆଣିବାକୁ ଉଦ୍ୟମ କରାଯାଉଛି। ଆଠମଲ୍ଲିକ ଓ ଟିକରପଡ଼ାରୁ ଉଦ୍ଧାର କରି ଅଣାଯାଇଥିବା ଲୋକଙ୍କୁ ଅସ୍ଥାୟୀ ଶିବିରରେ ରଖାଯାଇ ଖାଦ୍ୟ ଓ ପାନୀୟ ଯୋଗାଇ ଦିଆଯାଉଛି। ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ସେଠାରେ ପାରାମେଡିକାଲ କର୍ମଚାରୀ ଓ ଡାକ୍ତରୀ ଟିମ୍‌କୁ ରଖାଯାଇଛି। ଜିଲାରେ କେତେ କ୍ଷୟକ୍ଷତି ହୋଇଛି ତାହାର ସମ୍ପୂର୍ଣ୍ଣ ଆକଳନ ଶେଷ ହୋଇପାରି ନାହିଁ। କିନ୍ତୁ ପ୍ରାଥମିକ ରିପୋର୍ଟ ସରକାରଙ୍କୁ ପ୍ରଦାନ କରାଯାଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଅନୁଗୋଳ ଜିଲାରେ ଲଗାଣ ବର୍ଷା ଓ ବନ୍ୟା ଯୋଗୁ ୬୦୭ ଘର ପ୍ରଭାବିତ ହୋଇଛି। ସେଥିମଧ୍ୟରୁ ୫୮୩ଟି ଘର ଆଂଶିକ ଓ ୨୦ ଘର ଅଧିକ ପ୍ରଭାବିତ ହୋଇଛି। ୪ଟି ଘର ସମ୍ପୂର୍ଣ୍ଣ ମାଟିରେ ମିଶିଯାଇଥିବା ଅଦ୍ୟାବଧି ରିପୋର୍ଟ ପ୍ରଶାସନର ହସ୍ତଗତ ହୋଇଛି। ସେହିଭଳି ୧,୦୪୦ ହେକ୍ଟର ଚାଷ ଜମିରେ ପାଣି ପଶି ଫସଲ ନଷ୍ଟ ହୋଇଛି। ଅଦ୍ୟାବଧି ସମ୍ପୂର୍ଣ୍ଣ କ୍ଷୟକ୍ଷତି ରିପୋର୍ଟ ଆସି ନ ଥିବା ଜିଲା ବିପର୍ଯ୍ୟୟ ଓ ପ୍ରଶମନ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏଥିସହ କିଶୋରନଗର ଅଞ୍ଚଳରେ ପ୍ରାଣୀ ସମ୍ପଦ ପକ୍ଷରୁ ଜିଲା ପ୍ରଶାସନକୁ ଦିଆଯାଇଥିବା ରିପୋର୍ଟ ଅନୁଯାୟୀ ୫ଶହ କୁକୁଡ଼ା ବର୍ଷା ପାଣି ଯୋଗୁ ମରିଯାଇଛନ୍ତି। ଆଠମଲ୍ଲିକ ଓ କିଶୋରନଗର ବ୍ଲକରେ ବହୁ ସ୍ଥାନରେ ରାସ୍ତା କ୍ଷୟକ୍ଷତି ହୋଇଛି। ବଅଁରପାଳ ଓ ପାଲଲହଡ଼ାରେ ୯ଟି ରାସ୍ତା ସମ୍ପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଛି। ମହାନଦୀ ପାଣିରେ ପ୍ରଭାବିତ ହୋଇଥିବା ଲୋକଙ୍କ ପାଇଁ ରନ୍ଧାଖାଦ୍ୟ ଓ ଶୁଖିଲା ଖାଦ୍ୟର ବ୍ୟବସ୍ଥା ପ୍ରଶାସନ ପକ୍ଷରୁ କରାଯାଇଛି। ଆଠମଲ୍ଲିକର କୁଦଗାଁ, ଅନୁଗୋଳର ଟିକରପଡ଼ା, ତାଳଚେର ଓ ପାଲଲହଡ଼ାରେ ଲୋକଙ୍କୁ ଶୁଖିଲା ଓ ରନ୍ଧା ଖାଦ୍ୟ ପ୍ରଦାନ କରାଯାଇଛି। ପାଣି ଛାଡ଼ିଯାଇଥିବାରୁ ଅସ୍ଥାୟୀ ଶିବିରରେ ଥିବା ତାଳଚେର ଓ ପାଲଲହଡ଼ାର ଲୋକ ନିଜ ଘରକୁ ଫେରିଛନ୍ତି। କିନ୍ତୁ ଆଠମଲ୍ଲିକ କୁଦଗାଁର ୧୬୫ ଜଣ ଓ ଟିକରପଡ଼ାର ୨ଶହ ଲୋକଙ୍କୁ ଅସ୍ଥାୟୀ ଶିବିରରେ ରଖାଯାଇ ରନ୍ଧାଖାଦ୍ୟ ପ୍ରଦାନ କରାଯାଉଥିବା ଜିଲା ବିପର୍ଯ୍ୟୟ ଓ ପ୍ରଶମନ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମହାନଦୀର ଜଳସ୍ତର କମିଥିବାବେଳେ ହୀରାକୁଦରୁ ନିଷ୍କାସନ ହେଉଥିବା ବନ୍ୟାଜଳ ଉପରେ ନଜର ରଖାଯାଇଛି। ତେବେ ଜିଲାରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣରେ ଥିବା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri