ବିପଦ ସଂକେତ ଉପରେ ଜଳସ୍ତର, ଶତାଧିକ ହେକ୍ଟର ଚାଷ ଜମି ଜଳାର୍ଣ୍ଣବ

ବାଲେଶ୍ୱର,୨୬।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ଶନିବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀଠାରେ ନଦୀର ସତର୍କ ସଙ୍କେତ ୬ ମିଟର ଓ ବିପଦ ସଂକେତ ୬.୫ ମିଟର ରହିଛି । ଦିନ ୧୧ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୭.୨୦ ମିଟରରେ ପ୍ରବାହିତ ହେଉଛି । ଫଳରେ ଜଳକାରେ ପୁଣି ବନ୍ୟା ଦେଖାଦେଇଛି । ବସ୍ତା ଓ ସଦର ବ୍ଲକର ଶତାଧିକ ହେକ୍ଟର ଚାଷଜମି ଜଳାର୍ଣ୍ଣବ ହୋଇଛି । ଏବେ ଚାଷ କାମ ଜୋରସୋର ଚାଲିଥିବାବେଳେ ଏହି ବନ୍ୟା ଚାଷୀଙ୍କୁ ଦୁର୍ଦ୍ଦଶା ଆଣିଦେଇଛି । ଭୟଭୀତ ଅବସ୍ଥାରେ ରହିଛନ୍ତି ନଦୀ କୁଳିଆ ବାସିନ୍ଦା । ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ବଢୁଛି ନଦୀର ଜଳସ୍ତର । ଗତ ଦୁଇଦିନ ଧରି ବାଲେଶ୍ବର ସମେତ ପଡୋଶୀ ମୟୁରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହୋଇଛି । ଫଳରେ ବସ୍ତା ଦେଇ ପ୍ରବାହିତ ହେଉଥିବା ଜଳକା ନଦୀ ଅବବାହିକା ସମେତ ନଦୀର ଉପର ମୁଣ୍ଡ ରାସଗୋବିନ୍ଦପୁର,ମୋରଡା, ଶୁଳିଆପଦା,ଚିତ୍ରଡା ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ବୃଦ୍ଧି ପାଉଛି ନଦୀର ଜଳସ୍ତର । କୁଡ଼ିଆ ଛକ,ମଥାନି ଚଟାଣ, ଗହୀର ସିମୁଳିଆ ଓ ରାଉତପଡା ରାସ୍ତାର ପଳାସିଆ ରାସ୍ତାରେ ଆଣ୍ଠୁଏ ପାଣି ପ୍ରବାହିତ ହେଉଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି । ଅପରପକ୍ଷରେ ବସ୍ତା ଥାନା ଓ ଏସଡିପିଓଙ୍କ ଅଫିସରେ ବନ୍ୟା ଜଳ ପ୍ରବେଶ କରିଥିବାରୁ ଦୟନୀୟ ପରିସ୍ଥିତି ସୃଷ୍ଟି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ବୁଧବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଭଞ୍ଜନଗରରେ ବଢୁଛି ଦୁର୍ଘଟଣା: ୪ ଘଣ୍ଟାରେ ୩ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର…

ଭଞ୍ଜନଗର, ୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ମଙ୍ଗଳବାର ମାତ୍ର ୪ ଘଣ୍ଟା ମଧ୍ୟରେ ଘଟିଥିବା ତିନୋଟି ପୃଥକ ପୃଥକ…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri