ଘୋଡାହାଡ ନଦୀ ରେ ବଢୁଛି ଜଳସ୍ତର :ନଈ କୂଳିଆ ଲୋକେ ଭୟଭୀତ

ଦିଗପହଣ୍ଡି,୨୮।୧୦(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ବାତ୍ୟା‘ମୋନ୍ଥା’ ପ୍ରଭାବରେ ମଙ୍ଗଳବାର ସକାଳୁ ତୁହାକୁ ତୁହା ବର୍ଷା ଲାଗିରହିଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ ଅଧୀନ ଦିଗପହଣ୍ଡିସ୍ଥିତ ଘୋଡାହାଡ ଡ଼୍ୟାମରୁ ସ୍ପିଲ ୱେ ମୁଖ୍ୟ ଫାଟକର ୨ଟି ଗେଟ୍‌ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ପାଣି ଛଡ଼ାଯାଉଥିବା ବେଳେ ଡ଼୍ୟାମ ଅଞ୍ଚଳରେ ସା ସୁଦ୍ଧା ୪୬ ମି. ମି ବର୍ଷା ହୋଇଥିବା ଜଳସମ୍ପଦ ବିଭାଗ ଉପ ନିର୍ବାହୀ ଯନ୍ତ୍ରୀ ଇଂ. ନିରଞ୍ଜନ ସାହୁ ଜଣାଇଛନ୍ତି । ଡ଼୍ୟାମର ଉପରମୁଣ୍ଡରେ ଗତ ୨ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାରୁ ଡ଼୍ୟାମ ମଧ୍ୟକୁ ବିଭିନ୍ନ ନଦୀ ନାଳରୁ ଘଣ୍ଟା ପ୍ରତି ୧୫୫ କ୍ୟୁସେକ ବନ୍ୟା ଜଳ ପ୍ରବେଶ କରୁଛି। ଏହାକୁ ଦୃଷ୍ଟିରେ ରଖି ଡ଼୍ୟାମରୁ ଘଣ୍ଟା ପ୍ରତି ୧୦୨ କ୍ୟୁସେକ ଜଳକୁ ନଦୀ ଗର୍ଭକୁ ଛଡାଯାଉଛି। ନଦୀର ଜଳସ୍ତର କ୍ରମଶଃ ବଢ଼ିବାରେ ଲାଗିଛି। ନଈକୂଳିଆ ଗୋଲଣ୍ଡା,ମଧୁବନ, ସେବକ ଟିକରପଡ଼ା,କଇଠଖଣ୍ଡି, ବୁରିପଦର, ପେଣ୍ଠା, ତଲାସିଙ୍ଗି,ଗୁମା, ପନାଡ,ଜକମେରି ପଲ୍ଲୀ, ଜଲମେରି ପଲ୍ଲୀ, ଧେରେଣ୍ଡୀ, ମଳାଭଞ୍ଜା ,ଆମ୍ବ ଗାଁ, ତିଳେଶ୍ୱର,ମହାନଳା, ପଳାଶପୁର,ନୂଆଗଡ, ଖୁଲଡି, ଜଲମରା, ଭୁଇପଲ୍ଲୀ, ପାଟପୁର, ଗ୍ରାମବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। କୌଣସି ମତେ ନଦୀ ମଧ୍ୟକୁ ନ ଯିବା ସହ କୌଣସି ଗୃହପାଳିତ ପ୍ରାଣୀ ମାନଙ୍କୁ ନଛାଡିବା ପାଇଁ ଜଳସମ୍ପଦ କର୍ମଚାରୀଙ୍କ ପକ୍ଷରୁ ଗାଁ କୁ ଗାଁ ବୁଲି ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ସତର୍କ ସୂଚନା ଜାରି କରାଯାଇଛି। ଡ଼୍ୟାମର ଜଳଧାରଣ କ୍ଷମତା ୧୧୭.୮୦ ମିଟର ରହିଥିବା ବେଳେ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ଜଳଭଣ୍ଡାରରେ ୮୩ ଭାଗ ଅର୍ଥାତ୧୧୬.୩୦ ମିଟର ପାଣି ଗଚ୍ଛିତ ରହିଥିବା ଉପ ନିର୍ବାହୀ ଯନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri