ଘୋଡାହାଡ ଡ୍ୟାମରେ ବଢୁଛି ଜଳସ୍ତର; ନଦୀ ତଟବର୍ତ୍ତୀ ଗ୍ରାମବାସୀଙ୍କୁ ସତର୍କ ସୂଚନା ଜାରି

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ବର୍ଷା ଲାଗିରହିଛି।ବର୍ଷା ପ୍ରଭାବରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଘୋଡ଼ାହାଡ଼ ଡ୍ୟାମରେ ଜଳସ୍ତର ବଢିବାରେ ଲାଗିଛି। ଗୁରୁବାର ସକାଳ ୬ଟାରୁ ସାଢେ ୧୧ଟା ମଧ୍ୟରେ ଡ୍ୟାମ ଇଲାକାରେ ୩୮ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ବର୍ଷାକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ ଅଧିନ ଦିଗପହଣ୍ଡି ବ୍ଲକ ଘୋଡାହାଡ ଡ୍ୟାମରୁ ସ୍ପିଲ ୱେ ମୁଖ୍ୟ ଫାଟକ ଦେଇ ଯେକୌଣସି ମୁହୂର୍ତ୍ତରେ ନଦୀ ମଧ୍ୟକୁ ପାଣି ଛଡ଼ା ଯାଇପାରେ ବୋଲି ଦିଗପହଣ୍ଡିସ୍ଥିତ ଘୋଡାହାଡ ଜଳସେଚନ ଉପବିଭାଜନ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନଦୀ ତଟବର୍ତ୍ତୀ ଗ୍ରାମବାସୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି।

ଡ୍ୟାମ ଜଳଧାରଣ କ୍ଷମତା ୧୧୭.୮୦ ମିଟର ରହିଥିବା ବେଳେ ବର୍ତ୍ତମାନ ଜଳଭଣ୍ଡାରରେ ୭୬ ପ୍ରତିଶତ ଅର୍ଥାତ୍ ୧୧୫.୪୨ ମିଟର ପାଣି ଗଚ୍ଛିତ ରହିଥିବା ଜଳସମ୍ପଦ ବିଭାଗ ଉପନିର୍ବାହୀ ଯନ୍ତ୍ରୀ ଇଂ. ନିରଞ୍ଜନ ସାହୁ ଜଣାଇଛନ୍ତି। ଏହି ପରିପ୍ରେକ୍ଷୀରେ ଲଘୁଚାପ ବର୍ଷା ପ୍ରଭାବରୁ ଆଗାମୀ ୭ ଦିନ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ତେଣୁ ଡ୍ୟାମର ସୁରକ୍ଷା ଦୃଷ୍ଟିରୁ ନଦୀ ମଧ୍ୟକୁ ପାଣି ଛଡ଼ାଯିବ। ପାଣିରେ ଡ୍ୟାମ ଭିତରେ ଥିବା କୁମ୍ଭୀର ମଧ୍ୟ ଚାଲି ଯାଇପାରେ ବୋଲି ଆଶଙ୍କା ରହିଛି।

ତେଣୁ ନଦୀ ତଟବର୍ତ୍ତୀ ଗୋଲଣ୍ଡା, ମଧୁବନ, ସେବକ ଟିକରପଡ଼ା, କଇଠଖଣ୍ଡି, ବୁରିପଦର, ପେଣ୍ଠା, ତଲାସିଙ୍ଗି, ଗୁମା, ପନାଡ, ଜକମେରି ପଲ୍ଲୀ, ଜଲମେରି ପଲ୍ଲୀ, ଧେରେଣ୍ଡୀ, ମଳାଭଞ୍ଜା, ଆମ୍ବ ଗାଁ, ତିଳେଶ୍ୱର, ମହାନଳା, ପଳାଶପୁର, ନୂଆଗଡ, ଖୁଲଡି, ଜଲମରା, ଭୁଇପଲ୍ଲୀ, ପାଟପୁର ଗ୍ରାମବାସୀମାନେ ନଦୀ ଓ ଶାଖା ନାଳ ମଧ୍ୟକୁ ନ ଯିବା ସହ ଗୃହପାଳିତ ପ୍ରାଣୀଙ୍କୁ ନ ଛାଡ଼ିବା ପାଇଁ ଅନୁରୋଧ କରାଯାଇଥିବାବେଳେ ଏନେଇ କାର୍ଯ୍ୟାଳୟ ପତ୍ର ସଂଖ୍ୟା – ୨୧୨/୨୫ ଅନୁଯାୟୀ ବିଭିନ୍ନ ବିଭାଗ,ଥାନା ଗୁଡ଼ିକୁ ସୂଚନା ଦିଆଯାଇଥିବା ଜଣାପଡିଛି ।

ଏନେଇ ଗତ ୨୬ ତାରିଖରେ ମଧ୍ୟ ସତର୍କ ସୂଚନା ଜାରି କରାଯାଇଥିଲା। ଉପନିର୍ବାହୀ ଯନ୍ତ୍ରୀ, ବିଭାଗୀୟ ବରିଷ୍ଠ କର୍ମଚାରୀ ପ୍ରଦୀପ କୁମାର ମହାନ୍ତି ଏବଂ ଅନ୍ୟ କର୍ମଚାରୀ ବୃନ୍ଦ ଡ଼୍ୟାମ ପରିସରରେ ଉପସ୍ଥିତ ରହି ପରିସ୍ଥିତି ପ୍ରତି ନଜର ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?