ଜଳ ପାଲଟିଛି ଜହର

କେନ୍ଦ୍ରାପଡା ଅଫିସ, ୧୧।୧: ପୁରାଣ ପ୍ରସିଦ୍ଧ ମଧୁସାଗର ତଥା କେନ୍ଦ୍ରାପଡା ଜିଲାରେ ପ୍ରବାହିତ ଗୋବରୀ ନଦୀ ଏବେ ଜଳଧାରଣ କ୍ଷମତା ହରାଇଛି। ଏହି ନଦୀର ଜଳ ଏବେ ଜହର ପାଲଟିଛି। ନଦୀମାର୍ଗ ଏବେ ଜବରଦଖଲକୁ ଚାଲି ଯାଉଥିବାରୁ କୃଷି କ୍ଷେତ୍ରକୁ ଆଉ ପର୍ଯ୍ୟାପ୍ତ ପାଣି ଯାଉନାହିଁ। ଏ ନେଇ ସ୍ଥାନୀୟ ଅଧିବାସୀ ବାରମ୍ବାର ପ୍ରଶାସନର ଦୃଷ୍ଟିକୁ ଆଣିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ସେହିପରି ୨୦୧୩ରେ ଜିଲା ଜଳସମ୍ପଦ ବିଭାଗ ପକ୍ଷରୁ ହୋଇଥିବା ଜଳ ପରୀକ୍ଷଣରେ ବିଷାକ୍ତ ପଦାର୍ଥ ଅତ୍ୟଧିକ ଥିବା ରିପୋର୍ଟକୁ ଅଣଦେଖା କରାଯାଉଥିବା ସ୍ଥାନୀୟ ଅଧିବାସୀ ଉଦ୍‌ବେଗ ପ୍ରକାଶ କରିଛନ୍ତି।
ଜଳସମ୍ପଦ ବିଭାଗ ଆକଳନ ଅନୁଯାୟୀ, ଗୋବରୀର ୧୩୮ କି.ମି. ଲମ୍ବର ଉଭୟକୂଳରେ ୭,୬୧୬ ହେକ୍ଟର ଆୟାକଟରେ ଜଳସେଚନ ହୋଇଥାଏ। ସେହିପରି ମହାକାଳପଡା ବ୍ଲକ ମାଳିବସା, ତନ୍ତିଆପାଳ, ବେଣାକନ୍ଦା ଓ ବିଜୟନଗରଠାରେ କ୍ରିକ ବନ୍ଧ ଯୋଜନା ପରେ ୪ ହଜାର ହେକ୍ଟର ଜମିରେ ପାଣି ମାଡ଼ି ଚାଷ ହୁଏ। ଏଠାରୁ ପାଣି ଆସି ରବି ଫସଲ ୩୨୦୦ ହେକ୍ଟର, ବାଦାମ ୬୦୦ ହେକ୍ଟର ଜମିରେ ଚାଷ ହୋଇଥାଏ। ଜିଲାର ୮୦ ହଜାରରୁ ଊର୍ଦ୍ଧ୍ୱ ଅଧିବାସୀ ଏହି ପାଣିକୁ ଉପଯୋଗ କରିଥାନ୍ତି। ସେହିପରି ଏହି ଉତ୍ସକୁ ୩୦ହଜାର ହେକ୍ଟର ଜମିକୁ ଚାଷ ପାଇଁ ପରୋକ୍ଷ ଓ ପ୍ରତ୍ୟକ୍ଷ ଭାବେ ବିନିଯୋଗ କରାଯାଏ ବୋଲି ବିଭାଗୀୟ ସର୍ଭେ ରିପୋର୍ଟରେ ଉଲ୍ଲେଖ ଅଛି। ଏ ସମ୍ପର୍କରେ ସହରର ସେକ୍‌ ଅମଜାନ, ଫୋରଡ ଗ୍ରାମର ଟୁନା ସାହୁ, କଂସାରର ନୀଳମାଧବ ମହାପାତ୍ର, ନିରଞ୍ଜନ ପରିଡା ପ୍ରମୁଖ କହିଛନ୍ତି, ଜିଲାରେ ଥିବା ୭ ନଦୀର ଜଳ ଜୀବନଜୀବିକାକୁ ସମୃଦ୍ଧ କରୁଛି। ଏଥିରେ ଗୋବରୀ ନଦୀର ଅବଦାନ ଅଧିକ। ୫୦ ବର୍ଷ ପୂର୍ବରୁ ସଡକପଥ ସୁବିଧା ନ ଥିବାରୁ ଗୋବରୀର ଜଳପଥ ପଣ୍ୟଦ୍ରବ୍ୟ ବ୍ୟବସାୟରେ ମୁଖ୍ୟ ମାଧ୍ୟମ ଥିଲା। ସମୁଦ୍ରରୁ ଜମ୍ବୁ ଦେଇ ଗୋବରୀ ମହାନ୍ଦୀ ଜଳପଥରେ କଟକ ପର୍ଯ୍ୟନ୍ତ ପଣ୍ୟଦ୍ରବ୍ୟ କାରବାର ସହ ଯାତାୟାତ ହେଉଥିଲା। ସ୍ବାଧୀନତା ପରବର୍ତ୍ତୀ ସମୟରେ ଏହାର ଉନ୍ନତୀକରଣ କରାଯାଇ ନଦୀଜଳକୁ ଚାଷରେ ବ୍ୟବହାର ହେଲା। ଏହା ବ୍ୟତୀତ ବିଭିନ୍ନ ପୁରାଣରୁ ମଧୁସାଗରର ଜନ୍ମ ସହ ଗୋବରୀ ନଦୀର କାହାଣୀ ଲୋକମୁଖରେ ପ୍ରଚଳିତ ଅଛି। ତେବେ ଏହି ନଦୀ ଏବେ ବ୍ୟବହାର ଯୋଗ୍ୟ ହୋଇ ରହିନାହିଁ। ଏଥିରେ ଭାରିମାତ୍ରାରେ କାଡମିୟମ, କ୍ରେମିୟମ ଓ ପଟ୍ଟାସିୟମ ରହିଥିବା ପରୀକ୍ଷଣରୁ ଜଣାପଡିଛି। ଏହି ଜଳକୁ ବ୍ୟବହାର ଦ୍ୱାରା ଚର୍ମ ରୋଗ ସହ ଜଳବାହିତ ରୋଗ ଦେଖାଦେଉଛି। ଗ୍ରାମାଞ୍ଚଳ ଅପେକ୍ଷା ସହର ମଧ୍ୟରେ ଏହାର ଜଳପଥକୁ ସର୍ବାଧିକ ଜବରଦଖଲ କରାଯାଇଛି। ନିକଟରେ ଦୁଇଟି ସାଇଫନ ଦ୍ୱାରା ସହରର ଅଳିଆ ଆବର୍ଜନା ପାଣି ନଦୀକୁ ଛଡାଯାଇଛି। ସେହିପରି ନଦୀକୂଳବାସୀଙ୍କ ପାଇଖାନାର ଆବର୍ଜନା ପାଇପ ନଦୀକୁ ସଂଯୋଗ ରହିଛି। ଫଳରେ ନଦୀ ଜଳ ପ୍ରଦୂଷିତ ହେବା ସହ ଜବରଦଖଲକାରୀ ନଦୀପଥକୁ ସଙ୍କୁଚିତ କରିଛି। ସେହିପରି ଉନ୍ନତୀକରଣ ନ ହେବାରୁ ନଦୀରେ ବିଲାତି ଦଳ ଭର୍ତ୍ତି ହୋଇଛି। ଏଥିପାଇଁ ଚାଷଜମିକୁ ପାଣି ଯାଇପାରୁନାହିଁ, ହେଲେ ପ୍ରଶାସନ ପକ୍ଷରୁ ଜଳକର ଆଦାୟ କରାଯାଉଛି। ଗୋବରୀର ଉନ୍ନତୀକରଣରେ ଜିଲାର ଆର୍ଥିକ ସ୍ଥିତି ସୁଧାର ଆସିବ ବୋଲି ସେମାନେ ମତ ଦେଇଛନ୍ତି। ଏ ସମ୍ପର୍କରେ ଜିଲା ଜଳସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରବୋଧ କୁମାର ରାଉତଙ୍କୁ ପଚାରିବାରେ ଏହାର ଉନ୍ନତୀକରଣ ପାଇଁ ୩ ବର୍ଷ ଧରି ଯୋଜନା ହୋଇଛି। ନିକଟରେ ଏହି ପ୍ରକଳ୍ପ ଆରମ୍ଭ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂ ହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂ ହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri