ଋଷିକୂଲ୍ୟା ନଦୀ ଜଳ ସ୍ତର ବୃଦ୍ଧି: ସ୍ଥିତି ଅନୁଧ୍ୟାନ କରି ଜିଲାପାଳ କହିଲେ ଆଗାମୀ ୨୪ ଘଣ୍ଟା…

ଗଞ୍ଜାମ, ୩।୧୦(ବିଦ୍ୟାଧର ସାହୁ ): ଲଗାଣ ବର୍ଷା ପାଇଁ ଗଞ୍ଜାମ ଜିଲାକୁ ପୂର୍ବରୁ ରେଡ ୱାନିର୍ଂ ଜାରି କରାଯାଇଥିବା ବେଳେ ବର୍ତ୍ତମାନ ୟେଲୋ ଜୋନ ଘୋଷଣା କରାଯାଇଛ। ବେଳକୁ ବେଳ ଋଷିକୂଲ୍ୟା ଜଳସ୍ତର ବୃଦ୍ଧି ପାଉଥିବା ଜଣାପଡିଛି। ଏନେଇ ଶୁକ୍ରବାର ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନ ଦାମୋଦରପୁର ସ୍ଥିତ ଋଷିକୂଲ୍ୟା ନଦୀ କୁରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି l ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ, ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ଆଗାମୀ ୨୪ ଘଣ୍ଟା ଗୁରୁତ୍ୱପୂର୍ଣ ବୋଲି ଜିଲାପାଳ କହିଛନ୍ତି । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ସାମନ୍ୟ ଜଲସ୍ତର ବୃଦ୍ଧି ହୋଇଥିବା ଜିଲାପାଳ ସୂଚନା ଦେଇଛନ୍ତି । ପବନର ବେଗ ଟିକେ ଅଧିକ ରହିଛି। ଘୋଡ଼ାହାଡ଼ ଡ୍ୟାମରେ ଅଧିକ ପାଣି ଯୋଗୁ ଋଷିକୂଲ୍ୟା ନଦୀରେ ଜଳ ସ୍ତର ବୃଦ୍ଧି ପାଇଛି l ତଟବର୍ତ୍ତୀ ଅଞ୍ଚଳ ଲୋକମାନେ ନଦୀ ସମୁଦ୍ରକୁ ନ ଯିବା ଲାଗି ବାରଣ କରାଯାଇଛି। ନଦୀ କୂଳିଆ ଅଞ୍ଚଳରେ ଟିମକୁ ଆଲର୍ଟ ରହିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତ। ବର୍ତ୍ତମାନ ବିପଦ ନାହିଁ ଯଦି ଉପର ମୁଣ୍ଡରୁ ପାଣି ଆସେ ତା’ହେଲେ ନଦୀ କୂଳିଆ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ । ସମସ୍ତ ବିଡ଼ିଓ ଓ ତହସିଲଦାରଙ୍କ ସମେତ ବିଭିନ୍ନ ବିଭାଗକୁ ସଚେତନ ରହିବା ପାଇଁ କୁହାଯାଇଛି । କୌଣସି ଅଧିକାରୀ ବିନା ଅନୁମତିରେ ଯେପରି ହେଡ଼ କ୍ୱାର୍ଟର ଛାଡିପାରିବେନି ସେଥିଲାଗି ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟପଟେ ନଦୀର ଜଳ ସ୍ତର ବୃଦ୍ଧି ପାଇଥିବାରୁ ନଦୀ କୂଳକୁ ଯିବା ପାଇଁ ଓ ନଦୀରେ ଗାଧେଇବାକୁ ନ ଯିବାକୁ ଜିଲାପଳ ନିର୍ଦ୍ଦେଶ ଦେଇଛନ୍ତି । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଏହି ସମୟରେ ଜିଲାପାଳଙ୍କ ସମେତ ଜଳ ସେଚନ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ରବୀନ୍ଦ୍ର କୁମାର ନାହାକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

ବାଣପୁରରେ ଭିଡ଼ ହିଂସା: ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ୨ ଗିରଫ, ପୋଲିସର ଭୂମିକାକୁ ନେଇ ଉଠିଲା ପ୍ରଶ୍ନ

ଖୋର୍ଦ୍ଧା, ୩୦।୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବାଲିଅନ୍ତା ଓ ରାୟଗଡ଼ାର ଇନ୍ଦିରାଗୁଡ଼ା ପରେ ଏବେ ବାଣପୁରରେ ଭିଡ଼ ହିଂସାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି।…

ହୃଦୟବିଦାରକ ଦୃଶ୍ୟ! ରାସ୍ତା ନଥିବାରୁ ଖଟିଆରେ ବୁହାହେଲା ଗର୍ଭବତୀଙ୍କ ମୃତଦେହ, ଶିଶୁ ବି..

ଗୁଡ଼ାରୀ,୩୦।୬(ପ୍ରମୋଦ କୁମାର ପତି ): ଗୁଡ଼ାରୀ ବ୍ଲକ କର୍ଲାଘାଟି ଗ୍ରାମପଞ୍ଚାୟତର ପେଟାଖାଲ ଗ୍ରାମରୁ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି । ଗର୍ଭବତୀ ସେବତୀ ନାରେଙ୍ଗାକାଙ୍କ ମୃତ୍ୟୁ ହେବା…

ଲୋମହର୍ଷଣକାରୀ ହତ୍ୟା, ଲୁଟ୍ ଘଟଣା: ହତ୍ୟାକାରୀଙ୍କ ଗାଡି ଦୁର୍ଘଟଣା, ଯେ ପାଞ୍ଚେ ପରର ମନ୍ଦ ତା ମନ୍ଦ…

ସୁନ୍ଦରଗଡ଼, ୩୦।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାରେ ଘଟିଥିବା ଏକ ଲୋମହର୍ଷଣକାରୀ ହତ୍ୟା ଓ ଲୁଟ୍ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ। ଏନେଇ ମଙ୍ଗଳବାର ସୁନ୍ଦରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri