ପାଣି ପାଇଁ ଡହଳବିକଳ ଆତରସିଂବାସୀ

ଆର.ଉଦୟଗିରି,୨୩ା୬(ମନୋଜ କୁମାର ପାଢ଼ୀ): ଗଜପତି ଜିଲାର ଅନେକ ଅଞ୍ଚଳରେ ପିଇବା ପାଣିର ଘୋର ଅଭାବ ପରିଲକ୍ଷିତ ହେଉଛି। ଆର.ଉଦୟଗିରି ଥାନା ଆତରସିଂ ଗ୍ରାମରେ ଉତ୍କଟ ଜଳାଭାବ ଦେଖାଦେଇଛି। ମହିଳାମାନେ ଗ୍ରାମଠାରୁ କିଛି ଦୂରରେ ଥିବା ଝରଣା ଓ ସନ୍ତସନ୍ତିଆ ଜାଗାରୁ ପିଇବା ପାଣି ସଂଗ୍ରହ କରି ଆଣୁଛନ୍ତି। ରାଜ୍ୟ ସରକାର ସହର, ଗ୍ରାମାଞ୍ଚଳ ହେଉ କିମ୍ବା ଦୁର୍ଗମ ଅଞ୍ଚଳ ମାନଙ୍କରେ ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କେତେକ ବିଭାଗୀୟ ଅଧିକାରୀ, ଯନ୍ତ୍ରୀ ଏବଂ ଠିକାଦାରଙ୍କ ଖାମଖିଆଲି ନୀତି ଯୋଗୁ ବର୍ଷ ବର୍ଷ ବିତିଯାଇଥିଲେ ମଧ୍ୟ ପ୍ରକଳ୍ପଗୁଡ଼ିକର ନିର୍ମାଣ କାର୍ଯ୍ୟ ସରୁନାହିଁ। ଫଳରେ ଲୋକେ ଯୋଜନାର ସଠିକ ଉପକାର ପାଇପାରୁନାହାନ୍ତି। ଠିକ୍‌ ସେହିଭଳି ବସୁଧା ଯୋଜନା ମାଧ୍ୟମରେ ଗାଁରେ ପାଇପ ବିଛାଯିବା ସହ କେତେକ ଘର ସମ୍ମୁଖରେ ଟ୍ୟାପ ଖଞ୍ଜାଯାଇଛି, ହେଲେ ତାହା ଲୋକଙ୍କ କାମରେ ଆସୁନାହିଁ। ଫଳରେ ଗ୍ରାମବାସୀ ଚୁଆ ପାଣିରେ ଶୋଷ ମେଣ୍ଟାଉଛନ୍ତି। ବିଭାଗୀୟ ଅଧିକାରୀଙ୍କୁ ଅଭିଯୋଗ କଲେ ମଧ୍ୟ କୌଣସି ସମାଧାନ ହେଉନଥିବା ଅଭିଯୋଗ ହେଉଛି। ଏହି ଗ୍ରାମରେ ପ୍ରାୟ ୨୦୦ ପରିବାର ଥିବାବେଳେ ୧୫୦୦ରୁ ଊର୍ଦ୍ଧ ଲୋକେ ବସବାସ କରନ୍ତି। ଏଠାରେ ୩ଟି ନଳକୂପ ଅଛି, କିନ୍ତୁ କେଉଁଟି କଳଙ୍କି ପାଣି ବାହାରୁଛି ତ କେଉଁଠି ବିଳମ୍ବରେ ବାହାରୁଛି। ହେଲେ ତାହା ଗ୍ରାମବାସୀଙ୍କ ଶୋଷ ମେଣ୍ଟାଇବାରେ ଅକ୍ଷମ ହେଉଛି। ଏ ନେଇ ଗ୍ରାମ୍ୟ ଜଳ ଯୋଗାଣ ଏବଂ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ(୧) ପ୍ରଭାକର ମୁନିଙ୍କୁ ଯୋଗାଯୋଗ କରିବାରୁ ସେ କହିଥିଲେ କିଛି ସମସ୍ୟା ଯୋଗୁ ଗ୍ରାମରେ ପାଣି ଯୋଗାଣ ହୋଇପାରି ନାହିଁ। ତାହାକୁ ଅତିଶୀଘ୍ର ସମାଧାନ କରି ଗ୍ରାମରେ ପାଣି ଯୋଗାଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?