୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ମଙ୍ଗଳବାର ସକାଳେ ପୁଣିଥରେ ଦୁଇଟି ପର୍ଯ୍ୟାୟରେ ଆଉ ୭ଟି ସ୍ଲୁଇସ ଗେଟ ଖୋଲାଯାଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୯ ଓ ଦକ୍ଷିଣ ପାର୍ଶର ୫ଟି ମିଶି ମୋଟ ୧୪ଟି ସ୍କୁଇସ ଗେଟ ଜରିଆରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ଅପରାହ୍ନ ସାଢ଼େ ୩ଟା ସମୟରେ ପ୍ରାପ୍ତ ସୂଚନା ଅନୁସାରେ ଜଳଭଣ୍ଡାରର ଜଳସ୍ତର ୬୨୦.୦୨ ଫୁଟକୁ ବୃଦ୍ଧି ପାଇଥିବା ବେଳେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୨ ଲକ୍ଷ ୨୪ ହଜାର ୬୧୪ ଘନଫୁଟ ବନ୍ୟା ଜଳ ପ୍ରବେଶ କରୁଛି।

ସେହିପରି ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ହାରାହାରୀ ମୋଟ ୨ ଲକ୍ଷ ୫୪ ହଜାର ୧୩୭ ଘନଫୁଟ ଜଳ ନିଷ୍କାସିତ ହେଉଛି। ସେଥି୍ଯଯଯରୁ ୧୨ଟି ସ୍ଲୁଇସ ଗେଟ ଜରିଆରେ ୨ ଲକ୍ଷ ୧୯ ହଜାର ୪୦୮ ଘନଫୁଟ ଏବଂ ବିଭିନ୍ନ କେନାଲ, ବିଦ୍ୟୁତ ଉତ୍ପାଦନ ପାଇଁ ପାୱାର ଚ୍ୟାନେଲ ଓ ଶିଳ୍ପଭିତ୍ତିକ ବ୍ୟବହାର ପାଇଁ ମୋଟ ୩୪,୭୨୯ ଘନଫୁଟ ଜଳ ନିଷ୍କାସିତ ହେଉଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?