ଜଳ ପାଲଟିଛି ଜହର

କେନ୍ଦ୍ରାପଡା ଅଫିସ, ୧୧।୧: ପୁରାଣ ପ୍ରସିଦ୍ଧ ମଧୁସାଗର ତଥା କେନ୍ଦ୍ରାପଡା ଜିଲାରେ ପ୍ରବାହିତ ଗୋବରୀ ନଦୀ ଏବେ ଜଳଧାରଣ କ୍ଷମତା ହରାଇଛି। ଏହି ନଦୀର ଜଳ ଏବେ ଜହର ପାଲଟିଛି। ନଦୀମାର୍ଗ ଏବେ ଜବରଦଖଲକୁ ଚାଲି ଯାଉଥିବାରୁ କୃଷି କ୍ଷେତ୍ରକୁ ଆଉ ପର୍ଯ୍ୟାପ୍ତ ପାଣି ଯାଉନାହିଁ। ଏ ନେଇ ସ୍ଥାନୀୟ ଅଧିବାସୀ ବାରମ୍ବାର ପ୍ରଶାସନର ଦୃଷ୍ଟିକୁ ଆଣିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ସେହିପରି ୨୦୧୩ରେ ଜିଲା ଜଳସମ୍ପଦ ବିଭାଗ ପକ୍ଷରୁ ହୋଇଥିବା ଜଳ ପରୀକ୍ଷଣରେ ବିଷାକ୍ତ ପଦାର୍ଥ ଅତ୍ୟଧିକ ଥିବା ରିପୋର୍ଟକୁ ଅଣଦେଖା କରାଯାଉଥିବା ସ୍ଥାନୀୟ ଅଧିବାସୀ ଉଦ୍‌ବେଗ ପ୍ରକାଶ କରିଛନ୍ତି।
ଜଳସମ୍ପଦ ବିଭାଗ ଆକଳନ ଅନୁଯାୟୀ, ଗୋବରୀର ୧୩୮ କି.ମି. ଲମ୍ବର ଉଭୟକୂଳରେ ୭,୬୧୬ ହେକ୍ଟର ଆୟାକଟରେ ଜଳସେଚନ ହୋଇଥାଏ। ସେହିପରି ମହାକାଳପଡା ବ୍ଲକ ମାଳିବସା, ତନ୍ତିଆପାଳ, ବେଣାକନ୍ଦା ଓ ବିଜୟନଗରଠାରେ କ୍ରିକ ବନ୍ଧ ଯୋଜନା ପରେ ୪ ହଜାର ହେକ୍ଟର ଜମିରେ ପାଣି ମାଡ଼ି ଚାଷ ହୁଏ। ଏଠାରୁ ପାଣି ଆସି ରବି ଫସଲ ୩୨୦୦ ହେକ୍ଟର, ବାଦାମ ୬୦୦ ହେକ୍ଟର ଜମିରେ ଚାଷ ହୋଇଥାଏ। ଜିଲାର ୮୦ ହଜାରରୁ ଊର୍ଦ୍ଧ୍ୱ ଅଧିବାସୀ ଏହି ପାଣିକୁ ଉପଯୋଗ କରିଥାନ୍ତି। ସେହିପରି ଏହି ଉତ୍ସକୁ ୩୦ହଜାର ହେକ୍ଟର ଜମିକୁ ଚାଷ ପାଇଁ ପରୋକ୍ଷ ଓ ପ୍ରତ୍ୟକ୍ଷ ଭାବେ ବିନିଯୋଗ କରାଯାଏ ବୋଲି ବିଭାଗୀୟ ସର୍ଭେ ରିପୋର୍ଟରେ ଉଲ୍ଲେଖ ଅଛି। ଏ ସମ୍ପର୍କରେ ସହରର ସେକ୍‌ ଅମଜାନ, ଫୋରଡ ଗ୍ରାମର ଟୁନା ସାହୁ, କଂସାରର ନୀଳମାଧବ ମହାପାତ୍ର, ନିରଞ୍ଜନ ପରିଡା ପ୍ରମୁଖ କହିଛନ୍ତି, ଜିଲାରେ ଥିବା ୭ ନଦୀର ଜଳ ଜୀବନଜୀବିକାକୁ ସମୃଦ୍ଧ କରୁଛି। ଏଥିରେ ଗୋବରୀ ନଦୀର ଅବଦାନ ଅଧିକ। ୫୦ ବର୍ଷ ପୂର୍ବରୁ ସଡକପଥ ସୁବିଧା ନ ଥିବାରୁ ଗୋବରୀର ଜଳପଥ ପଣ୍ୟଦ୍ରବ୍ୟ ବ୍ୟବସାୟରେ ମୁଖ୍ୟ ମାଧ୍ୟମ ଥିଲା। ସମୁଦ୍ରରୁ ଜମ୍ବୁ ଦେଇ ଗୋବରୀ ମହାନ୍ଦୀ ଜଳପଥରେ କଟକ ପର୍ଯ୍ୟନ୍ତ ପଣ୍ୟଦ୍ରବ୍ୟ କାରବାର ସହ ଯାତାୟାତ ହେଉଥିଲା। ସ୍ବାଧୀନତା ପରବର୍ତ୍ତୀ ସମୟରେ ଏହାର ଉନ୍ନତୀକରଣ କରାଯାଇ ନଦୀଜଳକୁ ଚାଷରେ ବ୍ୟବହାର ହେଲା। ଏହା ବ୍ୟତୀତ ବିଭିନ୍ନ ପୁରାଣରୁ ମଧୁସାଗରର ଜନ୍ମ ସହ ଗୋବରୀ ନଦୀର କାହାଣୀ ଲୋକମୁଖରେ ପ୍ରଚଳିତ ଅଛି। ତେବେ ଏହି ନଦୀ ଏବେ ବ୍ୟବହାର ଯୋଗ୍ୟ ହୋଇ ରହିନାହିଁ। ଏଥିରେ ଭାରିମାତ୍ରାରେ କାଡମିୟମ, କ୍ରେମିୟମ ଓ ପଟ୍ଟାସିୟମ ରହିଥିବା ପରୀକ୍ଷଣରୁ ଜଣାପଡିଛି। ଏହି ଜଳକୁ ବ୍ୟବହାର ଦ୍ୱାରା ଚର୍ମ ରୋଗ ସହ ଜଳବାହିତ ରୋଗ ଦେଖାଦେଉଛି। ଗ୍ରାମାଞ୍ଚଳ ଅପେକ୍ଷା ସହର ମଧ୍ୟରେ ଏହାର ଜଳପଥକୁ ସର୍ବାଧିକ ଜବରଦଖଲ କରାଯାଇଛି। ନିକଟରେ ଦୁଇଟି ସାଇଫନ ଦ୍ୱାରା ସହରର ଅଳିଆ ଆବର୍ଜନା ପାଣି ନଦୀକୁ ଛଡାଯାଇଛି। ସେହିପରି ନଦୀକୂଳବାସୀଙ୍କ ପାଇଖାନାର ଆବର୍ଜନା ପାଇପ ନଦୀକୁ ସଂଯୋଗ ରହିଛି। ଫଳରେ ନଦୀ ଜଳ ପ୍ରଦୂଷିତ ହେବା ସହ ଜବରଦଖଲକାରୀ ନଦୀପଥକୁ ସଙ୍କୁଚିତ କରିଛି। ସେହିପରି ଉନ୍ନତୀକରଣ ନ ହେବାରୁ ନଦୀରେ ବିଲାତି ଦଳ ଭର୍ତ୍ତି ହୋଇଛି। ଏଥିପାଇଁ ଚାଷଜମିକୁ ପାଣି ଯାଇପାରୁନାହିଁ, ହେଲେ ପ୍ରଶାସନ ପକ୍ଷରୁ ଜଳକର ଆଦାୟ କରାଯାଉଛି। ଗୋବରୀର ଉନ୍ନତୀକରଣରେ ଜିଲାର ଆର୍ଥିକ ସ୍ଥିତି ସୁଧାର ଆସିବ ବୋଲି ସେମାନେ ମତ ଦେଇଛନ୍ତି। ଏ ସମ୍ପର୍କରେ ଜିଲା ଜଳସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରବୋଧ କୁମାର ରାଉତଙ୍କୁ ପଚାରିବାରେ ଏହାର ଉନ୍ନତୀକରଣ ପାଇଁ ୩ ବର୍ଷ ଧରି ଯୋଜନା ହୋଇଛି। ନିକଟରେ ଏହି ପ୍ରକଳ୍ପ ଆରମ୍ଭ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri