ରାତି ପାହିଲେ ପାଣି ଚିନ୍ତା

ଖପ୍ରାଖୋଲ,୧୪ା୬(ଅଭୟ ତ୍ରିପାଠୀ): ପ୍ରବଳ ଗରମ ସହ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଜଳାଶୟ ପାଣି କମିବାରେ ଲାଗିଛି। ଗଭୀର ନାଳକୂଅ ହେଉ କି ନଳକୂଅରୁ ବାହାରୁନି ଆବଶ୍ୟକ ପାଣି। ଏଥିଯୋଗୁ ବଲାଙ୍ଗୀର ଜିଲା ଖପ୍ରାଖୋଲ ପଞ୍ଚାୟତ ଗୁଣ୍ଡୁରୁପାଲି ଗାଁର ୮ଶହରୁ ଊର୍ଦ୍ଧ୍ୱ ଲୋକେ ପାଣି ପାଇଁ ଏବେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି ପାହିଲେ ସେମାନଙ୍କୁ ପାଣିଚିନ୍ତା ଘାରୁଛି।
ଗୁଣ୍ଡୁରୁପାଲି ଗାଁରେ ୫ଟି ନଳକୂଅ ରହିଛି। ଗାଁ ମୁଣ୍ଡ ପ୍ରହରୀ ମଣ୍ଡପ ପାଖରେ ରହିଛି ଏକ ସୋଲାର ଜଳ ପ୍ରକଳ୍ପ। ଏହାର ପାଣିକୁ ପାନୀୟ ଜଳ ଭାବେ ଗ୍ରାମବାସୀ ବ୍ୟବହାର କରିଥାନ୍ତି। ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏଥିରୁ ଆବଶ୍ୟକ ପାଣି ବାହାରୁ ନାହିଁ। ତେଣୁ ପାଣି ସଂଗ୍ରହ ପାଇଁ ଲୋକେ ଗରା, ମାଠିଆ, ବାଲଟି ରଖି ଘଣ୍ଟାଘଣ୍ଟା ଅପେକ୍ଷା କରି ରହୁଥିବା ଦେଖିବାକୁ ମିଳୁଛି। ଏଥିପାଇଁ ବହୁ ସମୟରେ ପାଟିତୁଣ୍ଡ ହେଉଛି। ପ୍ରକଳ୍ପ ମରାମତି କରି ନିରବଚ୍ଛିନ୍ନ ଜଳ ଯୋଗାଣ ପାଇଁ ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କରି ଆସୁଥିଲେ ମଧ୍ୟ କିଛି ସୁଫଳ ମିଳି ନ ଥିବା ଗ୍ରାମବାସୀ କ୍ଷୋଭର ସହ କହିଛନ୍ତି। ତୁରନ୍ତ ପାନୀୟ ଜଳ ସମସ୍ୟାର ସମାଧାନ ନ କଲେ ଆନ୍ଦୋଳନ କରାଯିବ ବୋଲି ୱାର୍ଡସଭ୍ୟ ସନ୍ତୋଷ ବାଗ, ଟିକେଲାଲ ନିଆଲ ପ୍ରମୁଖ ଚେତାବନୀ ଦେଇଛନ୍ତି। ଏନେଇ ଗ୍ରାମ୍ୟ ଜଳଯୋଗାଣ ବିଭାଗ ସହକାରୀ ଯନ୍ତ୍ରୀ ଶ୍ୟାମ କୁମାରଙ୍କୁ ପଚାରିବାରୁ ସୋଲାର ପମ୍ପରୁ କମ୍‌ ପାଣି ବାହାରୁଛି। ଅନ୍ୟ ଏକ ଗଭୀର ନଳକୂଅରୁ ତୁରନ୍ତ ଜଳଯୋଗାଣ ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri