ଅସରାଏ ବର୍ଷାରେ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ପାଣି

ନାଉଗାଁ,୫ା୮(ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ୧୬ ପଞ୍ଚାୟତର ଏକ ଲକ୍ଷରୁ ଊର୍ଦ୍ଧ୍ୱ ଜନସାଧାରଣ ନିର୍ଭର କରିଥାନ୍ତି। କିନ୍ତୁ ଅସରାଏ ବର୍ଷା ହେଲେ ସ୍ବାସ୍ଥ୍ୟକେନ୍ଦ୍ର ପରିସର ବେହାଲ ହୋଇପଡ଼େ। ସ୍ବାସ୍ଥ୍ୟ କେନ୍ଦ୍ରରେ ରହିଥିବା ବହିଃବିଭାଗ ଚତୁଃପାର୍ଶ୍ୱରେ ପାଣି ଜମିଯାଏ। ଅଧିକ ବର୍ଷା ହେଲେ ଏହି ବହିଃବିଭାଗ କୋଠରି ମଧ୍ୟରେ ବି ପାଣି ପଶିଯାଏ। ଫଳରେ ରୋଗୀ ହନ୍ତସନ୍ତ ହେଉଥିବା ବେଳେ ଡାକ୍ତରମାନେ ରୋଗୀ ଦେଖିବାରେ ଅନେକ ଅସୁବିଧା ହୁଏ। ପାଣି ଜମିଥିବାରୁ ଅନେକ ସମୟରେ ଡାକ୍ତରଙ୍କ ପାଖରେ ଚିକିତ୍ସା ପାଇଁ ରୋଗୀଙ୍କ ସମ୍ପର୍କୀୟମାନେ ଟେକିଟେକି ଆଣିବାକୁ ବାଧ୍ୟ ହୋଇଥାନ୍ତି। ସମ୍ମୁଖରେ ଯାଇଥିବା ପୂର୍ତ୍ତ ବିଭାଗର ରାସ୍ତା ସ୍ବାସ୍ଥ୍ୟକେନ୍ଦ୍ରଠାରୁ ଉଚ୍ଚରେ ରହିଛି। ଫଳରେ ବର୍ଷା ହେଲେ ରାସ୍ତାର ପାଣି ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଜମା ହୋଇଯାଏ। ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ନୂତନ କୋଠା ନିର୍ମାଣ କରାଯାଉଥିବାବେଳେ ଏଠାରେ ଜଳ ନିଷ୍କାସନ ଅବା ଡ୍ରେନେଜ ବ୍ୟବସ୍ଥା ହୋଇନାହିଁ। ଫଳରେ ପାଗ ପରିବର୍ତ୍ତନ ହୋଇ ପାଣି ନ ଶୁଖିବା ପର୍ଯ୍ୟନ୍ତ ଲୋକେ ସମସ୍ୟାରେ ପଡ଼ିଥାନ୍ତି। ବର୍ଷା ପାଣି ଜମି ରହୁଥିବାରୁ ଡେଙ୍ଗୁ, ମ୍ୟାଲେରିଆ ଆଦି ଜ୍ୱର ବ୍ୟାପିବା ଆଶଙ୍କା ରହିଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଡେଙ୍ଗୁ ସଚେତନତା ସପ୍ତାହ ପାଳନ କରାଯାଉଥିବା ବେଳେ ଆଶା, ଅଙ୍ଗନଓ୍ବାଡିକର୍ମୀଙ୍କ ମାଧ୍ୟମରେ କୌଣସି ସ୍ଥାନରେ ପାଣି ଅଧିକ ଜମି ରହିଲେ ମଶାବଂଶ ବିସ୍ତାର କରିବାର ସମ୍ଭାବନା ରହିଛି ବୋଲି ସଚେତନତା କରାଯାଉଛି। ମାତ୍ର ସ୍ବାସ୍ଥ୍ୟକେନ୍ଦ୍ର ପରିସରରୁ ପାଣି ଜମିବା ସମସ୍ୟା ଦୂର କରିବା ପାଇଁ କୌଣସି ପଦକ୍ଷେପ ନିଆଯାଉନାହିଁ। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏସମ୍ପର୍କରେ ନାଉଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସାଧିକାରୀ ମାନସ କୁମାର ମହାପାତ୍ର କୁହନ୍ତି, ପାଣି ଜମୁଥିବା ସମ୍ପର୍କରେ ପ୍ରଶାସନକୁ ଅବଗତ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri