ସୀତା ନଦୀ ପୋଲ ଉପରେ ପାଣି, ଢେଙ୍କିକୋଟ-ଭୀମକୁଣ୍ଡକୁ ଯୋଗାଯୋଗ ବିଚ୍ଛିନ୍ନ

ପାଟଣା,୨୩ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜନଜୀବନ ବେହାଲ ହୋଇଛି। ପାଟଣା ବ୍ଲକ ନୂଆପଡ଼ା ସୀତା ନଦୀର ପୋଲ ଉପରେ ଲଗାଣ ବର୍ଷା ଫଳରେ ୩ ଫୁଟ ଉଚ୍ଚର ବର୍ଷା ଜଳ ପ୍ରବାହିତ ହେଉଥିବାରୁ ପାଟଣା ବ୍ଲକ ଚୀନା ମାଳି ପୋଷି ପଞ୍ଚାୟତ ନୂଆପଡ଼ାରୁ ଢେଙ୍କିକୋଟ, କପାସପଡ଼ା ଘଟଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଏଣେ ଘଟଗାଁ, ଢେଙ୍କିକୋଟ ପାଶର୍‌ବରୁ ପର୍ଯ୍ୟଟନ ଭୀମ କୁଣ୍ଡ ସୀତା ନଦୀ ଉପରେ ନବ ନିର୍ମିତ ପୋଲର ଆପ୍ରୋଚ ରୋଡ୍‌ କାମ ସରି ନଥିବାରୁ ଉକ୍ତ ରାସ୍ତାରେ ଗାଡ଼ି ଚଳାଚଳରେ ବ୍ୟାହତ ହୋଇଛି। ପୁରୁଣା ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ିମୋଟର ଅଟକି ରହିଛି। ପୋଲ ଉପରେ ବନ୍ୟାଜଳ ପ୍ରବାହିତ ଯୋଗୁ ଛାତ୍ରୀଛାତ୍ର ୫ରୁ ୧୦ କିଲୋମିଟର ବୁଲି ଯାଉଥିବା ଦେଖିବାକୁ ମିଳିଛି।

ସେହିଭଳି ସାହାରପଡ଼ା ବ୍ଲକ ଦାମା ହୁଦା ପଞ୍ଚାୟତ କୁମୁଳା ବାହାଳିର ତେଲ ନଦୀ ପୋଲ ଉପରେ ବର୍ଷା ପାଣି ପ୍ରବାହିତ ହେଉଥିବାରୁ ଦାମାହୁଦା ଅଞ୍ଚଳରୁ ମୟୁରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳକୁ ଗାଡ଼ି ଚଳାଚଳରେ ବ୍ୟାହତ ହୋଇଛି। ଥପୋଲ ଉପରେ ୪ଫୁଟ ଉଚ୍ଚ ର ପାଣି ପ୍ରବାହିତ ହେଉଛି। ଉପର ମୁଣ୍ଡ ଶିମିଳିପାଳ ଅଞ୍ଚଳରେ ବର୍ଷା ଯୋଗୁ ତେଲ ନଦୀର ଜଳସ୍ତର ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri