ହୀରାକୁଦରେ ବଢୁଛି ଜଳସ୍ତର, ପୁଣି ଖୋଲିଲା ଆଉ ୪ ଗେଟ୍‌

ସମ୍ବଲପୁର, ୨୧।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବାରେ ଲାଗିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ପୁଣି ଆହୁରି ୪ଟି ସ୍ଲୁଇସ ଗେଟ୍‌ ଖୋଲାଯାଇ ମୋଟ ୮ଟି ଗେଟ୍‌ରେ ଅତିରିକ୍ତ ବନ୍ୟା ଜଳ ନିଷ୍କାସନ କରାଯାଉଛି।

ଖୋଲା ଯାଇଥିବା ମୋଟ ୮ଟି ସ୍ଲୁଇସ ଗେଟ ମଧ୍ୟରୁ ବର୍ତ୍ତମାନ ଜଳଭଣ୍ଡାରର ବାମ ପାର୍ଶ୍ୱରୁ ୫ଟି ଏବଂ ଦକ୍ଷିଣ ପାର୍ଶ୍ୱର ୩ଟି ଗେଟ୍‌ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ବର୍ତ୍ତମାନ ଅପରାହ୍ନ ସାଢ଼େ ୨ଟା ସମୟରେ ହସ୍ତଗତ ସୂଚନା ଅନୁସାରେ ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୧୩.୫୦ ଫୁଟ୍‌ ବୃଦ୍ଧି ପାଇଥିବା ବେଳେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୧ ଲକ୍ଷ ୫୫ ହଜାର ୬୩୭ ଘନଫୁଟ ବନ୍ୟା ଜଳ ପ୍ରବେଶ କରୁଛି। ଏନେଇ ଜଳଭଣ୍ଡାରରୁ ସମାନ ପରିମାଣର ଅତିରିକ୍ତ ବନ୍ୟାଜଳ ନିଷ୍କାସିତ ହେଉଛି।

୮ଟି ସ୍ଲୁଇସ ଗେଟ ଜରିଆରେ ୧ ଲକ୍ଷ ୨୧ ହଜାର ୨୦୦ ଘନଫୁଟ ଏବଂ ବିଭିନ୍ନ କେନାଲ, ପାୱାର ଚ୍ୟାନେଲ ଓ ଶିଳ୍ପଭିତ୍ତିକ ବ୍ୟବହାର ମାଧ୍ୟମରେ ମୋଟ ୩୪,୪୭ ଘନଫୁଟ ଜଳ ନିଷ୍କାସିତ ହେଉଛି। ସୂଚନା ଯୋଗ୍ୟ, ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ଆରମ୍ଭ ହୋଇ ୧୦ଟି ସ୍ଲୁଇସ ଗେଟ ଖୋଲା ଯାଇଥିଲା ଓ ଗତ ୧୪ ତାରିଖରେ ସମସ୍ତ ଗେଟକୁ ବନ୍ଦ କରି ଦିଆଯାଇଥିଲା। ପୁଣିଥରେ ଗତ ୧୯ ତାରିଖରେ ୪ଟି ଓ ମଙ୍ଗଳବାର ପୁଣି ୪ଟି ମିଶି ମୋଟ ୮ଟି ସ୍ଲୁଇସ ଗେଟ ଜରିଆରେ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?