ନଦୀ କୂଳରେ ଥାଇ ମଧ୍ୟ ପାଣି ପାଇଁ ହନ୍ତସନ୍ତ

ଗୁଡଭେଲା,୨ା୫(ଡି.ଏନ.ଏ.): ତୁଷୁରା ସହରଟି ନଦୀ କୂଳରେ ଥାଇ ମଧ୍ୟ ପିଇବା ପାଇଁ ସହରବାସୀ ହନ୍ତସନ୍ତ ହେଉଛନ୍ତି। ସହରକୁ ସ୍ଥାନୀୟ ସୋନଗଡ ନଦୀରୁ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପାଣି ପାଇପ ମାଧ୍ୟମରେ ଯୋଗାଣ ହୋଇଥାଏ। ଏବେ ଉକ୍ତ ନଦୀରେ ପାଣି ନ ଥିବାରୁ ସହରକୁ ମାତ୍ର ଅଧ୍ୟ ଘଣ୍ଟା ପାଣି ଯୋଗାଣ ହେଉଛି। ଯାହା ସମୁଦ୍ରକୁ ଶଙ୍ଖେ ସଦୃଶ୍ୟ। ଏହାର କୌଣସି ପ୍ରତିକାର ବ୍ୟବସ୍ଥା କରାଯାଇ ନ ଥିବା ବେଳେ ପାଣି ଦେୟ ଅସୁଲି ଜୋରସୋର ଚାଲିଛି। ଅନ୍ୟପକ୍ଷରେ ତେଲନଦୀରେ ସବୁ ସମୟରେ ପାଣି ଥିଲେ ମଧ୍ୟ ସେଠାରୁ ଜଳ ଯୋଗାଣ ପାଇଁ ବ୍ୟବସ୍ଥା କରାଯାଉ ନାହିଁ। ଏବେ ତୁଷୁରା ସହରବାସୀ ପାଣି ଟିକିଏ ପାଣି ହନ୍ତସନ୍ତ ହେଉଥିବା ବେଳେ ପାଣି ଟ୍ରାଙ୍କରର ବ୍ୟବସ୍ଥା ମଧ୍ୟ କରାଯାଉ ନାହିଁ। ଏସମ୍ପର୍କରେ ସ୍ଥାନୀୟ ଜନସ୍ବାସ୍ଥ୍ୟ ବିଭାଗ ଅଧିକାରୀ ଅଫିସ ରେ ନ ଥିବାରୁ ତାଙ୍କର ମତାମତ ନିଆଯାଇ ପାରି ନଥିବା ବେଳେ ଉକ୍ତ କାର୍ଯ୍ୟାଳୟର କର୍ମଚାରୀ ବନଛୋର ବାବୁ କହନ୍ତି ନଦୀରେ ପାଣି ନାହିଁ, ସମସ୍ତ ଅଧିକାରୀ ଜାଣିଛନ୍ତି। ଆମ୍ଭେ କଣ କରି ପାରିବୁ ବୋଲି ଓଲଟି ପ୍ରଶ୍ନ କରିଥିଲେ। ଏବେ ଦେଖିବାକୁ ବାକି ରହିଲା ନଦୀ କୂଳରେ ଥିବା ଏହି ସହରର ପାଣି ସମସ୍ୟା ଦୂର କେବେ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri