Posted inଫୁରସତ

ଜଳ ମାନବ ରଞ୍ଜନ

ଜଳ ବିଶେଷଜ୍ଞ ତଥା ଓଡ଼ିଶାର ଜଳ ମାନବ ଭାବେ ପରିଚିତ ରଞ୍ଜନ ପଣ୍ଡା। ଜଳ, ପରିବେଶ ସଂରକ୍ଷଣ ଏବଂ ଜଳବାୟୁ ପରିବର୍ତ୍ତନକୁ ପ୍ରୋତ୍ସାହିତ କରିବା ପାଇଁ ସେ ତୃଣମୂଳ ସ୍ତରରୁ ଜାତୀୟ ସ୍ତର ପର୍ଯ୍ୟନ୍ତ ପ୍ରାୟ ତିନି ଦଶନ୍ଧି ହେଲା କାମ କରୁଛନ୍ତି। ସେ ଏବେ ‘ୱାଟର ଇନିସିଏଟିଭ୍‌ ଓଡ଼ିଶା’ ଏବଂ ‘କମ୍ବାଟ୍‌ କ୍ଲାଇମେଟ୍‌ ଚେଞ୍ଜ ନେଟ୍‌ଓ୍ବର୍କ’ ଭାରତର ଆବାହକ ଅଛନ୍ତି। ଏଥିସହ ସେ ‘ମହାନଦୀ ପିସ୍‌ ଇନିସିଏଟିଭ୍‌’, ‘ହେଲ୍‌ଦି ରିଭର୍ସ, ହାପି ସିଟିଜ୍‌’ ଏବଂ ‘ୟୁଥ୍‌ଫୋର୍‌ୱାଟର’ ଅଭିଯାନର ମଧ୍ୟ ନେତୃତ୍ୱ ନେଉଛନ୍ତି। ପ୍ରତିବର୍ଷ ଓଡ଼ିଶା ନଦୀ ସମ୍ମିଳନୀ ଆୟୋଜନ କରି ରଞ୍ଜନ ଜଳ ସଂରକ୍ଷଣ ଓ ଜଳବାୟୁ ପରିବର୍ତ୍ତନ କ୍ଷେତ୍ରରେ ନୂଆ ଆହ୍ବାନ ଦେଇଆସୁଛନ୍ତି। ତୃଣମୂଳ ସମ୍ପ୍ରଦାୟ ସହିତ ଜଳ ଏବଂ ଜଳବାୟୁ ପରିବର୍ତ୍ତନ ପ୍ରକଳ୍ପରେ କାର୍ଯ୍ୟ କରୁଛନ୍ତି। ଏଥିସହ ସେ ନିୟମିତ ଅଭିଯାନ, ଅନୁସନ୍ଧାନ, ଅଧ୍ୟୟନ ଉପରେ ତାଙ୍କ ସଂଗ୍ରାମ ଜାରି ରଖିଛନ୍ତି। ରଞ୍ଜନ ରାଷ୍ଟ୍ରପତିଙ୍କ ଦ୍ୱାରା ଭାରତର ପ୍ରଥମ ‘ଗ୍ରୀନ୍‌ ହିରୋ’ ସମ୍ମାନ ପାଇଥିବାବେଳେ ବିଭିନ୍ନ ଜାତୀୟ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ମଧ୍ୟ ପୁରସ୍କୃତ ହୋଇଛନ୍ତି। ନ୍ୟୁୟର୍କ ଭିତ୍ତିକ ବିଶ୍ୱସ୍ତରୀୟ ସଂସ୍ଥା ‘ଓ୍ବାଟରକିପର ଆଲିଆନ୍ସ’ ପକ୍ଷରୁ ତାଙ୍କୁ ମହାନଦୀ ରିଭର ଓ୍ବାଟରକିପର ମାନ୍ୟତା ଦିଆଯାଇଛି। ଜାତୀୟ ତଥା ଅନ୍ତର୍ଜାତୀୟ ସେମିନାର ବା କର୍ମଶାଳା ସାଙ୍ଗକୁ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଜଳ ଓ ଜଳବାୟୁ ପରିବର୍ତ୍ତନ ପ୍ରସଙ୍ଗ ଉପରେ ବକ୍ତବ୍ୟ ଦେବା ପାଇଁ ରଞ୍ଜନଙ୍କୁ ନିୟମିତ ନିମନ୍ତ୍ରଣ କରାଯାଉଛି। ସେ ଜେନେଭା ବିଶ୍ୱବିଦ୍ୟାଳୟରେ ଭିଜିଟିଂ ଫାକଲ୍‌ଟି ଭାବେ ଯୋଗଦେଇ ଜଳ ଓ ଜଳବାୟୁର ସୁରକ୍ଷା ପାଇଁ ଅନେକ ଯୋଦ୍ଧା ତିଆରି କରିଛନ୍ତି। ‘ଧରିତ୍ରୀ’ ପକ୍ଷରୁ ଆୟୋଜିତ ଯୁବ ସମ୍ମିଳନୀ ‘କ୍ଲାଇମେଟ୍‌ ଚେଞ୍ଜ: ଫୋକସ୍‌ ଓଡ଼ିଶା’ରେ ଏକ୍ସପର୍ଟ ପ୍ୟାନେଲିଷ୍ଟ ଭାବେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri