ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା ନିହାତି ଦରକାର। ଯଦି ଶରୀରରେ ଜଳୀୟ ଅଂଶ ଅସନ୍ତୁଳିତ ରହିଲା ତେବେ ଜଳୀୟ ଶୁଷ୍କତା ପରି ସମସ୍ୟା ଦେଖାଯାଇଥାଏ। ଏପରିକି ଏଥିପାଇଁ ହସପିଟାଲରେ ଆଡମିଶନ ନେବାକୁ ପଡ଼ିଥାଏ। ସାଲାଇନ୍‌ ଏବଂ ଆବଶ୍ୟକ ଚିକିତ୍ସା ମାଧ୍ୟରେ ଡାକ୍ତର ତାହାକୁ ସନ୍ତୁଳିତ ସ୍ତରକୁ ଆଣିଥାଆନ୍ତି। ହେଲେ ଆମକୁ କେତୋଟି ବିଷୟ ପ୍ରତି ଦୃଷ୍ଟି ଦେବାକୁ ପଡ଼ିଥାଏ।
ଶରୀରରେ ରକ୍ତ, ମୂତ୍ର, ଲୁହ, ପିତ୍ତ, ଲାଳ ଆଦି ଯେତେସବୁ ତରଳ ପଦାର୍ଥ ରହିଛି, ସେଗୁଡ଼ିକର ମୂଳ ଉପାଦାନ ହେଉଛି ଜଳ। ଏହା ଶରୀରରେ ହେଉଥିବା ଜୈବ ରାସାୟନିକ ପ୍ରକ୍ରିୟାକୁ ତ୍ୱରାନ୍ବିତ କରେ। ଶରୀରର ବିଭିନ୍ନ ଅଙ୍ଗପ୍ରତ୍ୟେଙ୍ଗ ତଥା କୋଷିକା ନିକଟରେ ଅମ୍ଳଜାନ, ବିଭିନ୍ନ ଖାଦ୍ୟ ଉପାଦାନ, ଭିଟାମିନ୍ସ ଏବଂ ଔଷଧ ଆଦି ପହଞ୍ଚାଇବାରେ ଏହା ବାହକ ରୂପେ ମଧ୍ୟ କାମ କରେ। ଶରୀରରେ ତାପମାତ୍ରା ନିୟନ୍ତ୍ରଣ କରିବା ବି ଏହାର ଅନ୍ୟତମ କାର୍ଯ୍ୟ। ପରିସ୍ରା ଓ ଝାଳ ମାଧ୍ୟମରେ ଜଳ ଶରୀରରୁ ନିଷ୍କାସିତ ହୋଇଥାଏ। ଶରୀରର ଆଭ୍ୟନ୍ତରୀଣ ଅଙ୍ଗ ଯଥା ହାର୍ଟ, ଲିଭର୍‌ ଆଦିକୁ ସୁରକ୍ଷା ପ୍ରଦାନ କରିବା ସହ ଶରୀରର ଓଜନ କମାଇବାରେ ମଧ୍ୟ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ। ତେଣୁ ଜଣେ ସୁସ୍ଥ ବ୍ୟକ୍ତି ଦିନକୁ ଅତିକମ୍‌ରେ ୨.୫-୩ ଲିଟର ପାଣି ପିଇବା ଦରକାର।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…

ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?