ସୀତା ନଦୀ ପୋଲ ଉପରେ ପାଣି, ଢେଙ୍କିକୋଟ-ଭୀମକୁଣ୍ଡକୁ ଯୋଗାଯୋଗ ବିଚ୍ଛିନ୍ନ

ପାଟଣା,୨୩ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜନଜୀବନ ବେହାଲ ହୋଇଛି। ପାଟଣା ବ୍ଲକ ନୂଆପଡ଼ା ସୀତା ନଦୀର ପୋଲ ଉପରେ ଲଗାଣ ବର୍ଷା ଫଳରେ ୩ ଫୁଟ ଉଚ୍ଚର ବର୍ଷା ଜଳ ପ୍ରବାହିତ ହେଉଥିବାରୁ ପାଟଣା ବ୍ଲକ ଚୀନା ମାଳି ପୋଷି ପଞ୍ଚାୟତ ନୂଆପଡ଼ାରୁ ଢେଙ୍କିକୋଟ, କପାସପଡ଼ା ଘଟଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଏଣେ ଘଟଗାଁ, ଢେଙ୍କିକୋଟ ପାଶର୍‌ବରୁ ପର୍ଯ୍ୟଟନ ଭୀମ କୁଣ୍ଡ ସୀତା ନଦୀ ଉପରେ ନବ ନିର୍ମିତ ପୋଲର ଆପ୍ରୋଚ ରୋଡ୍‌ କାମ ସରି ନଥିବାରୁ ଉକ୍ତ ରାସ୍ତାରେ ଗାଡ଼ି ଚଳାଚଳରେ ବ୍ୟାହତ ହୋଇଛି। ପୁରୁଣା ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ିମୋଟର ଅଟକି ରହିଛି। ପୋଲ ଉପରେ ବନ୍ୟାଜଳ ପ୍ରବାହିତ ଯୋଗୁ ଛାତ୍ରୀଛାତ୍ର ୫ରୁ ୧୦ କିଲୋମିଟର ବୁଲି ଯାଉଥିବା ଦେଖିବାକୁ ମିଳିଛି।

ସେହିଭଳି ସାହାରପଡ଼ା ବ୍ଲକ ଦାମା ହୁଦା ପଞ୍ଚାୟତ କୁମୁଳା ବାହାଳିର ତେଲ ନଦୀ ପୋଲ ଉପରେ ବର୍ଷା ପାଣି ପ୍ରବାହିତ ହେଉଥିବାରୁ ଦାମାହୁଦା ଅଞ୍ଚଳରୁ ମୟୁରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳକୁ ଗାଡ଼ି ଚଳାଚଳରେ ବ୍ୟାହତ ହୋଇଛି। ଥପୋଲ ଉପରେ ୪ଫୁଟ ଉଚ୍ଚ ର ପାଣି ପ୍ରବାହିତ ହେଉଛି। ଉପର ମୁଣ୍ଡ ଶିମିଳିପାଳ ଅଞ୍ଚଳରେ ବର୍ଷା ଯୋଗୁ ତେଲ ନଦୀର ଜଳସ୍ତର ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ…

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri