ସତର୍କ ସଙ୍କେତ ଟପିଲା ଜଳକା ଜଳସ୍ତର, ପୁଣି ବନ୍ୟା ଆଶଙ୍କା

ବାଲେଶ୍ୱର,୩।୯(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୁଧବାର ସତର୍କ ସଙ୍କେତ ଉପରେ ପ୍ରବାହିତ ହେଉଛି । ମଥାନୀ ଠାରେ ନଦୀର ସତର୍କ ସଙ୍କେତ ୬ ମିଟର ଓ ବିପଦ ସଙ୍କେତ ୬.୫ ମିଟର ରହିଛି । ମଙ୍ଗଳବାର ଭୋର ୪ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୦୧ ମିଟରରେ ପ୍ରବାହିତ ହେଉଥିଲା । ବୁଧବାର ପୂର୍ବାହ୍ନ ୯ଟା ସୁଦ୍ଧା ସତର୍କ ସଙ୍କେତ ଟପି ୬.୦୫ ମିଟରରେ ପ୍ରବାହିତ ହେଉଛି। ଯାହାକୁ ନେଇ ଜଳକାରେ ପୁଣି ବନ୍ୟା ଆଶଙ୍କା ଦେଖାଦେଇଛି । ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବସ୍ତା ଓ ସଦର ବ୍ଲକର ଶତାଧିକ ହେକ୍ଟର ଚାଷଜମି ଜଳାର୍ଣ୍ଣବ ହୋଇଛି। ବନ୍ୟା ଆଶଙ୍କା ଚାଷୀଙ୍କୁ ଦୁର୍ଦ୍ଦଶା ଆଣିଦେଇଛି । ଭୟଭୀତ ଅବସ୍ଥାରେ ରହିଛନ୍ତି ନଦୀ କୁଳିଆ ବାସିନ୍ଦା । ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ବଢୁଛି ନଦୀର ଜଳସ୍ତର । ଗତ ଦୁଇଦିନ ଧରି ବାଲେଶ୍ବର ସମେତ ପଡୋଶୀ ମୟୁରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହୋଇଛି । ଫଳରେ ବସ୍ତା ଦେଇ ପ୍ରବାହିତ ହେଉଥିବା ଜଳକା ନଦୀ ଅବବାହିକା ସମେତ ନଦୀର ଉପର ମୁଣ୍ଡ ରାସଗୋବିନ୍ଦପୁର,ମୋରଡା, ଶୁଳିଆପଦା,ଚିତ୍ରଡା ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ବୃଦ୍ଧି ପାଉଛି ନଦୀର ଜଳସ୍ତର। ତଳିଆ ଅଞ୍ଚଳ ଜଳାର୍ଣ୍ଣବ ହୋଇଛି । ବନ୍ୟା ପରିସ୍ଥିତି ମୁକାବିଲା ନିମନ୍ତେ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିବା ଏଡିଏମ ସୁଧାକର ନାୟକ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

ଲଢୁ ଲଢୁ ବିତିଗଲାଣି ୧୭ ଦିନ, ହେଲେ କିଛି ବି କରିପାରିଲେ ନାହିଁ ଟ୍ରମ୍ପ, ବିଶେଷଜ୍ଞ କହିଲେ ଇରାନ ପାଖରେ ବି ରହିଛି ବାଜି….

ଓ୍ବାଶିଂଟନ,୧୭।୩: ଯୁକ୍ତରାଷ୍ଟ୍ର ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ଯୁଦ୍ଧ ଆରମ୍ଭ କରିବାର ୧୭ ଦିନ ବିତିଗଲାଣି, ତଥାପି ଏକ ନର୍ଣ୍ଣାୟକ ଫଳାଫଳ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଏବେ…

ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ…

ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ପେଟ୍ରୋଲ-ଡିଜେଲ ଦାମ୍

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି। ୧୭ ମାର୍ଚ୍ଚ ମଙ୍ଗଳବାର ଦିନ, ଅଶୋଧିତ ତୈଳ…

LPG ସଙ୍କଟ ଭିତରେ ଆସିଲା ଖୁସିଖବର: ଆଜି ଭାରତରେ ପହଞ୍ଚିବ ଏତିକି ମେଟ୍ରିକ ଟନ୍‌ ଗ୍ୟାସ

ନୂଆଦିଲ୍ଲୀ,୧୭।୩: ଦେଶରେ ବଢ଼ି ଚାଲିଥିବା ଏଲପିଜି ସଙ୍କଟ ମଧ୍ୟରେ ଆଶ୍ୱସ୍ତିର ଖବର ଆସିଛି। ଇରାନ ସରକାରଙ୍କ ସ୍ବତନ୍ତ୍ର ଅନୁମତି ପରେ, ଭାରତୀୟ ଜାହାଜ ପାଇଁ ପଥ ପରିଷ୍କାର…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏବେ ଏହି ଦେଶ: ନିଜେ କଲେ ଖୁଲାସା, ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ପରେ ତାଙ୍କର ପରବର୍ତ୍ତୀ ଟାର୍ଗେଟ ବିଷୟରେ ପ୍ରକାଶ କରିଛନ୍ତି। ସେ ଖୋଲାଖୋଲି ଭାବରେ ଇଙ୍ଗିତ କରିଛନ୍ତି ଯେ ତାଙ୍କର…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri