Posted inଫୁରସତ

ଜଳ ମାନବ ରଞ୍ଜନ

ଜଳ ବିଶେଷଜ୍ଞ ତଥା ଓଡ଼ିଶାର ଜଳ ମାନବ ଭାବେ ପରିଚିତ ରଞ୍ଜନ ପଣ୍ଡା। ଜଳ, ପରିବେଶ ସଂରକ୍ଷଣ ଏବଂ ଜଳବାୟୁ ପରିବର୍ତ୍ତନକୁ ପ୍ରୋତ୍ସାହିତ କରିବା ପାଇଁ ସେ ତୃଣମୂଳ ସ୍ତରରୁ ଜାତୀୟ ସ୍ତର ପର୍ଯ୍ୟନ୍ତ ପ୍ରାୟ ତିନି ଦଶନ୍ଧି ହେଲା କାମ କରୁଛନ୍ତି। ସେ ଏବେ ‘ୱାଟର ଇନିସିଏଟିଭ୍‌ ଓଡ଼ିଶା’ ଏବଂ ‘କମ୍ବାଟ୍‌ କ୍ଲାଇମେଟ୍‌ ଚେଞ୍ଜ ନେଟ୍‌ଓ୍ବର୍କ’ ଭାରତର ଆବାହକ ଅଛନ୍ତି। ଏଥିସହ ସେ ‘ମହାନଦୀ ପିସ୍‌ ଇନିସିଏଟିଭ୍‌’, ‘ହେଲ୍‌ଦି ରିଭର୍ସ, ହାପି ସିଟିଜ୍‌’ ଏବଂ ‘ୟୁଥ୍‌ଫୋର୍‌ୱାଟର’ ଅଭିଯାନର ମଧ୍ୟ ନେତୃତ୍ୱ ନେଉଛନ୍ତି। ପ୍ରତିବର୍ଷ ଓଡ଼ିଶା ନଦୀ ସମ୍ମିଳନୀ ଆୟୋଜନ କରି ରଞ୍ଜନ ଜଳ ସଂରକ୍ଷଣ ଓ ଜଳବାୟୁ ପରିବର୍ତ୍ତନ କ୍ଷେତ୍ରରେ ନୂଆ ଆହ୍ବାନ ଦେଇଆସୁଛନ୍ତି। ତୃଣମୂଳ ସମ୍ପ୍ରଦାୟ ସହିତ ଜଳ ଏବଂ ଜଳବାୟୁ ପରିବର୍ତ୍ତନ ପ୍ରକଳ୍ପରେ କାର୍ଯ୍ୟ କରୁଛନ୍ତି। ଏଥିସହ ସେ ନିୟମିତ ଅଭିଯାନ, ଅନୁସନ୍ଧାନ, ଅଧ୍ୟୟନ ଉପରେ ତାଙ୍କ ସଂଗ୍ରାମ ଜାରି ରଖିଛନ୍ତି। ରଞ୍ଜନ ରାଷ୍ଟ୍ରପତିଙ୍କ ଦ୍ୱାରା ଭାରତର ପ୍ରଥମ ‘ଗ୍ରୀନ୍‌ ହିରୋ’ ସମ୍ମାନ ପାଇଥିବାବେଳେ ବିଭିନ୍ନ ଜାତୀୟ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ମଧ୍ୟ ପୁରସ୍କୃତ ହୋଇଛନ୍ତି। ନ୍ୟୁୟର୍କ ଭିତ୍ତିକ ବିଶ୍ୱସ୍ତରୀୟ ସଂସ୍ଥା ‘ଓ୍ବାଟରକିପର ଆଲିଆନ୍ସ’ ପକ୍ଷରୁ ତାଙ୍କୁ ମହାନଦୀ ରିଭର ଓ୍ବାଟରକିପର ମାନ୍ୟତା ଦିଆଯାଇଛି। ଜାତୀୟ ତଥା ଅନ୍ତର୍ଜାତୀୟ ସେମିନାର ବା କର୍ମଶାଳା ସାଙ୍ଗକୁ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଜଳ ଓ ଜଳବାୟୁ ପରିବର୍ତ୍ତନ ପ୍ରସଙ୍ଗ ଉପରେ ବକ୍ତବ୍ୟ ଦେବା ପାଇଁ ରଞ୍ଜନଙ୍କୁ ନିୟମିତ ନିମନ୍ତ୍ରଣ କରାଯାଉଛି। ସେ ଜେନେଭା ବିଶ୍ୱବିଦ୍ୟାଳୟରେ ଭିଜିଟିଂ ଫାକଲ୍‌ଟି ଭାବେ ଯୋଗଦେଇ ଜଳ ଓ ଜଳବାୟୁର ସୁରକ୍ଷା ପାଇଁ ଅନେକ ଯୋଦ୍ଧା ତିଆରି କରିଛନ୍ତି। ‘ଧରିତ୍ରୀ’ ପକ୍ଷରୁ ଆୟୋଜିତ ଯୁବ ସମ୍ମିଳନୀ ‘କ୍ଲାଇମେଟ୍‌ ଚେଞ୍ଜ: ଫୋକସ୍‌ ଓଡ଼ିଶା’ରେ ଏକ୍ସପର୍ଟ ପ୍ୟାନେଲିଷ୍ଟ ଭାବେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅମିର ଖାନ୍‌

ମୁମ୍ବାଇ,୧୭ା୪:କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଜରିଆରେ ବଲିଉଡ୍‌ ଅଭିନେତା ଆମୀର ଖାନ୍‌ଙ୍କ ପୁରୁଣା ଭିଡିଓକୁ ବ୍ୟବହାର କରାଯାଇ ଭାଜପା ବିରୋଧରେ ଏକ ବିଜ୍ଞାପନ ପ୍ରସ୍ତୁତ କରାଯାଇଛି। ସୋସିଆଲ...

୨.୨୬ ଲକ୍ଷ ଟଙ୍କାରେ ନିଲାମ ହେଲା ଗୋଟିଏ ଅଣ୍ଡା, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୬।୪: ସମସ୍ତେ ଶୁଣିଛନ୍ତି ଯେ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ, କିନ୍ତୁ ଯେତେବେଳେ ଆପଣ ଜାଣିବେ ଯେ ଗୋଟିଏ ଅଣ୍ଡାର ମୂଲ୍ୟ ଲକ୍ଷ ଲକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri