ମା’ ରାମଚଣ୍ଡୀଙ୍କ ଚନ୍ଦନ ପୋଖରୀରେ ଆଣ୍ଠୁଏ ପାଣି, ମେଳାରେ ସମସ୍ୟା ଭୋଗିବେ ବ୍ୟବସାୟୀ, ଅସନ୍ତୋଷ ପ୍ରକାଶ କରି…

ମହାକାଳପଡ଼ା,୧୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗରସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିରରେ ଦିନକ ପରେ ପଣା ସଂକ୍ରାନ୍ତି ଓ ଝାମୁଯାତ୍ରା ଅନୁଷ୍ଠିତ ହେବ। ଏହା ଏକ ସପ୍ତାହ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ମା’ଙ୍କ ମନ୍ଦିର ପରିସରରେ ଚନ୍ଦନ ପୋଖରୀ ରହିଛି। ଏହା ଶୁଖିଲା ପଡିଥିବାବେଳେ ଆଣ୍ଠୁଏ ପାଣି ରହିଛି। ଏଥିପାଇଁ ଶତାଧିକ ଶ୍ରଦ୍ଧାଳୁ, ବିଭିନ୍ନ ଦୋକାନ ବଜାର ବ୍ୟବସାୟୀମାନେ ହଇରାଣ ହରକତ ହେବାର ଆଶଙ୍କା ରହିଛି ବୋଲି କୁହାଯାଉଛି। ଅପରପକ୍ଷରେ ମନ୍ଦିର ପରିସରରେ ନବୀକରଣ କାର୍ଯ୍ୟ ଯୋଗୁ ଦୁଇଟି ପାଦଧୂଆ ତୁଠରେ ପଙ୍କ ଓ କାଦୁଅ ସରସର ହୋଇପଡିଛି। ଶ୍ରଦ୍ଧାଳୁମାନେ ମା’ଙ୍କ ଦର୍ଶନ କରିବା ପୂର୍ବରୁ ଏହି ଚନ୍ଦନ ପୋଖରୀରେ ପାଦ ଧୌତ କରିବେ। ହେଲେ ପଙ୍କ, କାଦୁଅ ଯୋଗୁ କିପରି ପାଦ ଧୌତ କରିବେ ବୋଲି ଶ୍ରଦ୍ଧାଳୁମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେହିପରି ମା’ଙ୍କ ମେଳାରେ ହଜାରରୁ ଅଧିକ ଛୋଟ ବଡ଼ ଦୋକାନ ବଜାର ପସରା ମେଲାଇବେ। ପୋଖରୀରେ ଜଳ ସମସ୍ୟା ଯୋଗୁ ବଡ଼ ଧରଣର ଅଘଟଣକୁ ଏଡ଼ାଇ ଦେଇହେବ ନାହିଁ ବୋଲି କୁହାଯାଉଛି। ୨୦୨୨ରେ ଏକ ଜଳଖିଆ ଦୋକାନରେ ଗ୍ୟାସ୍‌ ସିଲିଣ୍ଡର ଲିକ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଥିଲା। ପରେ ସମସ୍ତଙ୍କ ସହଯୋଗରେ ବଡ଼ ଧରଣର ଅଗ୍ନିକାଣ୍ଡରୁ ରକ୍ଷା ପାଇଥିଲା। ସେହିପରି ଜମ୍ବୁ ଦ୍ୱୀପ ମହୋତ୍ସବ ଓ ମା’ଙ୍କ ମନ୍ଦିର ପରିସର ମଧ୍ୟରେ ଶ୍ରଦ୍ଧାଳୁମାନଙ୍କ ଭିଡ଼ ପରିଲକ୍ଷିତ ହେବା ଯୋଗୁ ଲୁଟେରାମାନଙ୍କ ପ୍ରାଦୁର୍ଭାବ ରହିବ। ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବାର ଆବଶ୍ୟକତା ରହିଛି। ପ୍ରତିବର୍ଷ ମହିଳାମାନଙ୍କଠାରୁ ମନିପର୍ସ, ସୁନାଗହଣା ଓ ଭ୍ୟାନିଟ ବ୍ୟାଗଗୁଡ଼ିକ ଲୁଟେରାମାନେ ଲୁଟ୍‌ କରିବା ବହୁ ନଜିର ରହିଛି। ସୁରକ୍ଷା ବ୍ୟବସ୍ଥା କଡାକଡି କରିବାକୁ ଜମ୍ବୁ ସାମୁଦ୍ରିକ ଥାନା ପକ୍ଷରୁ ୨ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହେବାର ଯୋଜନା ରହିଛି ବୋଲି ସୂଚନା ମିଳିଛି। ଏ ସଂକ୍ରାନ୍ତରେ ମହାକାଳପଡ଼ା ତହସିଲଦାର ତଥା ମନ୍ଦିର ସୋଲ ଟ୍ରଷ୍ଟ ରବିନାରାୟଣ ଆଚାର୍ଯ୍ୟଙ୍କୁ ପଚାରିବାରେ ମା’ଙ୍କ ମେଳା ଶାନ୍ତି ଶୃଙ୍ଖଳା ରକ୍ଷା କରିବାକୁ ସମସ୍ତଙ୍କ ସହଯୋଗ ରହିଛି। କୌଣସି ସମସ୍ୟା ନଜରକୁ ଆସିଲେ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପରିଶ୍ରମ ଅନୁଯାୟୀ ମହୁଲ ଫୁଲ ସଂଗ୍ରହକାରୀଙ୍କୁ ମିଳୁନି ମୂଲ, ଜୀବିକାକୁ ଆଦରି ନେଇ…

ବରଗଡ଼/ଝାରବନ୍ଧ,୧୩।୪(ପ୍ରେମାନନ୍ଦ ଖମାରୀ/ ଦେବେନ୍ଦ୍ର ସାହୁ): ଲଘୁ ବନଜାତ ଦ୍ରବ୍ୟ ମଧ୍ୟରୁ ମହୁଲ ଫୁଲ ଅନ୍ୟତମ। ଫାଲଗୁନ ମାସ ଆସିବା ମାତ୍ର ଏହି ଫୁଲ ଗଛରେ ଦେଖିବାକୁ ମିଳେ।…

ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ ଆସିଲା ଏହି ବ୍ୟକ୍ତିଙ୍କର ଗୋଟିଏ ଫୋନ କଲ୍‌, ସବୁ ହୋଇଗଲା ଓଲଟପାଲଓ!

ଇସଲାମାବାଦ,୧୩।୪: ଇରାନ ଦାବି କରିଛି ଯେ ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବିବାଦ ସମାଧାନ ପାଇଁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଦ୍ୱାରା ଆମେରିକାର ଉପରାଷ୍ଟ୍ରପତି…

ଏଇ ଭାରତରେ

ସଡ଼କ ପଥରେ ଯାତ୍ରୀଙ୍କ ସୁରକ୍ଷା ନିଶ୍ଚିତ କରିବା ପାଇଁ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ। ଯେ…

ସଂସ୍କୃତିକୁ ପ୍ରୋତ୍ସାହନ

ଓଡ଼ିଆ ଘରର ଗାଥା-ଗୌରବ, ଚାଲିଚଳଣି, ଖାଦ୍ୟ ପାନୀୟ, ପୋଷାକ ପରିଧାନ, ସଂସ୍କୃତି ଓ ପରମ୍ପରାକୁ ବିଶ୍ୱବିଦିତ କରିବା ଲକ୍ଷ୍ୟରେ ଏପ୍ରିଲ ପହିଲାରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳିତ…

ଯୁଦ୍ଧ ଓ ଶ୍ୱାସରୁଦ୍ଧ ସମ୍ବେଦନଶୀଳତା

ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା…

ବିଦ୍ୟୁତ୍‌ ଉପରେ ପଡ଼ୁଛି ଗ୍ୟାସ୍‌ ଚାପ

ଭୁବନେଶ୍ୱର,୧୩।୪(ରବିନାରାୟଣ ଜେନା): ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତିକୁ ନେଇ ରାଜ୍ୟରେ ଘରୋଇ ରନ୍ଧନ ଗ୍ୟାସ୍‌(ଏଲ୍‌ପିଜି)ର ସଙ୍କଟ ସୃଷ୍ଟି ହୋଇଛି। ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ଲୋକେ ଏଲ୍‌ପିଜି…

ଇରାନୀ ନେତାର ନାହିଁ ପ୍ରୟୋଜନ

ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦଠାରେ ଆମେରିକା ଓ ଇରାନ୍‌ ମଧ୍ୟରେ ୨୧ ଘଣ୍ଟା ଧରି ଚାଲିଥିବା ଶାନ୍ତି ଆଲୋଚନା ଶେଷରେ ବିଫଳ ହୋଇଛି। ସ୍ବଦେଶ ପ୍ରତ୍ୟାବର୍ତ୍ତନ ପୂର୍ବରୁ ଆମେରିକା…

Video: ହର୍ମୁଜକୁ ନେଇ ହେବ ଯୁଦ୍ଧ? ଇରାନ ଜାରି କଲା ୬୦ ସେକେଣ୍ଡର ଭିଡ଼ିଓ, ଆମେରିକାକୁ ଦେଲା ସିଧା ଚେତାବନୀ

ତେହରାନ,୧୩।୪: ଯେଉଁଦିନ ଇରାନ-ଆମେରିକା ମଧ୍ୟସ୍ଥତା ନେତୃତ୍ୱାଧୀନ ଶାନ୍ତି ଆଲୋଚନା ଭାଙ୍ଗି ଯାଇଥିଲା, ସେହି ଦିନ ଇରାନ ଏକ ଭିଡିଓ ଫୁଟେଜ ଜାରି କରିଥିଲା। ଏହା ଦୁଇ ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri