ଜଳ ଏବେ ଜହର, କ୍ଷେତକୁ ଯାଉନି ପାଣି

କେନ୍ଦ୍ରାପଡ଼ା ଅଫିସ, ୧୩ା୧୨:ପୁରାଣ ପ୍ରସିଦ୍ଧ ମଧୁସାଗର ତଥା କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଗୋବରୀ ନଦୀ ଏବେ ଜଳଧାରଣ କ୍ଷମତା ହରାଇଛି। ଜଳ ମଧ୍ୟ ଜହର ପାଲଟିଛି। ନଦୀମାର୍ଗ ଏବେ ଜବରଦଖଲକୁ ଚାଲି ଯାଉଥିବାରୁ କୃଷି କ୍ଷେତ୍ରକୁ ଆଉ ପର୍ଯ୍ୟାପ୍ତ ଜଳ ଯୋଗାଇ ହେଉନାହିଁ। ଏ ନେଇ ସ୍ଥାନୀୟ ଅଧିବାସୀ ବାରମ୍ବାର ପ୍ରଶାସନର ଦୃଷ୍ଟିକୁ ଆଣିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ସେହିପରି ଗତ ୨୦୨୧ ମସିହାରେ ଜିଲା ଜଳ ସମ୍ପଦ ବିଭାଗ ପକ୍ଷରୁ ହୋଇଥିବା ଜଳ ପରୀକ୍ଷଣରେ ବିଷାକ୍ତ ପଦାର୍ଥ ଅତ୍ୟଧିକ ଥିବା ରିପୋର୍ଟକୁ ଅଣଦେଖା କରାଯାଉଥିବା ସ୍ଥାନୀୟ ଅଧିବାସୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଜଳସମ୍ପଦ ବିଭାଗ ଆକଳନ ଅନୁଯାୟୀ, ଗୋବରୀର ୧୩୮ କିଲୋମିଟର ଲମ୍ବର ଉଭୟ କୂଳରେ ୭,୬୧୬ ହେକ୍ଟର ଆୟାକଟରେ ଜଳସେଚନ ହୋଇଥାଏ। ସେହିପରି ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ମାଳିବସା, ତନ୍ତିଆପାଳ, ବେଣାକନ୍ଦା ଓ ବିଜୟନଗଠାରେ କ୍ରୀକ୍‌ ବନ୍ଧ ଯୋଜନା ପରେ ୪ ହଜାର ହେକ୍ଟର ଜମିରେ ଚାଷ ହୁଏ। ଏଠାରୁ ପାଣି ଆସି ରବି ଫସଲ ୩୨୦୦ ହେକ୍ଟର, ବାଦାମ ୬୦୦ ହେକ୍ଟର କ୍ଷେତରେ ଚାଷ କରାଯାଏ। ଜିଲାର ୮୦ ହଜାରରୁ ଊର୍ଦ୍ଧ୍ୱ ଅଧିବାସୀ ଏହି ପାଣିକୁ ଉପଯୋଗ କରିଥାନ୍ତି। ସେହିପରି ଏହି ଉତ୍ସକୁ ୩୦ ହଜାର ହେକ୍ଟର ଜମିକୁ ଚାଷ ପାଇଁ ପରୋକ୍ଷ ଓ ପ୍ରତ୍ୟେକ୍ଷ ଭାବେ ବିନିଯୋଗ କରାଯାଏ ବୋଲି ବିଭାଗୀୟ ସର୍ଭେ ରିପୋର୍ଟରେ ଉଲ୍ଲେଖ ଅଛି।
ଏ ସମ୍ପର୍କରେ ସହରର ସେକ୍‌ ଅମଜାନ, ଫୋରଡ ଗ୍ରାମର ଟୁନା ସାହୁ, କଂସାରର ନୀଳମାଧବ ମହାପାତ୍ର, ନିରଞ୍ଜନ ପରିଡା କହିଛନ୍ତି, ଜିଲାରେ ଥିବା ୭ ନଦୀର ଜଳ ଜୀବନଜୀବିକାକୁ ସମୃଦ୍ଧ କରୁଛି। ଏଥିରେ ଗୋବରୀ ନଦୀର ଅବଦାନ ଅଧିକ। ୫ ଦଶନ୍ଦୀ ପୂର୍ବରୁ ସଡକପଥ ସୁବିଧା ନ ଥିବାରୁ ଗୋବରୀର ଜଳପଥ ପଣ୍ୟଦ୍ରବ୍ୟ ବ୍ୟବସାୟରେ ମୁଖ୍ୟ ମାଧ୍ୟମ ଥିଲା। ସମୁଦ୍ରରୁ ଜମ୍ବୁ ଦେଇ ଗୋବରୀ ନଦୀ ଜଳପଥରେ କଟକ ପର୍ଯ୍ୟନ୍ତ ପଣ୍ୟଦ୍ରବ୍ୟ କାରବାର ସହ ଯାତାୟାତ ହେଉଥିଲା। ସ୍ବାଧୀନତା ପରବର୍ତ୍ତୀକାଳରେ ଏହାର ଉନ୍ନତିକରଣ କରାଯାଇ ନଦୀଜଳକୁ ଚାଷରେ ବ୍ୟବହାର କରାଗଲା। ଏହା ବ୍ୟତୀତ ବିଭିନ୍ନ ପୁରାଣରୁ ମଧୁସାଗରର ଜନ୍ମ ସହିତ ଗୋବରୀ ନଦୀର କାହାଣୀ ଲୋକମୁଖରେ ପ୍ରଚଳିତ ଅଛି। ତେବେ ଏହି ନଦୀ ଏବେ ବ୍ୟବହାର ଯୋଗ୍ୟ ହୋଇରହିନାହିଁ। ଏଥିରେ ଭାରିମାତ୍ରାରେ କାଡମିୟମ, କ୍ରେମିୟମ ଓ ପଟ୍ଟାସିୟମ ରହିଥିବା ପରୀକ୍ଷଣରୁ ଜଣାପଡିଛି। ଏହି ଜଳକୁ ବ୍ୟବହାର ଦ୍ୱାରା ଚର୍ମ ରୋଗ ସହିତ ଜଳବାହିତ ରୋଗ ଦେଖାଦେଉଛି। ଗ୍ରାମାଞ୍ଚଳ ଅପେକ୍ଷା ସହର ମଧ୍ୟରେ ଏହାର ଜଳପଥକୁ ସର୍ବାଧିକ ଜବରଦଖଲ କରାଯାଇଛି। ନିକଟରେ ଦୁଇଟି ସାଇଫନ ଦ୍ୱାରା ସହରର ଅଳିଆ ଆବର୍ଜନା ପାଣି ନଦୀକୁ ଛଡାଯାଇଛି। ସେହିପରି ନଦୀକୂଳବାସୀଙ୍କ ପାଇଖାନା ଦ୍ୱାର ନଦୀ ମଧ୍ୟକୁ ମଳ ଛାଡୁଛନ୍ତି। ଫଳରେ ନଦୀଜଳ ପ୍ରଦୂଷିତ ହେବା ସହ ଜବରଦଖଲକାରୀ ନଦୀପଥକୁ ସଙ୍କୁଚିତ କରିଛନ୍ତି। ସେହିପରି ଉନ୍ନତିକରଣ ନ ହେବାରୁ ନଦୀରେ ବିଲାତି ଦଳ ଭର୍ତ୍ତୀ ହୋଇଯାଇଛି। ଯାହାପାଇଁ କ୍ଷେତକୁ ପାଣି ଯାଇପାରୁନାହିଁ। ତେବେ ପ୍ରଶାସନ ପକ୍ଷରୁ ଜଳକର ଆଦାୟ ହେଉଛି। ଗୋବରୀର ଉନ୍ନତିକରଣରେ ଜିଲାର ଆର୍ଥତ୍କ ସ୍ଥିତି ସୁଧାର ଆସିବ ବୋଲି ସେମାନେ ମତ ଦେଇଛନ୍ତି। ଏ ସମ୍ପର୍କରେ ଜିଲା ଜଳସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ଉମେଶ ଚନ୍ଦ୍ର ସେଠୀଙ୍କୁ ପଚାରିବାରେ ଏହାର ଉନ୍ନତିକରଣ କାର୍ଯ୍ୟ ଆରମ୍ଭ ହୋଇଛି। ଖୁବ୍‌ଶୀଘ୍ର ଏହାର ସୁଫଳ ମିଳିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri