ବଢୁଛି ଗମେଇ ନଦୀ ଜଳସ୍ତର

ବାସୁଦେବପୁର, ୫ା୮(ନାରାୟଣ ପ୍ରସାଦ ବାରିକ୍‌): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବାସୁଦେବପୁର ବ୍ଲକର ଗମେଈ, କାଂଶବାଂଶ, କଞ୍ଚୁଡ଼ି, ନୂଆନଦୀ ସମେତ ମନ୍ତେଇ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। କାଂଶବାଂଶ ନଦୀରେ ବନ୍ୟା ଆସିବା ଫଳରେ ବାସୁଦେବପୁର ବ୍ଲକର ଜଗନ୍ନାଥପୁର, ବଚ୍ଛଦା, ସାରଙ୍ଗପୁର, ଚନ୍ଦନପୁର, ପଢ଼ଁୁଆ ଆଦି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗମେଈ ନଦୀରେ ଶୁକ୍ରବାର ସକାଳଠାରୁ ଜଳସ୍ତର ବଢ଼ୁଥିବାରୁ ବ୍ୟାପକ ଚାଷଜମି ଜଳମଗ୍ନ ହେବା ସହ ୪/୫ ଫୁଟ ବନ୍ୟାଜଳ ପ୍ରବାହିତ ହେଉଛି। ଏହି ନଦୀ ଅବବାହିକାରେ ଥିବା ବରଣ୍ଡୁଆ, ନରସିଂହପୁର, ସୁଦର୍ଶନପୁର, ଚୁଡ଼ାମଣି, ଶାଶୁଭୁଆଶୁଣୀ ଆଦି ୫ ପଞ୍ଚାୟତ ସମେତ ପୌରପାଳିକାର ବଳିବିନ୍ଧା, ବାଷଠୀ, ଭୈରବପୁର, ଗୋପାଳପୁର, ରାଧାବଲ୍ଲଭପୁର, ଗୁଆଗଁା ଆଦି ଅଞ୍ଚଳର ଶତାଧିକ ହେକ୍ଟର ଚାଷଜମି ଜଳମଗ୍ନ ହୋଇଛି। କଞ୍ଚୁୁଡ଼ି, ନୂଆନଦୀରେ ବନ୍ୟା ଆସିବା ଫଳରେ ସୁଗୋ, ପଦ୍ମପୁର, ଏଡ଼ତାଳ, ଲୁଙ୍ଗା ଆଦି ପଞ୍ଚାୟତରେ ବନ୍ୟା ସୃଷ୍ଟି ହୋଇଛି। ଜଗନ୍ନାଥପ୍ରସାଦ, ବାଲିମେଦ, ଆନ୍ଦୋଳା, କରଞ୍ଜଆଡ଼ିଆ, ନାୟକାଣିଡିହୀର ବ୍ୟାପକ ଚାଷଜମିରେ ମନ୍ତେଈ ନଦୀ ବନ୍ୟାଜଳ ଜମି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri