ଜଳ ଏବେ ଜହର, କ୍ଷେତକୁ ଯାଉନି ପାଣି

କେନ୍ଦ୍ରାପଡ଼ା ଅଫିସ, ୧୩ା୧୨:ପୁରାଣ ପ୍ରସିଦ୍ଧ ମଧୁସାଗର ତଥା କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଗୋବରୀ ନଦୀ ଏବେ ଜଳଧାରଣ କ୍ଷମତା ହରାଇଛି। ଜଳ ମଧ୍ୟ ଜହର ପାଲଟିଛି। ନଦୀମାର୍ଗ ଏବେ ଜବରଦଖଲକୁ ଚାଲି ଯାଉଥିବାରୁ କୃଷି କ୍ଷେତ୍ରକୁ ଆଉ ପର୍ଯ୍ୟାପ୍ତ ଜଳ ଯୋଗାଇ ହେଉନାହିଁ। ଏ ନେଇ ସ୍ଥାନୀୟ ଅଧିବାସୀ ବାରମ୍ବାର ପ୍ରଶାସନର ଦୃଷ୍ଟିକୁ ଆଣିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ସେହିପରି ଗତ ୨୦୨୧ ମସିହାରେ ଜିଲା ଜଳ ସମ୍ପଦ ବିଭାଗ ପକ୍ଷରୁ ହୋଇଥିବା ଜଳ ପରୀକ୍ଷଣରେ ବିଷାକ୍ତ ପଦାର୍ଥ ଅତ୍ୟଧିକ ଥିବା ରିପୋର୍ଟକୁ ଅଣଦେଖା କରାଯାଉଥିବା ସ୍ଥାନୀୟ ଅଧିବାସୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଜଳସମ୍ପଦ ବିଭାଗ ଆକଳନ ଅନୁଯାୟୀ, ଗୋବରୀର ୧୩୮ କିଲୋମିଟର ଲମ୍ବର ଉଭୟ କୂଳରେ ୭,୬୧୬ ହେକ୍ଟର ଆୟାକଟରେ ଜଳସେଚନ ହୋଇଥାଏ। ସେହିପରି ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ମାଳିବସା, ତନ୍ତିଆପାଳ, ବେଣାକନ୍ଦା ଓ ବିଜୟନଗଠାରେ କ୍ରୀକ୍‌ ବନ୍ଧ ଯୋଜନା ପରେ ୪ ହଜାର ହେକ୍ଟର ଜମିରେ ଚାଷ ହୁଏ। ଏଠାରୁ ପାଣି ଆସି ରବି ଫସଲ ୩୨୦୦ ହେକ୍ଟର, ବାଦାମ ୬୦୦ ହେକ୍ଟର କ୍ଷେତରେ ଚାଷ କରାଯାଏ। ଜିଲାର ୮୦ ହଜାରରୁ ଊର୍ଦ୍ଧ୍ୱ ଅଧିବାସୀ ଏହି ପାଣିକୁ ଉପଯୋଗ କରିଥାନ୍ତି। ସେହିପରି ଏହି ଉତ୍ସକୁ ୩୦ ହଜାର ହେକ୍ଟର ଜମିକୁ ଚାଷ ପାଇଁ ପରୋକ୍ଷ ଓ ପ୍ରତ୍ୟେକ୍ଷ ଭାବେ ବିନିଯୋଗ କରାଯାଏ ବୋଲି ବିଭାଗୀୟ ସର୍ଭେ ରିପୋର୍ଟରେ ଉଲ୍ଲେଖ ଅଛି।
ଏ ସମ୍ପର୍କରେ ସହରର ସେକ୍‌ ଅମଜାନ, ଫୋରଡ ଗ୍ରାମର ଟୁନା ସାହୁ, କଂସାରର ନୀଳମାଧବ ମହାପାତ୍ର, ନିରଞ୍ଜନ ପରିଡା କହିଛନ୍ତି, ଜିଲାରେ ଥିବା ୭ ନଦୀର ଜଳ ଜୀବନଜୀବିକାକୁ ସମୃଦ୍ଧ କରୁଛି। ଏଥିରେ ଗୋବରୀ ନଦୀର ଅବଦାନ ଅଧିକ। ୫ ଦଶନ୍ଦୀ ପୂର୍ବରୁ ସଡକପଥ ସୁବିଧା ନ ଥିବାରୁ ଗୋବରୀର ଜଳପଥ ପଣ୍ୟଦ୍ରବ୍ୟ ବ୍ୟବସାୟରେ ମୁଖ୍ୟ ମାଧ୍ୟମ ଥିଲା। ସମୁଦ୍ରରୁ ଜମ୍ବୁ ଦେଇ ଗୋବରୀ ନଦୀ ଜଳପଥରେ କଟକ ପର୍ଯ୍ୟନ୍ତ ପଣ୍ୟଦ୍ରବ୍ୟ କାରବାର ସହ ଯାତାୟାତ ହେଉଥିଲା। ସ୍ବାଧୀନତା ପରବର୍ତ୍ତୀକାଳରେ ଏହାର ଉନ୍ନତିକରଣ କରାଯାଇ ନଦୀଜଳକୁ ଚାଷରେ ବ୍ୟବହାର କରାଗଲା। ଏହା ବ୍ୟତୀତ ବିଭିନ୍ନ ପୁରାଣରୁ ମଧୁସାଗରର ଜନ୍ମ ସହିତ ଗୋବରୀ ନଦୀର କାହାଣୀ ଲୋକମୁଖରେ ପ୍ରଚଳିତ ଅଛି। ତେବେ ଏହି ନଦୀ ଏବେ ବ୍ୟବହାର ଯୋଗ୍ୟ ହୋଇରହିନାହିଁ। ଏଥିରେ ଭାରିମାତ୍ରାରେ କାଡମିୟମ, କ୍ରେମିୟମ ଓ ପଟ୍ଟାସିୟମ ରହିଥିବା ପରୀକ୍ଷଣରୁ ଜଣାପଡିଛି। ଏହି ଜଳକୁ ବ୍ୟବହାର ଦ୍ୱାରା ଚର୍ମ ରୋଗ ସହିତ ଜଳବାହିତ ରୋଗ ଦେଖାଦେଉଛି। ଗ୍ରାମାଞ୍ଚଳ ଅପେକ୍ଷା ସହର ମଧ୍ୟରେ ଏହାର ଜଳପଥକୁ ସର୍ବାଧିକ ଜବରଦଖଲ କରାଯାଇଛି। ନିକଟରେ ଦୁଇଟି ସାଇଫନ ଦ୍ୱାରା ସହରର ଅଳିଆ ଆବର୍ଜନା ପାଣି ନଦୀକୁ ଛଡାଯାଇଛି। ସେହିପରି ନଦୀକୂଳବାସୀଙ୍କ ପାଇଖାନା ଦ୍ୱାର ନଦୀ ମଧ୍ୟକୁ ମଳ ଛାଡୁଛନ୍ତି। ଫଳରେ ନଦୀଜଳ ପ୍ରଦୂଷିତ ହେବା ସହ ଜବରଦଖଲକାରୀ ନଦୀପଥକୁ ସଙ୍କୁଚିତ କରିଛନ୍ତି। ସେହିପରି ଉନ୍ନତିକରଣ ନ ହେବାରୁ ନଦୀରେ ବିଲାତି ଦଳ ଭର୍ତ୍ତୀ ହୋଇଯାଇଛି। ଯାହାପାଇଁ କ୍ଷେତକୁ ପାଣି ଯାଇପାରୁନାହିଁ। ତେବେ ପ୍ରଶାସନ ପକ୍ଷରୁ ଜଳକର ଆଦାୟ ହେଉଛି। ଗୋବରୀର ଉନ୍ନତିକରଣରେ ଜିଲାର ଆର୍ଥତ୍କ ସ୍ଥିତି ସୁଧାର ଆସିବ ବୋଲି ସେମାନେ ମତ ଦେଇଛନ୍ତି। ଏ ସମ୍ପର୍କରେ ଜିଲା ଜଳସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ଉମେଶ ଚନ୍ଦ୍ର ସେଠୀଙ୍କୁ ପଚାରିବାରେ ଏହାର ଉନ୍ନତିକରଣ କାର୍ଯ୍ୟ ଆରମ୍ଭ ହୋଇଛି। ଖୁବ୍‌ଶୀଘ୍ର ଏହାର ସୁଫଳ ମିଳିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?