ଡ୍ରେନ୍‌ ଦେଇ ଫଟା ପାଇପ୍‌ରେ ଯାଉଛି ପାଣି, ବ୍ୟାପୁଛି ରୋଗ

ଭଞ୍ଜନଗର,୨୪ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କେତେକ ସ୍ଥାନରେ ପାଇପ୍‌ ଯୋଗେ ଯୋଗାଣ ହେଉଥିବା ପାଣିର ସ୍ବଚ୍ଛତା ନେଇ ପ୍ରଶ୍ନ ଉଠୁଛି। କିନ୍ତୁ ଏଥିପ୍ରତି ପଞ୍ଚାୟତ ଏବଂ ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧିକାରୀମାନେ ବିଶେଷ ଗୁରୁତ୍ୱ ଦେଉ ନ ଥିବା ଅଭିଯୋଗ ହେଉଛି। ଏହିଭଳି ଭଞ୍ଜନଗର ସହରତଳି ଲଣ୍ଡେଇସାହିର କେତେକ ସ୍ଥାନରେ ପାଇପ୍‌ ଫାଟି ପାଣି ଡ୍ରେନ ଏବଂ ରାସ୍ତାରେ ଭାସୁଥିଲେ ମଧ୍ୟ ତାହାର ତୁରନ୍ତ ମରାମତି ପ୍ରତି ଧ୍ୟାନ ଦିଆଯାଉନାହିଁ। ଉକ୍ତ ଫଟା ପାଇପ୍‌ ବାଟେ ଦୂଷିତ ପାଣି ଘରକୁ ଯାଉଥିବା ଆଶଙ୍କା କରାଯାଉଛି। ପରବର୍ତ୍ତୀ ପର୍ଯ୍ୟାୟରେ ଲୋକେ ବିଭିନ୍ନ ରୋଗରେ ଆଶଙ୍କା ହେଉଛନ୍ତି। ଏଥିସହ ଲୋକେ ଅଜାଣତରେ ଅନେକ ରୋଗରେ ପରବର୍ତ୍ତୀ ପର୍ଯ୍ୟାୟରେ ମଧ୍ୟ ଆକ୍ରାନ୍ତ ହେଉଥିବା ଆଶଙ୍କା କରାଯାଉଛି। ଏନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି। ବର୍ଷା ଦିନେ ଏହି ଫଟା ପାଇପ ସ୍ବାସ୍ଥ୍ୟ ପାଇଁ ବିପଦ ସାଜିବ।
ଏହାପୂର୍ବରୁ ଗତବର୍ଷ ଫଟା ପାଇପ୍‌ରୁ ବାହାରୁଥିବା ଦୂଷିତ ପାଣି ପିଇ ଛେଦାଭୂମି, ଗୁଣ୍ଡିରିବାଡ଼ି, ବଡ଼କୋଦଣ୍ଡ ଗ୍ରାମର ବହୁ ଲୋକ ଜଣ୍ଡିସ, ଝାଡ଼ାବାନ୍ତି, ପେଟ ବ୍ୟଥା ଭଳି ଅନେକ ରୋଗରେ ଆକ୍ରାନ୍ତ ହୋଇଥିଲେ। ସେଥିମଧ୍ୟରୁ କିଛି ଲୋକ ମଧ୍ୟ ଅକାଳରେ ମୃତ୍ୟୁବରଣ କରିଥିବା ଅଭିଯୋଗ ହୋଇଥିଲା। ପାଣି ଯୋଗାଣ ଦାୟିତ୍ୱରେ ରହୁଥିବା ପଞ୍ଚାୟତ ଅଧିକାରୀମାନେ ଯେତିକି ତତ୍ପର ଦେଖାଇବା କଥା ଦେଖାଉନାହାନ୍ତି। ଯାହାକି ଚିନ୍ତାଜନକ ବିଷୟ।

ସୂଚନାଯୋଗ୍ୟ, ଗତ ଡିସେମ୍ବର ୨୯ରେ ମଧ୍ୟପ୍ରଦେଶ ଇନ୍ଦୋର ଭଗୀରଥିପୁର ଅଞ୍ଚଳରେ ଦୂଷିତ ପାଣି ପିଇ ଶତାଧିକ ଲୋକ ଅସୁସ୍ଥ ହୋଇଥିଲେ। ସେଥିମଧ୍ୟରୁ ଆଜି ସୁଦ୍ଧା ୨୬ ଜଣଙ୍କର ମୃତ୍ୟୁ ଘଟିଥିବା ସୋସିଆଲ ମିଡିଆରୁ ଜଣାପଡ଼ିଛି। ତେଣୁ ଏହାର ପୁନରାବୃତ୍ତି ଅନ୍ୟ କୌଣସି ରାଜ୍ୟରେ ଯେଭଳି ନ ହେବ ସେଥିପ୍ରତି କେନ୍ଦ୍ର ଓ ରାଜ୍ୟ ସରକାର ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?