ଅସରାଏ ବର୍ଷାରେ ଶ୍ରେଣୀଗୃହରେ ପାଣି

ନାଉଗାଁ,୮ା୮(ସ୍ବ.ପ୍ର): ନାଉଗାଁ ବ୍ଲକ ଶିଖର ପଞ୍ଚାୟତରେ ରହିଛି ନଳାଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟ। ଏହି ବିଦ୍ୟାଳୟରେ ୫ଟି ଶ୍ରେଣୀ ଥିବାବେଳେ ପିଲା ସଂଖ୍ୟା ୫୨। ମାତ୍ର ପିଲା ପଢ଼ିବା ପାଇଁ କେବଳ ୨ଟି ଶ୍ରେଣୀଗୃହ ରହିଛି। ବିଦ୍ୟାଳୟରେ ଶ୍ରେଣୀ ଗୃହର ଅଭାବ ଥିବାବେଳେ ସେଥିରୁ ଗୋଟିଏରେ ଅଙ୍ଗନଓ୍ବାଡି କେନ୍ଦ୍ର ଚାଲିଛି। ଅନ୍ୟକକ୍ଷରେ ଉପରୋକ୍ତ ସବୁ ଶ୍ରେଣୀର ପିଲା ବସି ପାଠ ପଢନ୍ତି। ଫଳରେ ପିଲାମାନେ ଠିକ୍‌ ଭାବେ ପାଠ ପଢି ନ ପାରି ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିସ୍ଥିତିରେ ଅସରାଏ ବର୍ଷା ହେଲେ ଶ୍ରେଣୀ ଗୃହରେ ପାଣି ପଶୁଥିବାରୁ ଛାତ୍ରୀଛାତ୍ରଙ୍କ ପାଠପଢାରେ ଅସୁବିଧା ହେଉଛି। ଗତ ଶୁକ୍ରବାର ମଧ୍ୟାହ୍ନରେ ବର୍ଷା ହେବାରୁ ବିଦ୍ୟାଳୟ ଗୃହରେ ପାଣି ଜମି ରହିଥିଲା। ପିଲାମାନେ ଠିଆ ହୋଇ ମଧ୍ୟାହ୍ନ ଭୋଜନ ଖାଇବାକୁ ବାଧ୍ୟ ହୋଇଥିଲେ। ସ୍ଥାନୀୟ ଲୋକେ ଏହାର ଭିଡିଓ କରି ସୋସିଆଲ ମିଡିଆରେ ଭାଇରାଲ କରିଥିଲେ।
ଏ ସମ୍ପର୍କରେ ପ୍ରଧାନ ଶିକ୍ଷକ ସୁବୋଧ କୁମାର ସ୍ବାଇଁଙ୍କୁ ପଚାରିବାରେ ବର୍ଷା ହେଲେ ଶ୍ରେଣୀଗୃହରେ ପାଠ ପଢାଇବାରେ ଅସୁବିଧା ହେଉଛି। ବିଦ୍ୟାଳୟ ସମ୍ମୁଖ ରାସ୍ତା ଉଚ୍ଚ ଥିବାରୁ ବର୍ଷା ହେଲେ ପାଣି ଆସି ଶ୍ରେଣୀ ଗୃହରେ ଜମି ରହୁଛି। ଅପରପକ୍ଷେ ବିଦ୍ୟାଳୟରେ ପାଣି ନିଷ୍କାସନ ପାଇଁ କୌଣସି ବ୍ୟବସ୍ଥା ନ ଥିବାରୁ ବାହାରକୁ ଯାଇ ପାରୁନାହିଁ। ଏହି ବିଦ୍ୟାଳୟରେ ଶାଳିଜଙ୍ଗା, ପାଟେଣିଗାଁ, ବୋଦଳ ପ୍ରାଥମିକ ବିଦ୍ୟାଳୟକୁ ମିଶ୍ରଣ କରାଯାଇଛି। ସ୍ଥାନୀୟ ଲୋକଙ୍କ କହିବାନୁଯାୟୀ, ଉପସ୍ଥାନ କମ୍‌ ଥିବା ଦର୍ଶାଇ ସରକାରଙ୍କ ପକ୍ଷରୁ ଯେଉଁ ବିଦ୍ୟାଳୟଗୁଡ଼ିକୁ ଏହି ବିଦ୍ୟାଳୟ ସହ ମିଶ୍ରଣ କରାଯାଇଛି ସେସବୁ ବିଦ୍ୟାଳୟକୁ ପିଲାଙ୍କୁ ସ୍ଥାନାନ୍ତର କରାଗଲେ ସେମାନେ ଭଲରେ ପଢି ପାରନ୍ତେ। ପିଲାମାନଙ୍କୁ ବିଦ୍ୟାଳୟ ଅଭିମୁଖୀ କରିବାକୁ ସରକାର ବିଭିନ୍ନ ପ୍ରକାର ଯୋଜନା ପ୍ରସ୍ତୁତ କରୁଥିବାବେଳେ ନଳାଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଦେଖିଲେ ଉକ୍ତ ଯୋଜନା କିପରି ଚାଲିଛି ତାହା ସହଜରେ ଅନୁମେୟ। ଏ ସଂକ୍ରାନ୍ତରେ ବ୍ଲକ ଶିକ୍ଷାଧିକାରୀ ମନୋରମା ରାଉତଙ୍କୁ ପଚାରିବାରେ ସୋସିଆଲ ମିଡିଆରେ ବିଦ୍ୟାଳୟର ଭିଡିଓ ଭାଇରାଲ ହୋଇଥିବା ଦେଖିଛି। ସୋମବାର ଅତିରିକ୍ତ ଶିକ୍ଷାଧିକାରୀ ଓ ସିଆର୍‌ସିସିଙ୍କୁ ବନ୍ଦ ଥିବା ବିଦ୍ୟାଳୟଗୁଡ଼ିକୁ ଯାଞ୍ଚ ପାଇଁ ପଠାଯିବ। ଯଦି ବିଦ୍ୟାଳୟ ଗୃହଗୁଡିକ ବିପଦମୁକ୍ତ ଥିବ ତାହା ହେଲେ ବର୍ଷା ଋତୁରେ ଅନ୍ୟ ବିଦ୍ୟାଳୟକୁ ପାଠ ପଢାଯିବା ପାଇଁ ପିଲାଙ୍କୁ ସ୍ଥାନାନ୍ତର କରାଯିବ।  ନାଉଗାଁ


Enter your email to get our daily news in your inbox.

All Right Reserved By Dharitri.Com

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri