କୁଶଭଦ୍ରା, ଭାର୍ଗବୀରେ ବଢୁଛି ଜଳସ୍ତର

ବାଲିପାଟଣା,୪ା୮(ଅଭିମନ୍ୟୁ ନାୟକ): ରାଜ୍ୟରେ ବର୍ଷା ଥମୁ ନ ଥିବା ବେଳେ ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କୁଶଭଦ୍ରା ଓ ଭାର୍ଗବୀ ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ବନ୍ୟାଜଳ ପ୍ରବେଶ କରିବାରୁ ସରିପୁର ଗ୍ରାମ ନିକଟ କୁଶଭଦ୍ରା ନଦୀ ଭିତରେ ଚରୁଥିବା ବେଳେ ତିନୋଟି ଗାଈ ଭାସି ଯାଇଥିଲେ। ଗ୍ରାମବାସୀ ଦୁଇଟି ଗାଈକୁ ଉଦ୍ଧାର କରିଥିବା ବେଳେ ଆଉ ଗୋଟିଏ ଗାଈର ମୃତ୍ୟୁ ଘଟିଛି। ସେହିପରି ଭାର୍ଗବୀ ନଦୀର ବନ୍ୟାଜଳ ଅଚ୍ୟୁତପୁର କାଜଦେଇ ପ୍ରବାହିତ ଜଳ ବିଲରେ ପ୍ରବେଶ କରିଛି। କାଜର ବନ୍ଧ ନ ଥିବାରୁ ରାଜସ, ଷୋମଣ, ଆଳିସି ଶାସନ, ପମ୍ପାଲ ଓ କୁରୁନଜିପୁର ପଞ୍ଚାୟତରେ ପରିବା ଓ ଧାନ ଫସଲ ବ୍ୟାପକ କ୍ଷୟକ୍ଷତି ହେବ। ମୁଣ୍ଡୁଳି ଠାରେ ପ୍ରବାହିତ ୯.୬୦ଲକ୍ଷ କ୍ୟୁସେକ ବନ୍ୟାଜଳ ଶୁକ୍ରବାର ପୂର୍ବାହ୍ନ ୧୧ଟା ଶୁଦ୍ଧା ତଳ ମୁଣ୍ଡରେ ପହଞ୍ଚିବ ବୋଲି ବାଲିପାଟଣା ଜଳ ସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ଜ୍ଞାନରଞ୍ଜନ ନାୟକ କହିଛନ୍ତି। ବ୍ଲକ ପ୍ରଶାସନ ପକ୍ଷରୁ ପ୍ରତି ବନ୍ୟାପ୍ଲାବିତ ପଞ୍ଚାୟତରେ ଶୁଖିଲା ଖାଦ୍ୟ ମହଜୁଦ ଥିବା ସହିତ ଉଦ୍ଧାର ପାଇଁ ଏନ୍‌ଡିଆରଏଫ୍‌ କର୍ମଚାରୀ ପ୍ରସ୍ତୁତ ଥିବା ବିଡିଓ ଆଦିକନ୍ଦ ବେହେରା କହିଛନ୍ତି। ପ୍ରଭାବିତ ଲୋକଙ୍କ ପାଇଁ ଔଷଧ ବାଣ୍ଟିବାକୁ ବ୍ୟବସ୍ଥା କରାଯିବ ବୋଲି ଜିଲା ମୁଖ୍ୟ ଚିତ୍ସାଧିକାରୀ ଡା.ଆର୍ତ୍ତବନ୍ଧୁ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?