ହୀରାକୁଦ ଡ୍ୟାମ୍‌ରେ ବଢୁଛି ଜଳସ୍ତର: ଖୋଲିଲା ୬ ଗେଟ୍‌

ସମ୍ବଲପୁର୨୨।୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଥିବାରୁ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଓ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଏଭଳିସ୍ଥିତିରେ ହୀରାକୁଦ ଡ୍ୟାମ୍‌ରେ ଜଳସ୍ତର ବୃଦ୍ଧି ଘଟିଛି। ଜଳସ୍ତର ବୃଦ୍ଧିକୁ ଦୃଷ୍ଟିରେ ରଖି ଡ୍ୟାମ କର୍ତ୍ତୃପକ୍ଷ ଗୁରୁବର ୬ଟି ଗେଟ ଖୋଲା କରିଛନ୍ତି। ଫଳରେ ପାଣି ନିଷ୍କାସନ ଯୋଗୁ ମହାନଦୀ ତଳମୁଣ୍ଡରେ ଜଳସ୍ତର ବୃଦ୍ଧି ପାରିବ। ଏନେଇ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବକୁ ସୂଚନା ଦିଆଯାଇଛି। ଜଳସ୍ତରକୁ ଦୃଷ୍ଟିରେ ରଖି ଆହୁରି ଅଧିକ ଗେଟ୍‌ ଖୋଲାଯାଇପାରେ ବୋଲି ସୂଚନା ମିଳିଛି।

ଏଭଳିସ୍ଥିତିରେ ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ସାଇକ୍ଲୋନିକ ସର୍କୁଲେଶନ ସୃଷ୍ଟି ହେବାର ସମ୍ଭାବନା ରହିଥିବାରୁ ଉକ୍ତଦିନଠାରୁ ବର୍ଷାର ପରିମାଣ ଆହୁରି ବଢ଼ିବ।

ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଏବଂ ଶୁକ୍ରବାର ସମ୍ବଲପୁର, ଦେବଗଡ଼, ବରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ତେବେ ୨୪ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଆଦି ୫ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି।

ସେହିଭଳି ୨୫ ତାରିଖରେ ସମ୍ବଲପୁର ଓ ଅନୁଗୋଳ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ କରାଯାଇଛି। ଏଥିସହ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ସେପଟେ ୨୨ରୁ ୨୫ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

ଘଣ୍ଟାପ୍ରତି ପବନର ବେଗ ୩୫ ରୁ ୪୫ କି.ମି. ରହିବା ସହ ଘଣ୍ଟା ପ୍ରତି ୫୫ କି.ମି. ବେଗରେ ଧୂଳିଝଡ଼ ହେବାର ସମ୍ଭାବନା ରହିଛି। ତେଣୁ ଓଡ଼ିଶା ଉପକୂଳକୁ ମତ୍ସ୍ୟଜୀବୀଙ୍କୁ ଯିବା ପାଇଁ ମନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri