ନଦୀ କୂଳରେ ଥାଇ ମଧ୍ୟ ପାଣି ପାଇଁ ହନ୍ତସନ୍ତ

ଗୁଡଭେଲା,୨ା୫(ଡି.ଏନ.ଏ.): ତୁଷୁରା ସହରଟି ନଦୀ କୂଳରେ ଥାଇ ମଧ୍ୟ ପିଇବା ପାଇଁ ସହରବାସୀ ହନ୍ତସନ୍ତ ହେଉଛନ୍ତି। ସହରକୁ ସ୍ଥାନୀୟ ସୋନଗଡ ନଦୀରୁ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପାଣି ପାଇପ ମାଧ୍ୟମରେ ଯୋଗାଣ ହୋଇଥାଏ। ଏବେ ଉକ୍ତ ନଦୀରେ ପାଣି ନ ଥିବାରୁ ସହରକୁ ମାତ୍ର ଅଧ୍ୟ ଘଣ୍ଟା ପାଣି ଯୋଗାଣ ହେଉଛି। ଯାହା ସମୁଦ୍ରକୁ ଶଙ୍ଖେ ସଦୃଶ୍ୟ। ଏହାର କୌଣସି ପ୍ରତିକାର ବ୍ୟବସ୍ଥା କରାଯାଇ ନ ଥିବା ବେଳେ ପାଣି ଦେୟ ଅସୁଲି ଜୋରସୋର ଚାଲିଛି। ଅନ୍ୟପକ୍ଷରେ ତେଲନଦୀରେ ସବୁ ସମୟରେ ପାଣି ଥିଲେ ମଧ୍ୟ ସେଠାରୁ ଜଳ ଯୋଗାଣ ପାଇଁ ବ୍ୟବସ୍ଥା କରାଯାଉ ନାହିଁ। ଏବେ ତୁଷୁରା ସହରବାସୀ ପାଣି ଟିକିଏ ପାଣି ହନ୍ତସନ୍ତ ହେଉଥିବା ବେଳେ ପାଣି ଟ୍ରାଙ୍କରର ବ୍ୟବସ୍ଥା ମଧ୍ୟ କରାଯାଉ ନାହିଁ। ଏସମ୍ପର୍କରେ ସ୍ଥାନୀୟ ଜନସ୍ବାସ୍ଥ୍ୟ ବିଭାଗ ଅଧିକାରୀ ଅଫିସ ରେ ନ ଥିବାରୁ ତାଙ୍କର ମତାମତ ନିଆଯାଇ ପାରି ନଥିବା ବେଳେ ଉକ୍ତ କାର୍ଯ୍ୟାଳୟର କର୍ମଚାରୀ ବନଛୋର ବାବୁ କହନ୍ତି ନଦୀରେ ପାଣି ନାହିଁ, ସମସ୍ତ ଅଧିକାରୀ ଜାଣିଛନ୍ତି। ଆମ୍ଭେ କଣ କରି ପାରିବୁ ବୋଲି ଓଲଟି ପ୍ରଶ୍ନ କରିଥିଲେ। ଏବେ ଦେଖିବାକୁ ବାକି ରହିଲା ନଦୀ କୂଳରେ ଥିବା ଏହି ସହରର ପାଣି ସମସ୍ୟା ଦୂର କେବେ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri