ବିପଦ ସଙ୍କେତ ଟପିଲା ଜଳସ୍ତର, ଜଳକାରେ ପୁଣି ବନ୍ୟା, ଦୁର୍ଦ୍ଦଶାରେ ଚାଷୀ

ବାଲେଶ୍ୱର,୫।୯(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ଶୁକ୍ରବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି। ମଥାନୀ ଠାରେ ନଦୀର ସତର୍କ ସଙ୍କେତ ୬ ମିଟର ଓ ବିପଦ ସଙ୍କେତ ୬.୫ ମିଟର ରହିଛି l ରାତି ୨ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ବିପଦ ସଙ୍କେତ ଟପି ୬.୫୬ ମିଟରରେ ପ୍ରବାହିତ ହେଉଥିଲା । ଶୁକ୍ରବାର ପୂର୍ବାହ୍ନ ୯ଟା ସୁଦ୍ଧା ୬.୭୮ ମିଟରରେ ପ୍ରବାହିତ ହେଉଛି । ଜଳକାରେ ପୁଣି ବନ୍ୟା ଆସିଛି । ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବସ୍ତା ଓ ସଦର ବ୍ଲକର ଶତାଧିକ ହେକ୍ଟର ଚାଷଜମି ଜଳାର୍ଣ୍ଣବ ହୋଇଛି । ବନ୍ୟା ଚାଷୀଙ୍କୁ ଦୁର୍ଦ୍ଦଶା ଆଣିଦେଇଛି । ଭୟଭୀତ ଅବସ୍ଥାରେ ରହିଛନ୍ତି ନଦୀ କୁଳିଆ ବାସିନ୍ଦା । ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ବଢୁଛି ନଦୀର ଜଳସ୍ତର । କିଛି ଦିନ ଧରି ବାଲେଶ୍ବର ସମେତ ପଡୋଶୀ ମୟୁରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହୋଇଛି l ଫଳରେ ବସ୍ତା ଦେଇ ପ୍ରବାହିତ ହେଉଥିବା ଜଳକା ନଦୀ ଅବବାହିକା ସମେତ ନଦୀର ଉପର ମୁଣ୍ଡ ରାସଗୋବିନ୍ଦପୁର,ମୋରଡା, ଶୁଳିଆପଦା,ଚିତ୍ରଡା ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ବୃଦ୍ଧି ପାଉଛି ନଦୀର ଜଳସ୍ତର । ତଳିଆ ଅଞ୍ଚଳ ଜଳାର୍ଣ୍ଣବ ହୋଇଛି । ବନ୍ୟା ପରିସ୍ଥିତି ମୁକାବିଲା ନିମନ୍ତେ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିବା ଏଡିଏମ ସୁଧାକର ନାୟକ ସୂଚନା ଦେଇଛନ୍ତି l ବନ୍ୟା ଯୋଗୁଁ ବସ୍ତା ଓ ସଦର ବ୍ଲକର ୧୫ରୁ ଉର୍ଦ୍ଧ୍ୱ ପଞ୍ଚାୟତ ପ୍ରଭାବିତ ହୋଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri