ଓଟି ଛାତରୁ ଗଳୁଛି ପାଣି

ଯୋଡ଼ା, ୯।୧୨(ଡି.ଏନ.ଏ.)  କେନ୍ଦୁଝର ଜିଲା ଯୋଡ଼ା ସହରରେ ଥିବା ସରକାରୀ ଡାକ୍ତରଖାନାର ଅପରେସନ ଥିଏଟର (ଓଟି) ନିର୍ମାଣର ୪ ମାସ ନ ପୂରୁଣୁ ଛାତ ସିଲିଂରୁ ବର୍ଷାପାଣି ପଡ଼ୁଛି। ଗତ ସୋମବାର ଆଶାକର୍ମୀଙ୍କୁ ନେଇ ଡାକ୍ତରମାନେ ଏକ ବୈଠକ କରୁଥିବାବେଳେ ଧୂଆଁ ଦେଖି ଭୟଭୀତ ହୋଇଯାଇଥିଲେ। ଶଟ ସର୍କିଟ ଯୋଗୁଁ ବିଦ୍ୟୁତ ତାର ପୋଡ଼ି ଏହି ଘଟଣା ଘଟିଥିବା ଜଣାପଡ଼ିଥିଲା। ନାମକୁ ଗୋପନରେ ରଖି ଜଣେ କର୍ମଚାରୀ କହିଛନ୍ତି ଯେ, ମେନ ସୁଇଚ ବନ୍ଦ କରା ନ ଯାଇଥିଲେ ସମ୍ପୂର୍ଣ୍ଣ ଡାକ୍ତରଖାନାରେ ବିଦ୍ୟୁତ ଚାର୍ଜ ହୋଇଯାଇଥାନ୍ତା। ଏନେଇ ଡାକ୍ତରଖାନାର ମୁଖ୍ୟ ଡ. ଶୀତଳ ନାୟକ କହିଥିଲେ ଯେ, ବର୍ଷାଜଳ ସଂସ୍ପର୍ଶରେ ଆସି ବିଦ୍ୟୁତ ଶଟ୍‌ ସର୍କିଟ ହୋଇଥିଲା। ଏହାକୁ ତୁରନ୍ତ ମରାମତି କରାଯାଇଥିଲା। ଛାତରୁ ପାଣି ଗଳି ଏପରି ହୋଇଥିଲା ବୋଲି ଡ. ନାୟକ କହିଛନ୍ତି। ଏହି ଘଟଣା ଘଟିବା ପରେ ଚିକିତ୍ସା ପାଇଁ ଆସିଥବା ରୋଗୀଙ୍କ ମହଲରେ ଭୟର ବାତାବରଣ ଖେଳିଯାଇଥିଲା। ଏ ସମ୍ପର୍କରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଅଶୋକ କୁମାର ଦାସଙ୍କୁ ପଚାରିବାର ଏହି ଘଟଣା ବିଷୟରେ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିବେ। ଜିଲାପାଳଙ୍କୁ ଏ ନେଇ ଅବଗତ କରାଇ ଏହାର ସ୍ଥାୟୀ ସମାଧାନ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri