ଜଳକଷ୍ଟ: ଦୂଷିତ ଚୁଆ ପାଣି ଭରସା

ପୋଟେରୁ, ୧୭ା୪(ଡି.ଏନ.ଏ.): ପ୍ରତି ଘରେ ପାନୀୟ ଜଳ ଯୋଗାଇ ଦେବାକୁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବ କ୍ଷେତ୍ରରେ ଏଥିରୁ ଲୋକେ ସୁଫଳ ପାଉନାହାନ୍ତି। ଖରାଦିନ ଆସିଲେ ଅନେକ ସ୍ଥାନରେ ଜଳକଷ୍ଟ ଦେଖିବାକୁ ମିଳୁଛି। ପୋଟେରୁ ଅଞ୍ଚଳର ଗୁମୁକା ପଞ୍ଚାୟତ ପେଦାକୋଣ୍ଡା ଗ୍ରାମବାସୀପାନୀୟ ଜଳ ମୁନ୍ଦାଏ ପାଇଁ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଫଳରେ ଗ୍ରାମବାସୀ ବାଧ୍ୟ ହୋଇ ଦୂଷିତ ଚୂଆ ପାଣି ବ୍ୟବହାର କରୁଛନ୍ତି। ଏଥିପାଇଁ ସେମାନଙ୍କୁ ମାଇଲମାଇଲ ବାଟ ଚାଲିବାକୁ ପଡେ। ଏହି ଗ୍ରାମରେ ୨ଶହରୁ ଅଧିକ ଲୋକ ବସବାସ କରନ୍ତି। ଗ୍ରାମରେ ରହିଛି ୨ଟି ନଳକୂପ ଓ ଗୋଟିଏ ସୋଲାର ବୋରୱେଲ ପାଣିଟାଙ୍କି। ସୋଲାର ବୋରୱେଲ ନଳକୂପ ଅଚଳ ହୋଇ ପଡ଼ିରହିଛି। ଅନ୍ୟ ନଳକୂପରୁ ଗୋଳିଆ ପାଣି ବାହାରୁଛି। ଏହା ପିଇବା ଉପଯୋଗୀ ହେଉ ନ ଥିବାରୁ ଗ୍ରାମବାସୀ ଚୂଆ ପାଣି ଉପରେ ଭରସା କରୁଛନ୍ତି। ଏହି ପାଣି ବ୍ୟବହାର କରି ସେମାନେ ବିଭିନ୍ନ ରୋଗର ଶିକାର ମଧ୍ୟ ହେଉଛନ୍ତି। ତେବେ ପାନୀୟ ଜଳ ସମସ୍ୟା ନେଇ ସ୍ଥାନୀୟ ସରପଞ୍ଚ ଓ ଯନ୍ତ୍ରୀଙ୍କୁ ଗ୍ରାମବାସୀ ବାରମ୍ବାର ଜଣାଇଲେ ମଧ୍ୟ ସେମାନଙ୍କ କଥା କେହି ଶୁଣୁ ନ ଥିବା ସେମାନେ ଅଭିଯୋଗ କରିଛନ୍ତ। ଏନେଇ ଜଳଯୋଗାଣ ଓ ପରିମଳ ବିଭାଗର କାଲିମେଳା ନିର୍ବାହୀଯନ୍ତ୍ରୀଙ୍କୁ ପଚାରିବାରୁ ସେ କହିଲେ, ଖରାପ ବୋରିଂଗୁଡ଼ିକ ମରାମତି କାମ ଆରମ୍ଭ ହୋଇଛି। ଯେଉଁ ସ୍ଥାନରେ ସମସ୍ୟା ରହିଛି ସେଠାରେ କାମ ଆରମ୍ଭ କରିବାକୁ ସେ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

କ୍ୟାବିନେଟ୍‌ ବୈଠକ ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ…

ଭୁବନେଶ୍ବର,୧ା୭: କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ କୌଣସି ଦେୟ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

ରେକର୍ଡ ଭାଙ୍ଗିବେ ଆଲିଆ

ମୁମ୍ବାଇ: ଚଳଚ୍ଚିତ୍ର ‘ଆଲ୍‌ଫା’ରେ ଅଭିନେତ୍ରୀ ଆଲିଆ ଭଟ୍ଟ ଏକ ଜବରଦସ୍ତ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ରରେ ଆଲିଆ ଏବଂ ଶର୍ବରୀ ଓ୍ବାଘ୍‌ ଆକ୍ସନ ଭୂମିକାରେ ଅଭିନୟ କରିଛନ୍ତି।…

କର୍ଲାମୁଣ୍ତା କଅଁସିଲ ଗ୍ରାମରେ ଫେଲ୍ ମାରିଛି ବସୁଧା ଯୋଜନା, ବିଡ଼ିଓଙ୍କ ଦ୍ବାରସ୍ଥ ହେଇ ଗ୍ରାମବାସୀ କହିଲେ….

ରିଷିଡା,୧।୭(ସୁଶାନ୍ତ ମଲ୍ଲିକ): ବିଡ଼ିଓଙ୍କ ଦ୍ବାରସ୍ଥ ହେଲେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ କଅଁସିଲ ଗ୍ରାମର ଗ୍ରାମବାସୀ। ଲୋକଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇବାକୁ ସରକାରଙ୍କ ‘ବସୁଧା ଯୋଜନା’…

ଭାଜପାରେ ସାମିଲ ହେଲେ ମଣ୍ଡଳ ଦମ୍ପତି, ତାଙ୍କ ସହିତ…

ଭୁବନେଶ୍ୱର,୧ା୭: ଭାଜପାରେ ବୁଧବାର ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଏବଂ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ। ଶଙ୍ଖ ଛାଡ଼ି ଏହି ଦମ୍ପତି ଏବେ…

ବଡ଼ ଘୋଷଣା କଲେ ସରକାର; ଏତିକି ମାସ ଯାଏ WFH କରିବେ ୫୦% କର୍ମଚାରୀ, ଗାଡ଼ି ପାର୍କିଂ…

ନୂଆଦିଲ୍ଲୀ,୧।୭: ଶୀତକାଳୀନ ପ୍ରଦୂଷଣର ମୁକାବିଲା ପାଇଁ ଦିଲ୍ଲୀ ସରକାର ଏକ ମାଷ୍ଟର ପ୍ଲାନ ଘୋଷଣା କରିଛନ୍ତି। ଏହି ଯୋଜନା ଅନୁଯାୟୀ, ନଭେମ୍ବର ୧ ରୁ ଫେବୃଆରୀ ୨୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri