ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ ହଳଦିଆ ଲୌହ ମିଶ୍ରିତ ଲୁଣି ପାଣି ବାହାରୁଛି। ଏହାକୁ ଦୃଷ୍ଟିରେ ରଖି ଜଳକ୍ଳିଷ୍ଟ ଅଞ୍ଚଳ ପାଇଁ ରାଜ୍ୟ ସରକାରଙ୍କ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ୨୦୧୭ରୁ ଲୁଣାନଦୀରୁ ଜଳ ବିଶୋଧନ ମେଶିନରେ ଲବଣ ଜଳକୁ ମଧୁର ଜଳରେ ପରିଣତ କରି ଯୋଗାଇ ଦିଆଯାଉଛି। ବ୍ଲକର ମଙ୍ଗଳପୁର ଓ ବରକନ୍ଧା ପଞ୍ଚାୟତକୁ ଘରେ ଘରେ ଶୁଦ୍ଧ ପିଇବା ପାଣି ଯୋଗାଇ ଦେବା ପାଇଁ ୱାଟର ଭ୍ୟାନ ଯୋଗେ ଦୈନିକ ଯୋଗାଣ କରାଯାଉଛି। ତେବେ ଖରାଦିନକୁ ଦୃଷ୍ଟିରେ ରଖି ଜଳକ୍ଳିଷ୍ଟ ମୌଜାଗୁଡିକରେ ଠିକ୍‌ ଢଙ୍ଗରେ ପାନୀୟ ଜଳ ଯୋଗାଣ କରାଯାଉଛି କି ନାହିଁ ଶୁକ୍ରବାର ଜିଲାପାଳ ତଦାରଖ କରିଥିଲେ। ବ୍ଲକର ତେରଗାଁ ଫେରିଘାଟ ସଂଲଗ୍ନ ଲୁଣାନଦୀ ପାଶର୍‌ବରେ ଥିବା ଜଳ ବିଶୋଧନ ପ୍ଲାଣ୍ଟକୁ ଜିଲାପାଳ ରଘୁରାମ ଆର ଆୟର ଦେଖିଥିଲେ । ପରେ ବିଭାଗୀୟ ଅଧିକାରୀମାନଙ୍କୁ ପାନୀୟଜଳ ଯୋଗାଣ ଉପରେ ପଚରାଉଚରା କରିଥିଲେ। ପରେ ମଙ୍ଗଳପୁର ପଞ୍ଚାୟତ ବଉଳପଡ଼ା ମୌଜାରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପର ଅଗ୍ରଗତି ଉପରେ ସମୀକ୍ଷା କରିଥିଲେ।

ଏହି ଗସ୍ତ ସମୟରେ ବଡିଓ ରବି ନାରାୟଣ ଆଚାର୍ଯ୍ୟ, ଜିଲା ଗ୍ରାମ୍ୟ ପାନୀୟଜଳ ଯୋଗାଣ ନିର୍ବାହୀ ଯନ୍ତ୍ରୀ ସୁଜିତ୍‌ କୁମାର ଲୁଗୁନ, ସହକାରୀ ନିର୍ବାହୀ ଯନ୍ତ୍ରୀ ତପନ କୁମାର ରାଉତ, ସହକାରୀ ଯନ୍ତ୍ରୀ ସୁବ୍ରତ କୁମାର ସାହୁ, ବ୍ଲକ ସହକାରୀ ଯନ୍ତ୍ରୀ ରାଜଲକ୍ଷ୍ମୀ ସ୍ବାଇଁ ଓ କନିଷ୍ଠ ଯନ୍ତ୍ରୀ ମନୋଜ କୁମାର ଜେନାଙ୍କ ସମେତ ଅନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?