ଘୋଡାହାଡ ଡ୍ୟାମରେ ବଢୁଛି ଜଳସ୍ତର; ନଦୀ ତଟବର୍ତ୍ତୀ ଗ୍ରାମବାସୀଙ୍କୁ ସତର୍କ ସୂଚନା ଜାରି

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ବର୍ଷା ଲାଗିରହିଛି।ବର୍ଷା ପ୍ରଭାବରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଘୋଡ଼ାହାଡ଼ ଡ୍ୟାମରେ ଜଳସ୍ତର ବଢିବାରେ ଲାଗିଛି। ଗୁରୁବାର ସକାଳ ୬ଟାରୁ ସାଢେ ୧୧ଟା ମଧ୍ୟରେ ଡ୍ୟାମ ଇଲାକାରେ ୩୮ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ବର୍ଷାକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ ଅଧିନ ଦିଗପହଣ୍ଡି ବ୍ଲକ ଘୋଡାହାଡ ଡ୍ୟାମରୁ ସ୍ପିଲ ୱେ ମୁଖ୍ୟ ଫାଟକ ଦେଇ ଯେକୌଣସି ମୁହୂର୍ତ୍ତରେ ନଦୀ ମଧ୍ୟକୁ ପାଣି ଛଡ଼ା ଯାଇପାରେ ବୋଲି ଦିଗପହଣ୍ଡିସ୍ଥିତ ଘୋଡାହାଡ ଜଳସେଚନ ଉପବିଭାଜନ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନଦୀ ତଟବର୍ତ୍ତୀ ଗ୍ରାମବାସୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି।

ଡ୍ୟାମ ଜଳଧାରଣ କ୍ଷମତା ୧୧୭.୮୦ ମିଟର ରହିଥିବା ବେଳେ ବର୍ତ୍ତମାନ ଜଳଭଣ୍ଡାରରେ ୭୬ ପ୍ରତିଶତ ଅର୍ଥାତ୍ ୧୧୫.୪୨ ମିଟର ପାଣି ଗଚ୍ଛିତ ରହିଥିବା ଜଳସମ୍ପଦ ବିଭାଗ ଉପନିର୍ବାହୀ ଯନ୍ତ୍ରୀ ଇଂ. ନିରଞ୍ଜନ ସାହୁ ଜଣାଇଛନ୍ତି। ଏହି ପରିପ୍ରେକ୍ଷୀରେ ଲଘୁଚାପ ବର୍ଷା ପ୍ରଭାବରୁ ଆଗାମୀ ୭ ଦିନ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ତେଣୁ ଡ୍ୟାମର ସୁରକ୍ଷା ଦୃଷ୍ଟିରୁ ନଦୀ ମଧ୍ୟକୁ ପାଣି ଛଡ଼ାଯିବ। ପାଣିରେ ଡ୍ୟାମ ଭିତରେ ଥିବା କୁମ୍ଭୀର ମଧ୍ୟ ଚାଲି ଯାଇପାରେ ବୋଲି ଆଶଙ୍କା ରହିଛି।

ତେଣୁ ନଦୀ ତଟବର୍ତ୍ତୀ ଗୋଲଣ୍ଡା, ମଧୁବନ, ସେବକ ଟିକରପଡ଼ା, କଇଠଖଣ୍ଡି, ବୁରିପଦର, ପେଣ୍ଠା, ତଲାସିଙ୍ଗି, ଗୁମା, ପନାଡ, ଜକମେରି ପଲ୍ଲୀ, ଜଲମେରି ପଲ୍ଲୀ, ଧେରେଣ୍ଡୀ, ମଳାଭଞ୍ଜା, ଆମ୍ବ ଗାଁ, ତିଳେଶ୍ୱର, ମହାନଳା, ପଳାଶପୁର, ନୂଆଗଡ, ଖୁଲଡି, ଜଲମରା, ଭୁଇପଲ୍ଲୀ, ପାଟପୁର ଗ୍ରାମବାସୀମାନେ ନଦୀ ଓ ଶାଖା ନାଳ ମଧ୍ୟକୁ ନ ଯିବା ସହ ଗୃହପାଳିତ ପ୍ରାଣୀଙ୍କୁ ନ ଛାଡ଼ିବା ପାଇଁ ଅନୁରୋଧ କରାଯାଇଥିବାବେଳେ ଏନେଇ କାର୍ଯ୍ୟାଳୟ ପତ୍ର ସଂଖ୍ୟା – ୨୧୨/୨୫ ଅନୁଯାୟୀ ବିଭିନ୍ନ ବିଭାଗ,ଥାନା ଗୁଡ଼ିକୁ ସୂଚନା ଦିଆଯାଇଥିବା ଜଣାପଡିଛି ।

ଏନେଇ ଗତ ୨୬ ତାରିଖରେ ମଧ୍ୟ ସତର୍କ ସୂଚନା ଜାରି କରାଯାଇଥିଲା। ଉପନିର୍ବାହୀ ଯନ୍ତ୍ରୀ, ବିଭାଗୀୟ ବରିଷ୍ଠ କର୍ମଚାରୀ ପ୍ରଦୀପ କୁମାର ମହାନ୍ତି ଏବଂ ଅନ୍ୟ କର୍ମଚାରୀ ବୃନ୍ଦ ଡ଼୍ୟାମ ପରିସରରେ ଉପସ୍ଥିତ ରହି ପରିସ୍ଥିତି ପ୍ରତି ନଜର ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri