ପଠାଣି ସାମନ୍ତ ସଂଗ୍ରହାଳୟ ଛାତରୁ ପାଣି ଗଳୁଛି

ଖଣ୍ଡପଡ଼ା,୧୧ା୯(ଅଜୟ କୁମାର ମହାରଣା): ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଦ୍ୱାରା ୨୦୧୬ ଡ଼ିସେମ୍ବର ୨୫ରେ ଖଣ୍ଡପଡାଠାରେ ପ୍ରତିଷ୍ଠା ହୋଇଥିବା ପଠାଣି ସାମନ୍ତ ସଂଗ୍ରହାଳୟଟି ସଂପ୍ରତି ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଦୁର୍ବଳ ହେବାରେ ଲାଗିଛି। ଏବେ ବର୍ଷା ଦିନେ ଛାତରୁ ପାଣି ଗଳୁଛି। ଫଳରେ ସଂଗ୍ରହାଳୟରେ ଥିବା ସାମଗ୍ରୀଗୁଡିକ ନଷ୍ଟ ହେବାରେ ଲାଗିଛି। ଘରର ଝରକା କବାଟ ସବୁ ନଷ୍ଟ ହେବାକୁ ବସିଛି ବୋଲି ଅଭିଯୋଗ ହୋଇଛି।
ବିଶ୍ୱ ବିଖ୍ୟାତ ଜ୍ୟୋର୍ତିବିଦ୍‌ ପଠାଣି ସାମନ୍ତଙ୍କ ସ୍ମୃତିରକ୍ଷା ଉଦ୍ଦେଶ୍ୟରେ ଜନ୍ମ ମାଟି ଖଣ୍ଡପଡ଼ା ଠାରେ ଏହି ସଂଗ୍ରହାଳୟଟି ଗତ ୭ ବର୍ଷ ହେଲା କାର୍ଯ୍ୟକ୍ଷମ ହୋଇଛି। ବର୍ଷ ତମାମ ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ସଂଖ୍ୟାରେ ପର୍ଯ୍ୟଟକ ଓ ଛାତ୍ରୀଛାତ୍ରମାନେ ସଂଗ୍ରାହାଳୟକୁ ପରିଦର୍ଶନରେ ଆସି ଜ୍ଞାନ ଆହରଣ କରିବାର ସୁଯୋଗ ପାଇଥାଆନ୍ତି। ପଠାଣି ସାମନ୍ତଙ୍କ ଜୀବନ ବୃତ୍ତାନ୍ତ ସମ୍ପର୍କରେ ଅବଗତ ହୋଇ ପର୍ଯ୍ୟଟକମାନେ ବିଶେଷ ଆନନ୍ଦ ଅନୁଭବ କରୁଥିବା ବେଳେ ଉଚ୍ଚ କତ୍ତୃପକ୍ଷଙ୍କ ଆନ୍ତରିକତା ଅଭାବରୁ ଅଦ୍ୟାବଧି ଏଠାରେ ଏକ ଟେଲିସ୍କୋପ ଓ ମିନି ପ୍ଳାନେଟୋରିୟମ ପ୍ରତିଷ୍ଠା ହୋଇ ପାରିନାହିଁ। ସେହିପରି ସଂଗ୍ରାହାଳୟ ସମ୍ମୁଖରେ ଯାନବାହନ ଗୁଡିକ ପାର୍କିଂ ନିମନ୍ତେ ସେଭଳି କୌଣସି ବ୍ୟବସ୍ଥା ନ ଥିବାରୁ ପର୍ଯ୍ୟଟକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଉଚ୍ଚ କତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri