ବିପଦ ସଙ୍କେତ ଟପିଲା ଜଳସ୍ତର, ଜଳକାରେ ପୁଣି ବନ୍ୟା, ଦୁର୍ଦ୍ଦଶାରେ ଚାଷୀ

ବାଲେଶ୍ୱର,୫।୯(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ଶୁକ୍ରବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି। ମଥାନୀ ଠାରେ ନଦୀର ସତର୍କ ସଙ୍କେତ ୬ ମିଟର ଓ ବିପଦ ସଙ୍କେତ ୬.୫ ମିଟର ରହିଛି l ରାତି ୨ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ବିପଦ ସଙ୍କେତ ଟପି ୬.୫୬ ମିଟରରେ ପ୍ରବାହିତ ହେଉଥିଲା । ଶୁକ୍ରବାର ପୂର୍ବାହ୍ନ ୯ଟା ସୁଦ୍ଧା ୬.୭୮ ମିଟରରେ ପ୍ରବାହିତ ହେଉଛି । ଜଳକାରେ ପୁଣି ବନ୍ୟା ଆସିଛି । ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବସ୍ତା ଓ ସଦର ବ୍ଲକର ଶତାଧିକ ହେକ୍ଟର ଚାଷଜମି ଜଳାର୍ଣ୍ଣବ ହୋଇଛି । ବନ୍ୟା ଚାଷୀଙ୍କୁ ଦୁର୍ଦ୍ଦଶା ଆଣିଦେଇଛି । ଭୟଭୀତ ଅବସ୍ଥାରେ ରହିଛନ୍ତି ନଦୀ କୁଳିଆ ବାସିନ୍ଦା । ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ବଢୁଛି ନଦୀର ଜଳସ୍ତର । କିଛି ଦିନ ଧରି ବାଲେଶ୍ବର ସମେତ ପଡୋଶୀ ମୟୁରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହୋଇଛି l ଫଳରେ ବସ୍ତା ଦେଇ ପ୍ରବାହିତ ହେଉଥିବା ଜଳକା ନଦୀ ଅବବାହିକା ସମେତ ନଦୀର ଉପର ମୁଣ୍ଡ ରାସଗୋବିନ୍ଦପୁର,ମୋରଡା, ଶୁଳିଆପଦା,ଚିତ୍ରଡା ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ବୃଦ୍ଧି ପାଉଛି ନଦୀର ଜଳସ୍ତର । ତଳିଆ ଅଞ୍ଚଳ ଜଳାର୍ଣ୍ଣବ ହୋଇଛି । ବନ୍ୟା ପରିସ୍ଥିତି ମୁକାବିଲା ନିମନ୍ତେ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିବା ଏଡିଏମ ସୁଧାକର ନାୟକ ସୂଚନା ଦେଇଛନ୍ତି l ବନ୍ୟା ଯୋଗୁଁ ବସ୍ତା ଓ ସଦର ବ୍ଲକର ୧୫ରୁ ଉର୍ଦ୍ଧ୍ୱ ପଞ୍ଚାୟତ ପ୍ରଭାବିତ ହୋଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri