ରାସ୍ତା କାମ ବେଳେ ତାଡ଼ିଦେଲେ ପାଣିପାଇପ୍‌, ପିଇବା ପାଣି ପାଇଁ ଗ୍ରାମବାସୀ ଡହଳବିକଳ

କେନ୍ଦୁଝର,୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ତ୍ତ ବିଭାଗ ରାସ୍ତା ନିର୍ମାଣ ବେଳେ ଠିକାଦାର ଉପାଡ଼ି ଦେଲେ ଗ୍ରାମ୍ୟ ଜଳଯୋଗାଣ ବିଭାଗ ବସୁଧାର ପାଣିପାଇପ୍‌। ଏବେ ପାନୀୟ ପ୍ରକଳ୍ପ ଅଚଳ। ଫଳରେ ମାସେ ହେଲାଣି ତେଲକୋଇ ବ୍ଲକ ଗୋଳାବନ୍ଧ ଗ୍ରାମବାସୀ ପିଇବା ପାଣି ଏବେ ଡହଳ ବିକଳ।
ପ୍ରକାଶ ଯେ, ପୂର୍ତ୍ତ ବିଭାଗ ଅଧୀନରେ ଥିବା କାଞ୍ଜିପାଣି-କନ୍ତଳା ରାସ୍ତାର ଗୋଳାବନ୍ଧ ଗ୍ରାମ ଭିତରେ ରାସ୍ତା ପ୍ରଶସ୍ତି କାର୍ଯ୍ୟ ଚାଲୁରହିଛ। ଗତ ମାସରେ ରାସ୍ତା କାମ ଚାଲୁଥିଲା ବେଳେ ରାସ୍ତା ପାର୍ଶ୍ୱରେ ମାଟି ଭିତରେ ବିଛା ଯାଇଥିବା ଫାଇବାର ପାଣି ପାଇପକୁ ଜେସିବି ସହାୟରେ ଉପାଡ଼ି ଦିଆଯାଇଥିଲା। ରାସ୍ତା ପାର୍ଶ୍ୱରେ ଯାଇଥିବା ମୁଖ୍ୟ ଫାଇବର ପାଇପ୍‌ ସମ୍ପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିଲା। ଫଳରେ ବସୁଧା ପ୍ରକଳ୍ପରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ରୂପେ ବ୍ୟାହତ ହୋଇଥିଲା। ଗୋଳାବନ୍ଧ ଗ୍ରାମର ଏକ ହଜାର ଲୋକ ବର୍ତ୍ତମାନ ପିଇବା ପାଣି ପାଇବାରୁ ବଞ୍ଚିତ। ମାସେ ପରେ ମଧ୍ୟ ପାଇପ୍‌ ମରାମତି ଅଦ୍ୟାବଧି ହୋଇନାହିଁ। ଗୋଳାବନ୍ଧ ଗ୍ରାମରେ ପର୍ଯ୍ୟାପ୍ତ ନଳକୂପ ନ ଥିବାରୁ ଏବେ ଉତ୍କଟ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଏ ସମସ୍ୟା ନେଇ ଛାମୁଣ୍ଡା ପଞ୍ଚାୟତ ସମିତି ସଭ୍ୟା ପ୍ରତିଭା ସାହୁ ଗତ ଫେବୃଆରୀ ମାସର ଅଭିଯୋଗ ଶୁଣାଣିରେ କେନ୍ଦୁଝର ଜିଲାପାଳଙ୍କୁ ପ୍ରକଳ୍ପ ମରାମତି ତୁରନ୍ତ କରିବାକୁ ଦୃଷ୍ଟି ଆକର୍ଷଣ କରିଥିଲେ। କିନ୍ତୁ ଅଭିଯୋଗକୁ ଦୁଇ ସପ୍ତାହ ହେଲାଣି ଅଦ୍ୟାବଧି ଗ୍ରାମ୍ୟ ଜଳଯୋଗାଣ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିବା ସମିତି ସଭ୍ୟା ପ୍ରକାଶ କରିଛନ୍ତି। ଗୋଳାବନ୍ଧ ଗ୍ରାମ ସହିତ ବ୍ଲକରେ ଗୁଡ଼ାଏ ଗାଁରେ ବର୍ତ୍ତମାନ ବସୁଧା ପ୍ରକଳ୍ପଗୁଡ଼ିକ ସଚଳ ନ ଥିବାରୁ ଖରାଦିନ ପୂର୍ବରୁ ସଜାଡ଼ି ଜଳ ଯୋଗାଣ ବ୍ୟବସ୍ଥା କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri