ହୀରାକୁଦ ଡ୍ୟାମ୍‌ରେ ବଢୁଛି ଜଳସ୍ତର: ଖୋଲିଲା ୬ ଗେଟ୍‌

ସମ୍ବଲପୁର୨୨।୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଥିବାରୁ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଓ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଏଭଳିସ୍ଥିତିରେ ହୀରାକୁଦ ଡ୍ୟାମ୍‌ରେ ଜଳସ୍ତର ବୃଦ୍ଧି ଘଟିଛି। ଜଳସ୍ତର ବୃଦ୍ଧିକୁ ଦୃଷ୍ଟିରେ ରଖି ଡ୍ୟାମ କର୍ତ୍ତୃପକ୍ଷ ଗୁରୁବର ୬ଟି ଗେଟ ଖୋଲା କରିଛନ୍ତି। ଫଳରେ ପାଣି ନିଷ୍କାସନ ଯୋଗୁ ମହାନଦୀ ତଳମୁଣ୍ଡରେ ଜଳସ୍ତର ବୃଦ୍ଧି ପାରିବ। ଏନେଇ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବକୁ ସୂଚନା ଦିଆଯାଇଛି। ଜଳସ୍ତରକୁ ଦୃଷ୍ଟିରେ ରଖି ଆହୁରି ଅଧିକ ଗେଟ୍‌ ଖୋଲାଯାଇପାରେ ବୋଲି ସୂଚନା ମିଳିଛି।

ଏଭଳିସ୍ଥିତିରେ ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ସାଇକ୍ଲୋନିକ ସର୍କୁଲେଶନ ସୃଷ୍ଟି ହେବାର ସମ୍ଭାବନା ରହିଥିବାରୁ ଉକ୍ତଦିନଠାରୁ ବର୍ଷାର ପରିମାଣ ଆହୁରି ବଢ଼ିବ।

ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଏବଂ ଶୁକ୍ରବାର ସମ୍ବଲପୁର, ଦେବଗଡ଼, ବରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ତେବେ ୨୪ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଆଦି ୫ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି।

ସେହିଭଳି ୨୫ ତାରିଖରେ ସମ୍ବଲପୁର ଓ ଅନୁଗୋଳ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ କରାଯାଇଛି। ଏଥିସହ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ସେପଟେ ୨୨ରୁ ୨୫ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

ଘଣ୍ଟାପ୍ରତି ପବନର ବେଗ ୩୫ ରୁ ୪୫ କି.ମି. ରହିବା ସହ ଘଣ୍ଟା ପ୍ରତି ୫୫ କି.ମି. ବେଗରେ ଧୂଳିଝଡ଼ ହେବାର ସମ୍ଭାବନା ରହିଛି। ତେଣୁ ଓଡ଼ିଶା ଉପକୂଳକୁ ମତ୍ସ୍ୟଜୀବୀଙ୍କୁ ଯିବା ପାଇଁ ମନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri